ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା, ଆଜି ୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । […]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ: RBI ପ୍ରକଳ୍ପର କରିବେ ଉଦଘାଟନ, ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

ବୁଲେଟିନ ଅନୁଯାୟୀ, ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସୋମବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋମବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା: ଅକ୍ଟୋବର ୨୪ ସୁଦ୍ଧା ଉପକୂଳକୁ ଫେରିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର