ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା, ଆଜି ୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

The Sakala Picture
Published On

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । […]

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ବୁଲେଟିନ ଅନୁଯାୟୀ, ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସୋମବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋମବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

30 Jun 2024 By The Sakala

ଲଘୁଚାପ ପ୍ରଭାବରେ ଆହୁରି ୨ ଦିନ ଯାଏଁ ବିଭିନ୍ନ ଜିଲ୍ଲାରେ ବର୍ଷା ଆଶଙ୍କା, ଆଜି ୩ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଆହୁରି ୨ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନ୍‌ରେ ସୂଚନା ଦିଆଯାଇଛି। ଆଜି ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଏଥି ସହିତ ସମୁଦ୍ର ଅଶାନ୍ତ ରହିବା କାରଣରୁ ଆଗାମୀ ୩ ଦିନ ଯାଏଁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟରେ ପ୍ରବେଶ କରିବାକୁ ମଧ୍ୟ ବାରଣ କରାଯାଇଛି ।

ବୁଲେଟିନ ଅନୁଯାୟୀ, ରବିବାର ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ହୋଇପାରେ। ସୋମବାର ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୋମବାରଠାରୁ ପାଗରେ ପରିବର୍ତ୍ତନ ହେବା ସହ ପାଗ ଶୁଖିଲା ରହିବ ବୋଲି କେନ୍ଦ୍ର ପୂର୍ବାନୁମାନ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର