ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ଜୁଲାଇ  ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁଥିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ଦେଓରଂଜନ କୁମାର ସିଂ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ […]

ଭୁବନେଶ୍ୱର: ଆସନ୍ତା ଜୁଲାଇ  ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁଥିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ହିଟୱେଭ ପାଇଁ SOP: ଅଧିକ ଖରା ହେଉଥିବା ଜାଗାରେ ଆଶ୍ରୟସ୍ଥଳୀ ନିର୍ମାଣ, ଡ୍ରାଇଭରଙ୍କ ପାଇଁ ORS ଓ ପିଇବା ପାଣି ବ୍ୟବସ୍ଥା

ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ଦେଓରଂଜନ କୁମାର ସିଂ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସଂପୃକ୍ତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ ପରିପ୍ରେକ୍ଷୀରେ ବିସ୍ତୃତ ସୂଚନା ଉପସ୍ଥାପନ କରିଥିଲେ ।

ଆହୁରି ପଢ଼ନ୍ତୁ: ବିଜେଡିର କ୍ଷୋଭ: ଓଡ଼ିଶାର ସ୍ୱାର୍ଥ ବିରୋଧରେ ଭୋଟ ଦେଲେ ବିଜେପିର ୨୦ ସାଂସଦ

ଅଦ୍ୟାବଧି ମିଳିଥିବା ସୂଚନା ଅନୁସାରେ, ମାନ୍ୟବର ରାଷ୍ଟ୍ରପତି ଜୁଲାଇ ୬ ତାରିଖ ସନ୍ଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖରେ ପୁରୀ ଗସ୍ତ କରି ଅପରାହ୍ଣରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦର୍ଶନ କରିବେ। ୮ ତାରିଖ ପ୍ରତ୍ୟୁଷରେ ମାନ୍ୟବର ରାଷ୍ଟ୍ରପତିଙ୍କର ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ୱାକ୍ କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ସୌର ଷ୍ଟ୍ରିଟ ଲାଇଟ ସହିତ ଗ୍ରାମୀଣ ସୁରକ୍ଷାକୁ ସୁଦୃଢ଼ କରିଛି ବେଦାନ୍ତ ଆଲୁମିନିୟମ

ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ସହ ବିଭୂତି କାନୁନଗୋ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟସର ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବ। ସେଦିନ ଅପରାହ୍ଣରେ ସେ ଭୁବନେଶ୍ୱର ମେଣ୍ଢାଶାଳ ହରିଡାମଡ଼ା ସ୍ଥିତ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର (ଡିଆରସି) ରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ୯ ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗଦାନ କରି ଅପରାହ୍ଣରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

ମାନ୍ୟବର ରାଷ୍ଟ୍ରପତି ଓଡିଶାରେ ପହଞ୍ଚିବା ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପୁଙ୍ଖାନୁପୂଙ୍ଖ ଅବଗତ ହୋଇଥିଲ । ଏ ସଂପର୍କରେ ସେ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପୁଲିସ୍ କର୍ତ୍ତୃପକ୍ଷଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।

ବୈଠକରେ ମାନ୍ୟବର ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ଓ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା, ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟକ୍ରମ ସ୍ଥଳରେ ମଧ୍ୟ ପାନୀୟଜଳ ଯୋଗାଣ, ବସିବା ବ୍ୟବସ୍ଥା, ବେରିକେଡିଂ ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା, ଆବଶ୍ୟକ ପାସ୍ ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରସାର ଓ ସୂଚନା ପ୍ରଦାନ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା ଆଦି ସଂପର୍କରେ ବୈଠକରେ ବ୍ୟାପକ ଭାବେ ଆଲୋଚନା କରାଯାଇଥିଲା।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପ୍ରତ୍ୟେକ କାର୍ଯ୍ୟକୁ ଭଲଭାବେ ତଦାରଖ ଓ ସମନ୍ୱୟ ରଖିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

01 Jul 2024 By The Sakala

ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ନେଇ ମୁଖ୍ୟ ଶାସନ ସଚିବଙ୍କ ସମୀକ୍ଷା ବୈଠକ

ଭୁବନେଶ୍ୱର: ଆସନ୍ତା ଜୁଲାଇ  ୬ରୁ ୯ ତାରିଖ ପର୍ଯ୍ୟନ୍ତ ଭାରତର ମାନ୍ୟବର ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ ଓ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରିବାକୁଥିବା ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଆଜି ଅପରାହ୍ଣରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି।

ବୈଠକରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ଦେଓରଂଜନ କୁମାର ସିଂ, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ, ସଂପୃକ୍ତ ବିଭିନ୍ନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ, ରାଜ୍ୟ ପୁଲିସ୍ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀଙ୍କ ସମେତ ରାଜ୍ୟ ପୁଲିସର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଡଃ. ସନ୍ତୋଷ ବାଲା ମାନ୍ୟବର ରାଷ୍ଟ୍ରପତିଙ୍କ ଗସ୍ତ ପରିପ୍ରେକ୍ଷୀରେ ବିସ୍ତୃତ ସୂଚନା ଉପସ୍ଥାପନ କରିଥିଲେ ।

ଅଦ୍ୟାବଧି ମିଳିଥିବା ସୂଚନା ଅନୁସାରେ, ମାନ୍ୟବର ରାଷ୍ଟ୍ରପତି ଜୁଲାଇ ୬ ତାରିଖ ସନ୍ଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୬ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖରେ ପୁରୀ ଗସ୍ତ କରି ଅପରାହ୍ଣରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦର୍ଶନ କରିବେ। ୮ ତାରିଖ ପ୍ରତ୍ୟୁଷରେ ମାନ୍ୟବର ରାଷ୍ଟ୍ରପତିଙ୍କର ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ୱାକ୍ କାର୍ଯ୍ୟକ୍ରମ ରହିଛି।

ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ସହ ବିଭୂତି କାନୁନଗୋ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟସର ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବ। ସେଦିନ ଅପରାହ୍ଣରେ ସେ ଭୁବନେଶ୍ୱର ମେଣ୍ଢାଶାଳ ହରିଡାମଡ଼ା ସ୍ଥିତ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟର (ଡିଆରସି) ରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବାର କାର୍ଯ୍ୟକ୍ରମ ରହିଛି । ୯ ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗଦାନ କରି ଅପରାହ୍ଣରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ ।

ମାନ୍ୟବର ରାଷ୍ଟ୍ରପତି ଓଡିଶାରେ ପହଞ୍ଚିବା ଏବଂ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦାନ କରି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ବ୍ୟାପକ ସୁରକ୍ଷା ଓ ଅନ୍ୟାନ୍ୟ ଆନୁଷଙ୍ଗିକ ପ୍ରସ୍ତୁତି ସଂପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପୁଙ୍ଖାନୁପୂଙ୍ଖ ଅବଗତ ହୋଇଥିଲ । ଏ ସଂପର୍କରେ ସେ ବିଭିନ୍ନ ପ୍ରସଙ୍ଗରେ ବରିଷ୍ଠ ପ୍ରଶାସନିକ ଅଧିକାରୀ ଓ ପୁଲିସ୍ କର୍ତ୍ତୃପକ୍ଷଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ପୁରୀ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଆଭାସୀ ମାଧ୍ୟମରେ ବୈଠକରେ ଯୋଗଦେଇଥିଲେ ।

ବୈଠକରେ ମାନ୍ୟବର ରାଷ୍ଟ୍ରପତିଙ୍କର ରହଣି, ସୁରକ୍ଷା ବ୍ୟବସ୍ଥା, ସ୍ୱାସ୍ଥ୍ୟସେବା ଓ ଚିକିତ୍ସା, ଆମ୍ବୁଲାନ୍, ଉତ୍ସବ ସ୍ଥଳକୁ ଯାତାୟତ ରାସ୍ତାର ରକ୍ଷଣାବେକ୍ଷଣ ଓ ତଦାରଖ, ରାସ୍ତାର ପରିମଳ ବ୍ୟବସ୍ଥା, ସମସ୍ତ କାର୍ଯ୍ୟକ୍ରମ ସ୍ଥଳରେ ନିରବଚ୍ଛିନ୍ନ ବିଦ୍ୟୁତ୍ ସରବରାହକୁ ସୁନିଶ୍ଚିତ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। କାର୍ଯ୍ୟକ୍ରମ ସ୍ଥଳରେ ମଧ୍ୟ ପାନୀୟଜଳ ଯୋଗାଣ, ବସିବା ବ୍ୟବସ୍ଥା, ବେରିକେଡିଂ ବ୍ୟବସ୍ଥା, କାରକେଡ୍ ବ୍ୟବସ୍ଥା, ଆବଶ୍ୟକ ପାସ୍ ବ୍ୟବସ୍ଥା, କାର୍ଯ୍ୟକ୍ରମର ଗଣମାଧ୍ୟମରେ ପ୍ରସାର ଓ ସୂଚନା ପ୍ରଦାନ ବ୍ୟବସ୍ଥା, କାର୍ଯ୍ୟକ୍ରମ ସ୍ଥଳକୁ ଇଣ୍ଟରନେଟ୍ ସୁବିଧା, ଅଗ୍ନି ନିର୍ବାପକ ବ୍ୟବସ୍ଥା, ଗୃହ ବିଭାଗ ତରଫରୁ ଏକ ନିୟନ୍ତ୍ରଣ କକ୍ଷ କାର୍ଯ୍ୟ କରିବା ଆଦି ସଂପର୍କରେ ବୈଠକରେ ବ୍ୟାପକ ଭାବେ ଆଲୋଚନା କରାଯାଇଥିଲା।

ରାଷ୍ଟ୍ରପତିଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂପାଦନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ଆହୁଜା ପ୍ରତ୍ୟେକ କାର୍ଯ୍ୟକୁ ଭଲଭାବେ ତଦାରଖ ଓ ସମନ୍ୱୟ ରଖିବାକୁ ଅଧିକାରୀମାନଙ୍କୁ ଆବଶ୍ୟକ ନିର୍ଦ୍ଦେଶ ଓ ପରାମର୍ଶ ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର