ଯୁକ୍ତ ଦୁଇ ନାମଲେଖା ଆବେଦନ ଅବଧି ୧୨ ଯାଏଁ ବୃଦ୍ଧି, ଜୁଲାଇ ୨୦ରେ ପ୍ରକାଶ ପାଇବ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା
ଭୁବନେଶ୍ୱର: +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇପାରିବେ। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀମାନେ ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼଼ିବାକୁ ଇଚ୍ଛୁକ […]
ଭୁବନେଶ୍ୱର: +୨ ପ୍ରଥମ ବର୍ଷ ନାମଲେଖା ପାଇଁ ଆବେଦନ ଅବଧିକୁ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ପୂର୍ବରୁ ଆବେଦନର ଶେଷ ତାରିଖ ଜୁଲାଇ ୬ ଥିବାବେଳେ ଏହାକୁ ବଢ଼଼ାଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ୨୦ ତାରିଖରେ ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୨୨ ରୁ ୨୭ ତାରିଖ ମଧ୍ୟରେ ନାମଲେଖାଇପାରିବେ। ପ୍ରଥମ ପର୍ଯ୍ୟାୟରେ ନାମଲେଖାଇଥିବା ଛାତ୍ରଛାତ୍ରୀମାନେ ଅନ୍ୟ ଶିକ୍ଷାନୁଷ୍ଠାନରେ ପଢ଼଼ିବାକୁ ଇଚ୍ଛୁକ ଥିଲେ ୨୨ରୁ ୩୦ ତାରିଖ ମଧ୍ୟରେ ସ୍ଲାଇଡ୍ ଅପ୍ ଅପସନ୍ ଦେଇପାରିବେ। ଏହାପରେ ଅଗଷ୍ଟ ୫ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ୭ ରୁ ୧୦ ତାରିଖ ମଧ୍ୟରେ ନାମଲେଖାଇ ପାରିବେ। ଅନ୍ୟ ଉଚ୍ଚତର ଶିକ୍ଷାନୁଷ୍ଠାନରେ ସ୍ପଟ୍ ନାମଲେଖାରେ ଅଂଶଗ୍ରହଣ କରିବା ପାଇଁ ଅଗଷ୍ଟ ୧୨ରୁ ୧୪ ତାରିଖ ଯାଏଁ ଚଏସ୍ ଲକିଂ କରିପାରିବେ। ଅଗଷ୍ଟ ୨୦ ତାରିଖରେ ସ୍ପଟ୍ ନାମଲେଖା ପାଇଁ ମେଧା ତାଲିକା ପ୍ରକାଶ ପାଇବ। ୨୨ ତାରିଖ ମଧ୍ୟାହ୍ଣରୁ ୨୮ ତାରିଖ ଅପରାହ୍ଣ ୬ଟା ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ସ୍ପଟ୍ ନାମଲେଖା ଅନୁଷ୍ଠିତ ହେବ।
ସୂଚନାଯୋଗ୍ୟ, ଗତ ଜୁନ୍ ୭ ତାରିଖ ଠାରୁ ଆବେଦନ ଆରମ୍ଭ ହୋଇଛି। କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ବିଭାଗରେ ପଢ଼଼ିବାକୁ ଆଗ୍ରହୀ ଛାତ୍ରଛାତ୍ରୀମାନେ ସାମ୍ସ ୱେବସାଇଟ୍ www.samsodisha.gov.in ରେ ଆବେଦନ କରିପାରିବେ। କଳା ବିଭାଗରେ ୨ଲକ୍ଷ ୯୪ହଜାର ୮୪୦ ଟି ସିଟ୍ ଥିବାବେଳେ ବିଜ୍ଞାନରେ ୧ଲକ୍ଷ ୬୬ହଜାର ୯୨୯, ବାଣିଜ୍ୟରେ ୪୦ହଜାର ୧୦୪, ସଂସ୍କୃତରେ ୧୩ ହଜାର ୦୮୮ ଏବଂ ଧନ୍ଦାମୂଳକ ଶିକ୍ଷାରେ ୧୦ହଜାର ୫୦୪ ସିଟ୍ ଉପଲବ୍ଧ ରହିଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ଆବେଦନ ଫି’ ୨ଶହ ଟଙ୍କା ଏବଂ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ପିଲାଙ୍କ ପାଇଁ ଶହେ ଟଙ୍କା ଧାର୍ଯ୍ୟ କରାଯାଇଛି। ସେହିପରି ଦିବ୍ୟାଙ୍ଗ, ତୃତୀୟ ଲିଙ୍ଗୀ ଓ ଅନାଥ ପିଲାଙ୍କ ପାଇଁ ଆବେଦନ ନିଶୁଳ୍କ କରାଯାଇଛି। ନାମଲେଖା ସରିବା ପୂର୍ବରୁ ଅଗଷ୍ଟ ପହିଲାରୁ +୨ ପ୍ରଥମ ବର୍ଷ ପାଠପଢ଼଼ା ଆରମ୍ଭ ହେବବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ପ୍ରକାଶ ପାଇଥିବା ବିଜ୍ଞପ୍ତିରେ ସୂଚନା ଦିଆଯାଇଛି।