ମୁଖ୍ଯମନ୍ତ୍ରୀଙ୍କ କୋଭିଡ ସସୀକ୍ଷା: ସଂକ୍ରମଣ ହାର ଅଧିକ ଥିବା ଜିଲ୍ଲାରେ କୋଭିଡ ନିୟମକୁ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାସ ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ସେ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉପରେ ସେ […]

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାସ ସନ୍ଧ୍ୟାରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୁଖ୍ୟତଃ ଅଧିକ ସଂକ୍ରମଣ ହାର ଥିବା ଜିଲ୍ଲା ଉପରେ ଫୋକସ କରିବା ସହିତ କୋଭିଡ ନିୟମର କଡାକଡି ଅନୁପାଳନ ଉପରେ ଗୁରୁତ୍ୱ ଆରୋପ କରିଥିଲେ । ସେ କହିଥିଲେ ଯେ ରାଜ୍ୟରେ ସଂକ୍ରମଣ ହାର ୫ ପ୍ରତିଶତ ଥିଲେ ମଧ୍ୟ ଅଳ୍ପ କେତେକ ଜିଲ୍ଲାରେ ଉଚ୍ଚ ସଂକ୍ରମଣ ହାରକୁ ଦୃଷ୍ଟିରେ ରଖି ସତର୍କତା ଅବଲମ୍ବନ କରିବା ଉପରେ ସେ ଗୁରୁତ୍ୱ ଦେଇଥିଲେ । ଏହାସହିତ ଘରକୁ ଘର ବୁଲି ଚାଲିଥିବା ସର୍ଭେ କାର୍ଯ୍ୟକ୍ରମ ଦ୍ୱାରା କୋଭିଡ ତଥା ଅନ୍ୟନ୍ୟ ରୋଗୀ ମାନଙ୍କର ଚିହ୍ନଟ ଏବଂ ତୁରନ୍ତ ଚିକିତ୍ସା ବ୍ୟବସ୍ଥା କରାଯାଇପାରୁଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରି ଏହାକୁ ଆହୁରି ଗୁରୁତର ସହ କାର୍ଯ୍ୟକାରୀ କରିବା ପାଇଁ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ତୃତୀୟ ଲହରରେ ପ୍ରସ୍ତୁତି ସ୍ୱରୂପ ଶିଶୁ ରୋଗ ଚିକିତ୍ସା ପାଇଁ ସମସ୍ତ ବ୍ୟବସ୍ଥା ତଥା ଡାକ୍ତରମାନଙ୍କର ଏ ସଂପର୍କିତ ତାଲିମକୁ ପ୍ରାଥମିକତା ଦେଇ ସଂପୂର୍ଣ୍ଣ ପ୍ରସ୍ତୁତ ରହିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେହିପରି ବିଭିନ୍ନ ଡାକ୍ତରଖାନା ମାନଙ୍କରେ ଅକ୍‌ସିଜେନ ପ୍ଲାଣ୍ଟ ଯେପରି ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ କାର‌୍ୟ୍ୟକ୍ଷମ ହୋଇପାରିବ, ତାହା ସୁନିଶ୍ଚିତ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶୀଘ୍ର ଟିକାକରଣ ଆଗାମୀ କିଛି ମାସ ପାଇଁ ଆମର ମୁଖ୍ୟ ଫୋକସ ହୋଇରହିବ। ବର୍ତ୍ତମାନ ଆମେ ଦୈନିକ ୩ ଲକ୍ଷ ଲୋକଙ୍କୁ ଟିକା ଦେଉଛୁ ବୋଲି ପ୍ରକାଶ କରି ଟିକା କେନ୍ଦ୍ର ମାନଙ୍କରେ ବିଭିନ୍ନ ସୁବିଧାର ବିକାଶ ପାଇଁ ଜିଲ୍ଲାପାଳ ମାନେ ବ୍ୟକ୍ତିଗତ ଭାବେ ଦୃଷ୍ଟି ଦେବା ପାଇଁ ସେ ପରାମର୍ଶ ଦେଇଥିଲେ । କୋଭିଡ ନିୟମ ସଂପର୍କରେ ଲୋକମାନଙ୍କୁ ବାରମ୍ବାର ସଚେତନ କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବା ସହ ମାସ୍କ ପିନ୍ଧିବା, ହାତ ଧୋଇବା ଓ ସାମାଜିକ ଦୂରତା ରକ୍ଷା କରିବା, ଭିଡକୁ ନ ଯିବା ଆଦି କୋଭିଡ ନିୟମକୁ କଡାକଡି ଭାବରେ ପାଳନ କରିବାକୁ ଜନସାଧାରଣଙ୍କୁ ପରାମର୍ଶ ଦେଇଥିଲେ ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

ସମୀକ୍ଷାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଯୋଗ ଦେଇ କହିଥିଲେ ରାଜ୍ୟର ଦକ୍ଷିଣ ଓ ପଶ୍ଚିମାଞ୍ଚଳର ୧୭ଟି ଜିଲ୍ଲାରେ ଆଂଶିକ ଅନ୍‌ଲକ୍‌ ପରେ ମଧ୍ୟ କୋଭିଡ କେସ୍‌ରେ କୌଣସି ବୃଦ୍ଧି ହୋଇନାହିଁ । କିନ୍ତୁ ଉପକୂଳ ଓ ଉତ୍ତର ଓଡିଶାର ଅଭିବକ୍ତ ପୁରୀ, କଟକ, ବାଲେଶ୍ୱର ଓ ମୟୁରଭଂଜ ଆଦି ଜିଲ୍ଲା ମାନଙ୍କରେ ସଂକ୍ରମଣ ହାର ଅଧିକ ଥିବାରୁ ଅଧିକ ସତର୍କ ଦୃଷ୍ଟି ରଖାଯାଇଛି ବୋଲି ସେ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ରାଜ୍ୟର କୋଭିଡ ସ୍ଥିତି ସଂପର୍କରେ ସୂଚନା ଦେଇ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପି.କେ. ମହାପାତ୍ର କହିଥିଲେ ଯେ ଗଞ୍ଜାମ ଓ ଝାରସୁଗୁଡା ଜିଲ୍ଲାରେ ସଂକ୍ରମଣ ହାର ଏକ ପ୍ରତିଶତରୁ ତଳେ ଥିବାବେଳେ ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ୯-୧୫ ପ୍ରତିଶତ ରହୁଥିବାରୁ ଏହା ଉପରେ ଅଧିକ ଫୋକସ କରାଯାଇଛି । ଲକ୍‌ଡାଉନ କଡାକଡି ସାମାଜିକ ଦୂରତ୍ୱ ସଚେତନତା ଆଦି ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି । ଜୁଲାଇ ୧୫ ବେଳକୁ ପରିସ୍ଥିତିରେ ଆହୁରି ଉନ୍ନତି ଆସିବ ବୋଲି ସେ ସୂଚନା ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ।ଏହି ସମୀକ୍ଷା ବୈଠକରେ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଏବଂ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର