କାକଟପୁରର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ

The Sakala Picture
Published On

କାକଟପୁର: ପରଲୋକରେ କାକଟପୁରର ପୁର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକ। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ ଜଣେ ଲୋକପ୍ରିୟ ରାଜନେତା ଭାବେ ବେଶ୍‌ ପରିଚିତ ଥିଲେ ସୁରେନ୍ଦ୍ର। ତେବେ କାକଟପୁରରୁ ସେ ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଅସ୍ତରଙ୍ଗ ପଂଚାୟତର ଚେୟାରମ୍ୟାନ ଭାବେ ନିଜର ରାଜନୈତିକ କ୍ୟାରିଆର ଆରମ୍ଭ କରିଥିଲେ ସୁରେନ୍ଦ୍ର ନାୟକ। […]

କାକଟପୁର: ପରଲୋକରେ କାକଟପୁରର ପୁର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକ। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ ଜଣେ ଲୋକପ୍ରିୟ ରାଜନେତା ଭାବେ ବେଶ୍‌ ପରିଚିତ ଥିଲେ ସୁରେନ୍ଦ୍ର। ତେବେ କାକଟପୁରରୁ ସେ ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ଆହୁରି ପଢ଼ନ୍ତୁ: ସମ୍ପତ୍ତି ପାଇଁ ରକ୍ତାକ୍ତ ସଂଘର୍ଷ: ଜମିବାଡ଼ି ବିବାଦକୁ ନେଇ ଭାଇ-ଭଉଣୀଙ୍କ ମଧ୍ୟରେ ମାରପିଟ୍

ଅସ୍ତରଙ୍ଗ ପଂଚାୟତର ଚେୟାରମ୍ୟାନ ଭାବେ ନିଜର ରାଜନୈତିକ କ୍ୟାରିଆର ଆରମ୍ଭ କରିଥିଲେ ସୁରେନ୍ଦ୍ର ନାୟକ। ୧୯୭୧ ମସିହାରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭ ଏବଂ ୧୯୮୫ ମସିହାରେ ଜନତା ପାର୍ଟିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପରେ ୧୯୯୦ ଜନତା ଦଳରେ , ୧୯୯୫ ଉପନିର୍ବାଚନରେ ଜନତା ଦଳ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୨୦୦୦ ଏବଂ ୨୦୦୪ ମସିହାରେ ବିଜେଡି ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ି କାକଟପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ବିଭିନ୍ନ ସମୟରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ସୁରେନ୍ଦ୍ର ନାୟକ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଗ୍ରାମ୍ୟ ଉନ୍ନୟନ ବିଭାଗରେ ଆସିବ ଆଧୁନିକତା: କାର୍ଯ୍ୟଦକ୍ଷତା ବୃଦ୍ଧି ପାଇଁ 'ଏଆଇ' (AI) ସବସ୍କ୍ରିପସନ୍ ପ୍ରସ୍ତାବ

କାକଟପୁର ରାଜନୀତିରେ ସେ ଥିଲେ ଜଣେ ଟାଣୁଆ ରାଜନେତା। ସରପଞ୍ଚ ଭାବେ ରାଜନୀତି ମୈଦାନକୁ ଓହ୍ଲାଇଥିବା ସୁରେନ୍ଦ୍ର ଶିକ୍ଷା, ସ୍ୱାସ୍ଥ୍ୟ, ରାଜସ୍ୱ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୁଚାରୂରୂପେ ତୁଲାଇଥିଲେ। ୧୯୭୭ ମସିହାରେ ସେ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ପରେ ସେ ୨୦୦୦ ମସିହାରେ ପଂଚାୟତିରାଜ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଭାର ଗ୍ରହଣ କରିଥିବା ବେଳେ ୨୦୦୨ରେ ସେ ଗଣଶିକ୍ଷା ଓ ୨୦୦୪ରେ କୃଷି ବିଭାଗର ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ବିଭିନ୍ନ ସମୟରେ ପଦବୀରେ ଥାଇ ସେ ଜନସ୍ୱାର୍ଥ କାମ କରି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତେବେ ଆଜି ୯୩ ବର୍ଷ ବୟସରେ ରାଜଧାନୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଏଭଳି ଜଣେ ଧୂରୀଣ ରାଜନେତାଙ୍କୁ ହରାଇ ରାଜ୍ୟ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

ଆହୁରି ପଢ଼ନ୍ତୁ: ନିଟ୍‌‌ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗ: ଭୁବନେଶ୍ୱରରେ ପହଞ୍ଚି ପୁଣି କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦୋହରାଇଲେ ନବୀନ

05 Jul 2024 By The Sakala

କାକଟପୁରର ପୂର୍ବତନ ବିଧାୟକ ସୁରେନ୍ଦ୍ର ନାଥ ନାୟକଙ୍କ ପରଲୋକ

କାକଟପୁର: ପରଲୋକରେ କାକଟପୁରର ପୁର୍ବତନ ମନ୍ତ୍ରୀ ତଥା ବିଧାୟକ ସୁରେନ୍ଦ୍ର ନାଥ ନାୟକ। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଦୀର୍ଘ ଦିନରୁ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ସୁରେନ୍ଦ୍ର। କାକଟପୁର ରାଜନୀତିରେ ଜଣେ ଲୋକପ୍ରିୟ ରାଜନେତା ଭାବେ ବେଶ୍‌ ପରିଚିତ ଥିଲେ ସୁରେନ୍ଦ୍ର। ତେବେ କାକଟପୁରରୁ ସେ ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।

ଅସ୍ତରଙ୍ଗ ପଂଚାୟତର ଚେୟାରମ୍ୟାନ ଭାବେ ନିଜର ରାଜନୈତିକ କ୍ୟାରିଆର ଆରମ୍ଭ କରିଥିଲେ ସୁରେନ୍ଦ୍ର ନାୟକ। ୧୯୭୧ ମସିହାରେ ସେ ପ୍ରଥମେ ଉତ୍କଳ କଂଗ୍ରେସ ଟିକେଟରେ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୧୯୭୭ ଏବଂ ୧୯୮୫ ମସିହାରେ ଜନତା ପାର୍ଟିରୁ ଟିକେଟ ପାଇ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ପରେ ୧୯୯୦ ଜନତା ଦଳରେ , ୧୯୯୫ ଉପନିର୍ବାଚନରେ ଜନତା ଦଳ ଟିକେଟରେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାପରେ ସେ ୨୦୦୦ ଏବଂ ୨୦୦୪ ମସିହାରେ ବିଜେଡି ଟିକେଟରେ ବିଧାନସଭା ନିର୍ବାଚନ ଲଢ଼ି କାକଟପୁରରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏଥିସହ ବିଭିନ୍ନ ସମୟରେ ବିଭିନ୍ନ ବିଭାଗର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ ସୁରେନ୍ଦ୍ର ନାୟକ।

କାକଟପୁର ରାଜନୀତିରେ ସେ ଥିଲେ ଜଣେ ଟାଣୁଆ ରାଜନେତା। ସରପଞ୍ଚ ଭାବେ ରାଜନୀତି ମୈଦାନକୁ ଓହ୍ଲାଇଥିବା ସୁରେନ୍ଦ୍ର ଶିକ୍ଷା, ସ୍ୱାସ୍ଥ୍ୟ, ରାଜସ୍ୱ ଭଳି ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ସୁଚାରୂରୂପେ ତୁଲାଇଥିଲେ। ୧୯୭୭ ମସିହାରେ ସେ ବିଧାନସଭାରେ ଉପବାଚସ୍ପତି ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ପରେ ସେ ୨୦୦୦ ମସିହାରେ ପଂଚାୟତିରାଜ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ୱ ଭାର ଗ୍ରହଣ କରିଥିବା ବେଳେ ୨୦୦୨ରେ ସେ ଗଣଶିକ୍ଷା ଓ ୨୦୦୪ରେ କୃଷି ବିଭାଗର ମନ୍ତ୍ରୀ ଭାବେ ସେ ଦାୟିତ୍ୱ ତୁଲାଇଥିଲେ। ବିଭିନ୍ନ ସମୟରେ ପଦବୀରେ ଥାଇ ସେ ଜନସ୍ୱାର୍ଥ କାମ କରି ୭ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତେବେ ଆଜି ୯୩ ବର୍ଷ ବୟସରେ ରାଜଧାନୀସ୍ଥିତ ବାସଭବନରେ ତାଙ୍କର ଦେହାନ୍ତ ହୋଇଛି। ଏଭଳି ଜଣେ ଧୂରୀଣ ରାଜନେତାଙ୍କୁ ହରାଇ ରାଜ୍ୟ ରାଜନୀତି ମହଲରେ ଶୋକର ଛାୟା ଖେଳିଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର