ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ରଥଯାତ୍ରାରେ ଭିଜିବ ଶ୍ରୀକ୍ଷେତ୍ର

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୦ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ସୂଚନା ଅନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର […]

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୦ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଲେ ବଢ଼ିପାରେ ଖରାଛୁଟି: ଗଣଶିକ୍ଷା ମନ୍ତ୍ରୀ

ସୂଚନା ଅନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୮ ତାରିଖ ବେଳକୁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି କେନ୍ଦ୍ର ଆକଳନ କରିଛି।

ଆହୁରି ପଢ଼ନ୍ତୁ: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନର ବଡ଼ କାର୍ଯ୍ୟାନୁଷ୍ଠାନ: ୭୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ମାଇନିଂ ବକେୟା ଆଦାୟ ପାଇଁ ସମ୍ପତ୍ତି ବ୍ୟାଜ୍ୟାପ୍ତି ପ୍ରକ୍ରିୟା ଆରମ୍ଭ

ଅପରପକ୍ଷେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ର ନାଥ ପଶୁପାଳକ ଏନେଇ କହିଛନ୍ତି ଯେ ଆସନ୍ତା ୭ ଓ ୮ ତାରିଖରେ ରାଜ୍ୟରେ ଭାରୀ ବର୍ଷା ହେବାର ସମ୍ଭାବନା ନାହିଁ। ଶନିବାର ସୁଦ୍ଧା ବଙ୍ଗୋପସାଗରରେ କୌଣସି ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହୋଇନାହିଁ। ବିଭିନ୍ନ ଆନ୍ତର୍ଜାତିକ ସଂସ୍ଥାର ତଥ୍ୟ ଏବଂ ସାଟେଲାଇଟ ତଥ୍ୟ ଅନୁଶୀଳନରୁ ଏହା ଜଣାପଡ଼ିଛି। ତେବେ ଆଗରୁ ଆକଳନ କରାଯାଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ହୋଇ ୮ ତାରିଖରେ ସ୍ଥଳଭାଗ ଛୁଇଁବ। ଏହାକ୍ରମଶଃ ୯ ତାରିଖ ବେଳକୁ ମହାରାଷ୍ଟ୍ରକୁ ଯାଇ ଲଘୁଚାପ ସୃଷ୍ଟି କରିବ। ଫଳସ୍ୱରୂପ ୭ ଓ ୮ ତାରିଖରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ୭ ତାରିଖରେ ପୁରୀର ପାଗ ମେଘୁଆ ସହ ହାଲୁକା ବର୍ଷା ଅଥବା ଶୁଖିଲା ରହିପାରେ। ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର ଏବଂ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଆଉ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଭୁବନେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିିଛି। ଆସନ୍ତା ୧୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଡ. ପଶୁପାଳକ ଆକଳନ କରିଛନ୍ତି।

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

07 Jul 2024 By The Sakala

ଆଜି ରାଜ୍ୟର ୧୨ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ରଥଯାତ୍ରାରେ ଭିଜିବ ଶ୍ରୀକ୍ଷେତ୍ର

ଭୁବନେଶ୍ୱର: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁ ସକ୍ରିୟ ଥିବାରୁ ଆଜି ୧୨ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ୧୦ଟି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ଏବଂ ୨ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ସୂଚନା ଅନୁଯାୟୀ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଞ୍ଜାମ, ଗଜପତି, ପୁରୀ, ଖୋର୍ଦ୍ଧା, ରାୟଗଡ଼ା, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ସେହିପରି କୋରାପୁଟ ଓ ମାଲକାନଗିରି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିପରି ୮ ତାରିଖ ବେଳକୁ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି କେନ୍ଦ୍ର ଆକଳନ କରିଛି।

ଅପରପକ୍ଷେ ବରିଷ୍ଠ ପାଣିପାଗ ବିଜ୍ଞାନୀ ଡ. ସୁରେନ୍ଦ୍ର ନାଥ ପଶୁପାଳକ ଏନେଇ କହିଛନ୍ତି ଯେ ଆସନ୍ତା ୭ ଓ ୮ ତାରିଖରେ ରାଜ୍ୟରେ ଭାରୀ ବର୍ଷା ହେବାର ସମ୍ଭାବନା ନାହିଁ। ଶନିବାର ସୁଦ୍ଧା ବଙ୍ଗୋପସାଗରରେ କୌଣସି ଘୂର୍ଣ୍ଣିବଳୟ କିମ୍ବା ଲଘୁଚାପ ସୃଷ୍ଟି ହୋଇନାହିଁ। ବିଭିନ୍ନ ଆନ୍ତର୍ଜାତିକ ସଂସ୍ଥାର ତଥ୍ୟ ଏବଂ ସାଟେଲାଇଟ ତଥ୍ୟ ଅନୁଶୀଳନରୁ ଏହା ଜଣାପଡ଼ିଛି। ତେବେ ଆଗରୁ ଆକଳନ କରାଯାଇଥିବା ଘୂର୍ଣ୍ଣିବଳୟ ରବିବାର ଦକ୍ଷିଣ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗରରେ ସୃଷ୍ଟି ହୋଇ ୮ ତାରିଖରେ ସ୍ଥଳଭାଗ ଛୁଇଁବ। ଏହାକ୍ରମଶଃ ୯ ତାରିଖ ବେଳକୁ ମହାରାଷ୍ଟ୍ରକୁ ଯାଇ ଲଘୁଚାପ ସୃଷ୍ଟି କରିବ। ଫଳସ୍ୱରୂପ ୭ ଓ ୮ ତାରିଖରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। ୭ ତାରିଖରେ ପୁରୀର ପାଗ ମେଘୁଆ ସହ ହାଲୁକା ବର୍ଷା ଅଥବା ଶୁଖିଲା ରହିପାରେ। ରାଜ୍ୟର ଦକ୍ଷିଣ ଆଭ୍ୟନ୍ତର ଏବଂ ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ଆଉ କିଛି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ୮ ତାରିଖରେ ଭୁବନେଶ୍ୱରରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିିଛି। ଆସନ୍ତା ୧୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଡ. ପଶୁପାଳକ ଆକଳନ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର