କିଶୋର ଜେନା ଓ ଅମିତ ରୋହିଦାସଙ୍କୁ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶାବ୍ୟକ୍ତ […]

ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ ଦିଗରେ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୧୫ ଲକ୍ଷ ଟଙ୍କାର ପ୍ରୋତ୍ସାହନ ରାଶି ଘୋଷଣା କରିଛନ୍ତି । ଏହା ସେମାନଙ୍କୁ ଉତ୍କୃଷ୍ଟ ଖେଳ ପ୍ରଦର୍ଶନ କରି ଦେଶ ପାଇଁ ଗୌରବ ଆଣିବା ନିମନ୍ତେ ପ୍ରେରଣା ଯୋଗାଇବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଶାବ୍ୟକ୍ତ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର

କ୍ରୀଡ଼ାର ମହାକୁମ୍ଭ ହେଉଛି ଅଲିମ୍ପିକ୍ସ। ପ୍ୟାରିସ୍‌ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ପାଇଁ ଯୋଗ୍ୟତା ଅର୍ଜନ କରିଥିବା ଶ୍ରୀ ଜେନା ଏବଂ ଶ୍ରୀ ରୋହିଦାସ କେବଳ ନିଜର ଜନ୍ମମାଟି ନୁହେଁ ସମଗ୍ର ରାଜ୍ୟକୁ ଗୌରବାନ୍ୱିତ କରିଛନ୍ତି । ସେମାନଙ୍କର ଅଦମ୍ୟ ଇଚ୍ଛାଶକ୍ତି, କଠିନ ପରିଶ୍ରମ, ନିଷ୍ଠା ଓ ଅଧ୍ୟବସାୟ ରାଜ୍ୟର ଯୁବ ପ୍ରତିଭାମାନଙ୍କୁ ପ୍ରେରଣା ଯୋଗାଇବ ବୋଲି ମୋର ପୂର୍ଣ୍ଣ ବିଶ୍ୱାସ ଅଛି ବୋଲି କହିବା ସହିତ ଓଡ଼ିଶାବାସୀଙ୍କ ତରଫରୁ ମୁଁ ଉଭୟଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରକାଶ କରିଛନ୍ତି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର