ରାଜ୍ୟରେ ମୌସୁମି ସକ୍ରିୟ; ୪ଦିନ ପ୍ରବଳ ବର୍ଷା ଆଶଙ୍କା

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ। ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ମୋଟ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଶନିବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ […]

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ। ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ମୋଟ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଶନିବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ବର୍ଷାର ବିସ୍ତୃତି ବଢ଼ିବ ଓ ୧୨ଟି ଜିଲ୍ଲାର କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

13 Jul 2024 By The Sakala

ରାଜ୍ୟରେ ମୌସୁମି ସକ୍ରିୟ; ୪ଦିନ ପ୍ରବଳ ବର୍ଷା ଆଶଙ୍କା

ଭୁବନେଶ୍ୱର: ରାଜ୍ୟରେ ବର୍ତ୍ତମାନ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ବଢ଼ିବ। ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ମୋଟ ୪ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ଶନିବାର ଦିନ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ରବିବାର ବର୍ଷାର ବିସ୍ତୃତି ବଢ଼ିବ ଓ ୧୨ଟି ଜିଲ୍ଲାର କେତକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ, ସମ୍ବଲପୁର, ଦେବଗଡ, ଗଞ୍ଜାମ, ଗଜପତି, ରାୟଗଡା, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୧୫ ଓ ୧୬ ତାରିଖରେ ମଧ୍ୟ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର