ଆଜି ବାହୁଡ଼ିବେ ଦାରୁବ୍ରହ୍ମ: ମଧ୍ୟାହ୍ନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା

The Sakala Picture
Published On

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରିରହିଛନ୍ତି ତିନିରଥ। ସୋମବାର ରଥାରୂଢ଼ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ […]

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରିରହିଛନ୍ତି ତିନିରଥ। ସୋମବାର ରଥାରୂଢ଼ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ କରିସାରିଛନ୍ତି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ରବିବାର ଥିଲା ସନ୍ଧ୍ୟା ଦର୍ଶନ। ସକାଳୁ ଆରମ୍ଭ ହୋଇଯାଇଥିଲା ଭକ୍ତଙ୍କ ଗହଳି। ଲମ୍ବା ଧାଡ଼ିରେ ବ୍ୟାରିକେଡ୍‌ ମଧ୍ୟ ଦେଇ ଶ୍ରଦ୍ଧାଳୁମାନେ ଜନ୍ମବେଦୀରେ ଦାରୁଦିଅଁଙ୍କୁ ଦର୍ଶନ କରିଥିଲେ। ଅନ୍ୟପକ୍ଷରେ ନୀତି ବି ସଅଳ ଚାଲିଥିଲା। ଏଥିସହ ଆଡ଼ପ ଅବଢ଼ା ବି ସଅଳ ବାହାରିଥିଲା। ଶେଷ ଆଡ଼ପ ଅବଢ଼ା ପାଇଁ ଭକ୍ତମାନେ ବେଶ୍‌‌ ଭିଡ଼ ଜମାଇଥିଲେ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ଅପରାହ୍ଣ ସାଢ଼େ ୫ଟାରେ ବନ୍ଦ କରାଯାଇଥିଲା। ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ଼ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ମହାପ୍ରଭୁଙ୍କ ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ଆରମ୍ଭ ହୋଇଥିଲା ପ୍ରସ୍ତୁତି।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ସୋମବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡ଼ି ଭୋଗ ଖାଇ ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ମଧ୍ୟାହ୍ନ ୧୨ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଅପରାହ୍ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ କରାଯିବା ଲାଗି ନୀତି ନିର୍ଘଣ୍ଟ ହୋଇଛି।

ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ପ୍ରାୟ ବର୍ଷ ବାହୁଡ଼ା ପରଦିନ ସୁନାବେଶ ହୋଇଥାଏ। କିନ୍ତୁ ଚଳିତବର୍ଷ ବାହୁଡ଼ାର ଗୋଟିଏ ଦିନ ପରେ ଅର୍ଥାତ୍‌‌ ବୁଧବାର ସୁନାବେଶ ରହିଛି। ଅନ୍ୟପକ୍ଷରେ ଦାରୁବିଗ୍ରହଙ୍କ ବାହୁଡା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ଲାଗି ପୁଲିସ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ପଞ୍ଚସ୍ତରୀୟ ସୁରକ୍ଷା ବଳୟରେ ରହିଛି ପୁରୀ ସହର।

15 Jul 2024 By The Sakala

ଆଜି ବାହୁଡ଼ିବେ ଦାରୁବ୍ରହ୍ମ: ମଧ୍ୟାହ୍ନ ୧୨ଟାରେ ପହଣ୍ଡି, ଅପରାହ୍ନ ୪ଟାରେ ରଥଟଣା

ପୁରୀ: ଜନ୍ମବେଦୀରେ ଶେଷ ହୋଇଛି ଚତୁର୍ଦ୍ଧାବିଗ୍ରହଙ୍କ ଲୀଳା। ଏବେ ରତ୍ନବେଦୀକୁ ବାହୁଡ଼ିବାକୁ ପ୍ରସ୍ତୁତ ହେଉଛନ୍ତି ମହାପ୍ରଭୁ। ଶ୍ରୀଗୁଣ୍ଡିଚା ମନ୍ଦିରରେ ୭ ଦିନ ରହଣି ପରେ ଭାଇ ଭଉଣୀଙ୍କୁ ସାଥୀରେ ଧରି ବାହୁଡ଼ିବେ କାଳିଆ ଠାକୁର। ଏଥିପାଇଁ ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାରରେ ଦାରୁବ୍ରହ୍ମଙ୍କୁ ଅପେକ୍ଷା କରିରହିଛନ୍ତି ତିନିରଥ। ସୋମବାର ରଥାରୂଢ଼ ହୋଇ ଦାରୁବିଗ୍ରହ ଯିବେ ଶ୍ରୀମନ୍ଦିର ଅଭିମୁଖେ। ତେବେ ଦକ୍ଷିଣମୋଡ଼ ହୋଇ ନାକଚଣା ଦ୍ୱାରରେ ଲାଗିଥିବା ତିନିରଥକୁ ମହାରଣା ସେବକ ଓ ରଥ ବିଶେଷଜ୍ଞ କମିଟି ଯାଞ୍ଚ କରିସାରିଛନ୍ତି। ଅନ୍ୟପକ୍ଷରେ ବାହୁଡ଼ା ଯାତ୍ରା ପାଇଁ ଶ୍ରୀଗୁଣ୍ଡିଚା ମନ୍ଦିରରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି।

ରବିବାର ଥିଲା ସନ୍ଧ୍ୟା ଦର୍ଶନ। ସକାଳୁ ଆରମ୍ଭ ହୋଇଯାଇଥିଲା ଭକ୍ତଙ୍କ ଗହଳି। ଲମ୍ବା ଧାଡ଼ିରେ ବ୍ୟାରିକେଡ୍‌ ମଧ୍ୟ ଦେଇ ଶ୍ରଦ୍ଧାଳୁମାନେ ଜନ୍ମବେଦୀରେ ଦାରୁଦିଅଁଙ୍କୁ ଦର୍ଶନ କରିଥିଲେ। ଅନ୍ୟପକ୍ଷରେ ନୀତି ବି ସଅଳ ଚାଲିଥିଲା। ଏଥିସହ ଆଡ଼ପ ଅବଢ଼ା ବି ସଅଳ ବାହାରିଥିଲା। ଶେଷ ଆଡ଼ପ ଅବଢ଼ା ପାଇଁ ଭକ୍ତମାନେ ବେଶ୍‌‌ ଭିଡ଼ ଜମାଇଥିଲେ।

ବାହୁଡ଼ା ଯାତ୍ରା ପ୍ରସ୍ତୁତି ପାଇଁ ସନ୍ଧ୍ୟା ଦର୍ଶନ ଅପରାହ୍ଣ ସାଢ଼େ ୫ଟାରେ ବନ୍ଦ କରାଯାଇଥିଲା। ଆଡ଼ପମଣ୍ଡପରେ ଚତୁର୍ଦ୍ଧାବିଗ୍ରହଙ୍କ ପହୁଡ଼ ଆଳତି ସରିବା ପରେ ଶ୍ରୀମୁଖ ଖଣ୍ଡୁଆ ନୀତି ସମ୍ପନ୍ନ ହୋଇଥିଲା। ଏହାପରେ ମହାପ୍ରଭୁଙ୍କ ବାହୁଟକଣ୍ଟ, ଚାରବନ୍ଧା ଓ କୁସୁମି ଲାଗି ନୀତି ପାଇଁ ଆରମ୍ଭ ହୋଇଥିଲା ପ୍ରସ୍ତୁତି।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିର୍ଦ୍ଧାରିତ ନୀତି ନିର୍ଘଣ୍ଟ ଅନୁଯାୟୀ, ସୋମବାର ଭୋର ୪ଟାରେ ମଙ୍ଗଳ ଆଳତି ହେବ। ଠାକୁର ଖେଚୁଡ଼ି ଭୋଗ ଖାଇ ସାରି ଶ୍ରୀମନ୍ଦିର ଅଭିମୁଖେ ବାହାରିବେ। ପୂର୍ବାହ୍ନ ୧୧ଟା ୪୫ରେ ମଙ୍ଗଳାର୍ପଣ ହୋଇ ମଧ୍ୟାହ୍ନ ୧୨ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ। ଅପରାହ୍ଣ ସାଢ଼େ ୨ଟାରୁ ସାଢ଼େ ୩ଟା ମଧ୍ୟରେ ଛେରାପହଁରା ନୀତି ବଢ଼ି ଅପରାହ୍ଣ ୪ଟାରେ ରଥଟଣା ଆରମ୍ଭ କରାଯିବା ଲାଗି ନୀତି ନିର୍ଘଣ୍ଟ ହୋଇଛି।

ରଥଟଣା ସରିବା ପରେ ରଥ ଉପରେ ମହାପ୍ରଭୁଙ୍କ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ପ୍ରାୟ ବର୍ଷ ବାହୁଡ଼ା ପରଦିନ ସୁନାବେଶ ହୋଇଥାଏ। କିନ୍ତୁ ଚଳିତବର୍ଷ ବାହୁଡ଼ାର ଗୋଟିଏ ଦିନ ପରେ ଅର୍ଥାତ୍‌‌ ବୁଧବାର ସୁନାବେଶ ରହିଛି। ଅନ୍ୟପକ୍ଷରେ ଦାରୁବିଗ୍ରହଙ୍କ ବାହୁଡା ଯାତ୍ରାକୁ ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ କରିବା ଲାଗି ପୁଲିସ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛି। ପଞ୍ଚସ୍ତରୀୟ ସୁରକ୍ଷା ବଳୟରେ ରହିଛି ପୁରୀ ସହର।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର