ଖୋଲିଲା ଭିତର ରତ୍ନଭଣ୍ଡାର, ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜ

The Sakala Picture
Published On

ପୁରୀ: ଖୋଲିଲା ଭିତର ରତ୍ନଭଣ୍ଡାର। ରତ୍ନଭଣ୍ଡାର ଭିତରକୁ ଯାଇ ଅନୁଧ୍ୟାନ କଲେ ଗଜପତି ମହାରାଜ। ଆଜି ସଂଧ୍ୟା ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ। ଭିତର ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସନ୍ଧ୍ୟା ସୁଦ୍ଧା ଭିତର ରତ୍ନଭଣ୍ଡାର ସ୍ଥାନାନ୍ତରିତ ପ୍ରକ୍ରିୟା ସଂମୂର୍ଣ୍ଣ ହେବା ନେଇ ଆଶା କରାଯାଉଛି । ଏହାସହିତ ବାହାର ରତ୍ନଓ ଅଳଙ୍କାର ସ୍ଥାନାନ୍ତରିତ ହୋଇଥିବା ଫୁଲ ଓ ଚାଙ୍ଗୁଡା ଘର ବି ବୁଲି ଅନୁଧ୍ୟାନ […]

ପୁରୀ: ଖୋଲିଲା ଭିତର ରତ୍ନଭଣ୍ଡାର। ରତ୍ନଭଣ୍ଡାର ଭିତରକୁ ଯାଇ ଅନୁଧ୍ୟାନ କଲେ ଗଜପତି ମହାରାଜ। ଆଜି ସଂଧ୍ୟା ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ। ଭିତର ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସନ୍ଧ୍ୟା ସୁଦ୍ଧା ଭିତର ରତ୍ନଭଣ୍ଡାର ସ୍ଥାନାନ୍ତରିତ ପ୍ରକ୍ରିୟା ସଂମୂର୍ଣ୍ଣ ହେବା ନେଇ ଆଶା କରାଯାଉଛି । ଏହାସହିତ ବାହାର ରତ୍ନଓ ଅଳଙ୍କାର ସ୍ଥାନାନ୍ତରିତ ହୋଇଥିବା ଫୁଲ ଓ ଚାଙ୍ଗୁଡା ଘର ବି ବୁଲି ଅନୁଧ୍ୟାନ କରିଛନ୍ତି ଗଜପତି । ସବୁ କିଛି ସୁରକ୍ଷିତ ରହିଥିବା ଗଜପତି କହିଛନ୍ତି ।  ଭିତର ରତ୍ନଭଣ୍ଡାରର ସବୁ କିଛି ସ୍ଥାନାନ୍ତରଣ କରିବା ପରେ ଏହାକୁ ହାଇ ଟେକନୋଲୋଜି ଅନୁଯାୟୀ ତା ଭିତର ତନତନ କରି ଯାଞ୍ଚ କରାଯିବ । ଯେତେବେଳେ ପ୍ରଶାସନ ଏହି ନିଷ୍ପତ୍ତିରେ ପହଞ୍ଚିବ ଯେ ଏହା ଭିତରେ ଆଉ କିଛି ନାହିଁ । ସେତେବେଳେ ଏଏସଆଇକୁ ଉଭୟ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଗଜପତି ମହାରାଜଙ୍କ ସହ ମୋଟ ୧୧ ଜଣିଆ କମିଟି ସଦସ୍ଯ ଭଣ୍ଡାର ମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ତାଙ୍କ ସହ ଯାଇଥିଲେ ଓଡ୍ରାଫ ଟିମ ଓ ଅଗ୍ନିଶମ ବାହିନୀ। ଭିତରକୁ ନିଆଯାଇଛି ଅକ୍ସିଜେନ ସିଲିଣ୍ଡର ଓ ଆଧୁନିକ ସରଞ୍ଜାମ। ଭିତରକୁ ଯାଇଛନ୍ତି ସ୍ନେକ ହେଲପଲାଇନ ସଦସ୍ଯ। ସକାଳ ୯ଟା ୫୧ରେ ଖୋଲିଲା ଭିତର ରତ୍ନ ଭଣ୍ଡାର। ଶ୍ରୀମନ୍ଦିର ଭିତରକୁ ନିଆଯାଇଥିଲା ୪ଟି ଲକ୍ ବ୍ରେକର। କମିଟି ଅଧ୍ଯକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଅରବିନ୍ଦ ପାଢୀ ଉପସ୍ଥିତ ଥିଲେ। ସ୍ଥିତି ଦେଖି ତତକାଳ ନିଷ୍ପତ୍ତି ନିଆଯିବ କହିଛନ୍ତି କମିଟି ଅଧ୍ଯକ୍ଷ ଜଷ୍ଟିସ ରଥ। ପୂର୍ବଥର ରତ୍ନଭଣ୍ଡାରକୁ ଯାଇଥିଲେ ଗଜପତି ମହାରାଜଙ୍କ ପ୍ରତିନିଧି।

ଆହୁରି ପଢ଼ନ୍ତୁ: ଫାଇଲିନ ଘରେ ଚାଲିଛି ମଦ ଦୋକାନ: କୃଷ୍ଣପ୍ରସାଦ ତହସିଲଦାରଙ୍କୁ ଘେରିଲେ ମହିଳା ସଂଘ

18 Jul 2024 By The Sakala

ଖୋଲିଲା ଭିତର ରତ୍ନଭଣ୍ଡାର, ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜ

ପୁରୀ: ଖୋଲିଲା ଭିତର ରତ୍ନଭଣ୍ଡାର। ରତ୍ନଭଣ୍ଡାର ଭିତରକୁ ଯାଇ ଅନୁଧ୍ୟାନ କଲେ ଗଜପତି ମହାରାଜ। ଆଜି ସଂଧ୍ୟା ସୁଦ୍ଧା ସମସ୍ତ ପ୍ରକ୍ରିୟା ଶେଷ କରାଯିବ ବୋଲି କହିଛନ୍ତି ଗଜପତି ମହାରାଜ। ଭିତର ରତ୍ନଭଣ୍ଡାରର ଅଳଙ୍କାର ସ୍ଥାନାନ୍ତରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ସନ୍ଧ୍ୟା ସୁଦ୍ଧା ଭିତର ରତ୍ନଭଣ୍ଡାର ସ୍ଥାନାନ୍ତରିତ ପ୍ରକ୍ରିୟା ସଂମୂର୍ଣ୍ଣ ହେବା ନେଇ ଆଶା କରାଯାଉଛି । ଏହାସହିତ ବାହାର ରତ୍ନଓ ଅଳଙ୍କାର ସ୍ଥାନାନ୍ତରିତ ହୋଇଥିବା ଫୁଲ ଓ ଚାଙ୍ଗୁଡା ଘର ବି ବୁଲି ଅନୁଧ୍ୟାନ କରିଛନ୍ତି ଗଜପତି । ସବୁ କିଛି ସୁରକ୍ଷିତ ରହିଥିବା ଗଜପତି କହିଛନ୍ତି ।  ଭିତର ରତ୍ନଭଣ୍ଡାରର ସବୁ କିଛି ସ୍ଥାନାନ୍ତରଣ କରିବା ପରେ ଏହାକୁ ହାଇ ଟେକନୋଲୋଜି ଅନୁଯାୟୀ ତା ଭିତର ତନତନ କରି ଯାଞ୍ଚ କରାଯିବ । ଯେତେବେଳେ ପ୍ରଶାସନ ଏହି ନିଷ୍ପତ୍ତିରେ ପହଞ୍ଚିବ ଯେ ଏହା ଭିତରେ ଆଉ କିଛି ନାହିଁ । ସେତେବେଳେ ଏଏସଆଇକୁ ଉଭୟ ରତ୍ନଭଣ୍ଡାର ହସ୍ତାନ୍ତର କରାଯିବ ।

ଗଜପତି ମହାରାଜଙ୍କ ସହ ମୋଟ ୧୧ ଜଣିଆ କମିଟି ସଦସ୍ଯ ଭଣ୍ଡାର ମନ୍ଦିର ଭିତରକୁ ପ୍ରବେଶ କରିଥିଲେ । ତାଙ୍କ ସହ ଯାଇଥିଲେ ଓଡ୍ରାଫ ଟିମ ଓ ଅଗ୍ନିଶମ ବାହିନୀ। ଭିତରକୁ ନିଆଯାଇଛି ଅକ୍ସିଜେନ ସିଲିଣ୍ଡର ଓ ଆଧୁନିକ ସରଞ୍ଜାମ। ଭିତରକୁ ଯାଇଛନ୍ତି ସ୍ନେକ ହେଲପଲାଇନ ସଦସ୍ଯ। ସକାଳ ୯ଟା ୫୧ରେ ଖୋଲିଲା ଭିତର ରତ୍ନ ଭଣ୍ଡାର। ଶ୍ରୀମନ୍ଦିର ଭିତରକୁ ନିଆଯାଇଥିଲା ୪ଟି ଲକ୍ ବ୍ରେକର। କମିଟି ଅଧ୍ଯକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଅରବିନ୍ଦ ପାଢୀ ଉପସ୍ଥିତ ଥିଲେ। ସ୍ଥିତି ଦେଖି ତତକାଳ ନିଷ୍ପତ୍ତି ନିଆଯିବ କହିଛନ୍ତି କମିଟି ଅଧ୍ଯକ୍ଷ ଜଷ୍ଟିସ ରଥ। ପୂର୍ବଥର ରତ୍ନଭଣ୍ଡାରକୁ ଯାଇଥିଲେ ଗଜପତି ମହାରାଜଙ୍କ ପ୍ରତିନିଧି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର