ରାଜ୍ୟ ବଜେଟ୍ ୨୦୨୪-୨୫: ସ୍ବାସ୍ଥ୍ୟ ପାଇଁ ୨୧ ହଜାର ୨ ଶହ କୋଟି ଟଙ୍କାର ବ୍ୟୟବରାଦ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ବଜେଟରେ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଆଯାଇଛି। ଏଥି ପାଇଁ ସରକାର ୨୧ ହଜାର ୨ ଶହ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରଖିଛନ୍ତି। ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି। ଏହି ଯୋଜନାର […]

ଭୁବନେଶ୍ବର: ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ବଜେଟରେ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଆଯାଇଛି। ଏଥି ପାଇଁ ସରକାର ୨୧ ହଜାର ୨ ଶହ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରଖିଛନ୍ତି। ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି। ଏହି ଯୋଜନାର ନାମ ଆୟୁଷ୍ମାନ ଯୋଜନା ରଖିଛନ୍ତି। ଆୟୁଷ୍ମାନ ଏଥିରେ ଆୟୁଷ୍ମାନ ଭାରତ ଯୋଜନାରେ ୫୦୦ କୋଟି, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୫୪୫୦ କୋଟି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିସନ ଯୋଜନାରେ ୨୪୬୨ କୋଟି ଓ ଜାତୀୟ ସ୍ବାସ୍ଥ୍ୟ ମିସନ ସାମିଲ ରହିଛି। ବଜେଟ୍‌ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଚଳିତ ବର୍ଷର ଆର୍ଥିକ ବଜେଟ୍‌ ଗତବର୍ଷ ତୁଳନାରେ ୩୨ ପ୍ରତିଶତ ଅଧିକ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଭୋଟର ଲିଷ୍ଟରୁ ୯.୮ ଲକ୍ଷ ଭୋଟର୍ ବାଦ୍ ପଡ଼ିବା ପ୍ରସଙ୍ଗ: ସିଇଓଙ୍କ ଅଫିସ ଆଗରେ ବିଜେଡିର ପ୍ରତିବାଦ

ମୋହନ ମାଝୀ କହିଛନ୍ତି, ନିର୍ବାଚନ ପୂର୍ବ ଇସ୍ତାହାରରେ ପ୍ରତିଶ୍ରୁତି ଅନୁଯାୟୀ ସରକାର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନ ମାଧ୍ୟମରେ ଯୋଗ୍ୟ ପରିବାରମାନଙ୍କୁ ସରକାରୀ ଓ ବେସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ କ୍ୟାସଲେସ ସ୍ବାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହା ଦ୍ବାରା ରାଜ୍ୟ ରାଜକୋଷ ଉପରେ ବୋଝ କମିବ। ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ଲୋମାନେ ଦେଶର ସମସ୍ତ ରାଜ୍ୟର ୨୭ ହଜାରରୁ ଅଧିକ ତାଲିକାଭୁକ୍ତ ସରକାରୀ ଓ ଘରୋଇ ଡାକ୍ତରଖାନାରେ କ୍ୟା‌ସଲେସ ଚିକିତ୍ସା ସୁବିଧା ପାଇପାରିବେ।

ଆହୁରି ପଢ଼ନ୍ତୁ: ପ୍ଲଟ ବ୍ୟବସାୟୀ ସୁଧୀର ପାତ୍ର ଅପହରଣ ଓ ହତ୍ୟା ଘଟଣା: ମୁଖ୍ୟ ଅଭିଯୁକ୍ତ ଝିଆରୀ ସମେତ ୮ ଗିରଫ

ସରକାର ସମସ୍ତଙ୍କୁ ମାଗଣାରେ ସାର୍ବଚନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ମୋତିଆ ବିନ୍ଦୁ, ଗ୍ଲକୋମା ଓ କର୍ଣ୍ଣିଆ ଚିକିତ୍ସା ମିଳିପାରିବ। ଏହି ଯୋଜନାରେ ୪୫ କୋଟି ଟଙ୍କା ବ୍ୟୟବରାଦ ପ୍ରସ୍ତାବ ଦିଆଯାଇଛି। ସେହିପରି ଅପହଞ୍ଚ ଓ ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଙ୍କ ନିକଟରେ ଚିକିତ୍ସା ସୁବିଧା ପହଞ୍ଚିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

ଆହୁରି ପଢ଼ନ୍ତୁ: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ: ୬ ଦିନ ହେଲା ଜଳୁଛି ନିଆଁ, ବିଦେଶାଗତ ପକ୍ଷୀଙ୍କ ଜୀବନ ସଙ୍କଟରେ

25 Jul 2024 By The Sakala

ରାଜ୍ୟ ବଜେଟ୍ ୨୦୨୪-୨୫: ସ୍ବାସ୍ଥ୍ୟ ପାଇଁ ୨୧ ହଜାର ୨ ଶହ କୋଟି ଟଙ୍କାର ବ୍ୟୟବରାଦ

ଭୁବନେଶ୍ବର: ଭୁବନେଶ୍ବର: ବିଧାନସଭାରେ ରାଜ୍ୟ ବଜେଟ୍ ଆଗତ। ଏହା ମୋହନ ସରକାରଙ୍କ ପ୍ରଥମ ବଜେଟ।  ବିଧାନସଭାରେ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଉପସ୍ଥାପିତ ହୋଇଛି ପୂର୍ଣ୍ଣାଙ୍ଗ ବଜେଟ। ବଜେଟରେ ସ୍ବାସ୍ଥ୍ୟକୁ ଗୁରୁତ୍ବ ଦିଆଯାଇଛି। ଏଥି ପାଇଁ ସରକାର ୨୧ ହଜାର ୨ ଶହ କୋଟି ଟଙ୍କା ବ୍ୟୟବରାଦର ପ୍ରସ୍ତାବ ରଖିଛନ୍ତି। ରାଜ୍ୟ ସରକାର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ନାମ ପରିବର୍ତ୍ତନ କରିଛନ୍ତି। ଏହି ଯୋଜନାର ନାମ ଆୟୁଷ୍ମାନ ଯୋଜନା ରଖିଛନ୍ତି। ଆୟୁଷ୍ମାନ ଏଥିରେ ଆୟୁଷ୍ମାନ ଭାରତ ଯୋଜନାରେ ୫୦୦ କୋଟି, ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୫୪୫୦ କୋଟି, ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସେବା ମିସନ ଯୋଜନାରେ ୨୪୬୨ କୋଟି ଓ ଜାତୀୟ ସ୍ବାସ୍ଥ୍ୟ ମିସନ ସାମିଲ ରହିଛି। ବଜେଟ୍‌ ଉପସ୍ଥାପନ ବେଳେ ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ଚଳିତ ବର୍ଷର ଆର୍ଥିକ ବଜେଟ୍‌ ଗତବର୍ଷ ତୁଳନାରେ ୩୨ ପ୍ରତିଶତ ଅଧିକ।

ମୋହନ ମାଝୀ କହିଛନ୍ତି, ନିର୍ବାଚନ ପୂର୍ବ ଇସ୍ତାହାରରେ ପ୍ରତିଶ୍ରୁତି ଅନୁଯାୟୀ ସରକାର ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଓ ରାଜ୍ୟର ନିଜସ୍ବ ସ୍ବାସ୍ଥ୍ୟ ବୀମା ଯୋଜନା ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାର ସଂଯୋଜନ ମାଧ୍ୟମରେ ଯୋଗ୍ୟ ପରିବାରମାନଙ୍କୁ ସରକାରୀ ଓ ବେସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ କ୍ୟାସଲେସ ସ୍ବାସ୍ଥ୍ୟ ସେବା ପ୍ରଦାନ କରିବା ପାଇଁ ନିଷ୍ପତ୍ତି ହୋଇଛି। ଏହା ଦ୍ବାରା ରାଜ୍ୟ ରାଜକୋଷ ଉପରେ ବୋଝ କମିବ। ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ଲୋମାନେ ଦେଶର ସମସ୍ତ ରାଜ୍ୟର ୨୭ ହଜାରରୁ ଅଧିକ ତାଲିକାଭୁକ୍ତ ସରକାରୀ ଓ ଘରୋଇ ଡାକ୍ତରଖାନାରେ କ୍ୟା‌ସଲେସ ଚିକିତ୍ସା ସୁବିଧା ପାଇପାରିବେ।

ସରକାର ସମସ୍ତଙ୍କୁ ମାଗଣାରେ ସାର୍ବଚନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନା ମାଧ୍ୟମରେ ମୋତିଆ ବିନ୍ଦୁ, ଗ୍ଲକୋମା ଓ କର୍ଣ୍ଣିଆ ଚିକିତ୍ସା ମିଳିପାରିବ। ଏହି ଯୋଜନାରେ ୪୫ କୋଟି ଟଙ୍କା ବ୍ୟୟବରାଦ ପ୍ରସ୍ତାବ ଦିଆଯାଇଛି। ସେହିପରି ଅପହଞ୍ଚ ଓ ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଜନସାଧାରଙ୍କ ନିକଟରେ ଚିକିତ୍ସା ସୁବିଧା ପହଞ୍ଚିବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର