ରାଜ୍ୟର ୪ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌‌ ଲାଇନ୍‌‌ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି। ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ […]

ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌‌ ଲାଇନ୍‌‌ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ। ରାସ୍ତା , ସେତୁଗୁଡିକର ଜଳମଗ୍ନତା ଏବଂ ନିମ୍ନମାନର ଅଞ୍ଚଳଗୁଡିକର ଜଳମଗ୍ନ ହେବାର ସମ୍ଭାବନା ରହିଛି। ଜଳ ନିଷ୍କାସନ, ଡ୍ରେନେଜ ଚ୍ୟାନେଲର କ୍ଲିୟରାନ୍ସ ଏବଂ ଆବଶ୍ୟକ ସ୍ଥଳେ ପମ୍ପ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ସ୍ୱତନ୍ତ୍ର ରିଲିଫକମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ମାଲକାନଗିରି କେରିମେଟି ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ

ଅନୁଗୁଳ, ବୌଦ୍ଧ, ସୋନପୁର, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ବରିଷ୍ଠ ପୋଲିସ ଅଧିକାରୀଙ୍କୁ ଜିଲ୍ଲା ଦାୟିତ୍ୱ ପ୍ରସଙ୍ଗ: ବିଜେଡି କହିଲା, 'ପୋଲିସ ଡିଜି ମାନିଲେ, ରାଜ୍ୟରେ ଆଇନଶୃଙ୍ଖଳା ଠିକ୍ ନାହିଁ'

ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖ ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

01 Aug 2024 By The Sakala

ରାଜ୍ୟର ୪ ଜିଲ୍ଲାକୁ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ସତର୍କ ରହିବାକୁ ଏସଆରସିଙ୍କ ପରାମର୍ଶ

ଭୁବନେଶ୍ୱର: ଝାଡ଼ଖଣ୍ଡ ଓ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ରହିଥିବା ଘୂର୍ଣ୍ଣିବଳୟ ସହ ରାଜ୍ୟ ଉପରେ ମୌସୁମୀ ଟ୍ରପ୍‌‌ ଲାଇନ୍‌‌ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ଜାରିରହିଛି। ଏହି ସ୍ଥିତି ପ୍ରାୟ ୩ ତାରିଖ ପର୍ଯ୍ୟନ୍ତ ଜାରି ରହିବାର ସମ୍ଭାବନା ରହିଛି। ଅନ୍ୟପଟେ ୧ ଓ ୨ ତାରିଖରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ମଧ୍ୟ ଆକଳନ ଜାରି କରାଯାଇଛି।

ବଲାଙ୍ଗୀର, ମୟୁରଭଞ୍ଜ, ସମ୍ବଲପୁର ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଯାତାୟତ କରୁଥିବାବେଳେ ରାସ୍ତାଗୁଡ଼ିକ କମ ଦୃଶ୍ୟମାନ ରହିବ। ରାସ୍ତା , ସେତୁଗୁଡିକର ଜଳମଗ୍ନତା ଏବଂ ନିମ୍ନମାନର ଅଞ୍ଚଳଗୁଡିକର ଜଳମଗ୍ନ ହେବାର ସମ୍ଭାବନା ରହିଛି। ଜଳ ନିଷ୍କାସନ, ଡ୍ରେନେଜ ଚ୍ୟାନେଲର କ୍ଲିୟରାନ୍ସ ଏବଂ ଆବଶ୍ୟକ ସ୍ଥଳେ ପମ୍ପ ବ୍ୟବହାର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ପରିସ୍ଥିତିର ତୁରନ୍ତ ସମାଧାନ ପାଇଁ ସ୍ୱତନ୍ତ୍ର ରିଲିଫକମିସନର ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଅନୁଗୁଳ, ବୌଦ୍ଧ, ସୋନପୁର, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ନୂଆପଡ଼ା, ନୟାଗଡ଼, ଖୋର୍ଦ୍ଧା, ଜଗତସିଂହପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର କହିଛି। ଏହାକୁ ଦୃଷ୍ଟିରେ ରଖି ଏହି ଜିଲ୍ଲାଗୁଡ଼ିକ ପାଇଁ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨ ତାରିଖ ଶୁକ୍ରବାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ କେତେକ ଅଞ୍ଚଳରେ ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର