୬ରେ ଆଉ ଏକ ଘୂର୍ଣ୍ଣିବଳୟ, ରାଜ୍ୟରେ ପୁଣି ବର୍ଷା ବଢ଼ିବ

The Sakala Picture
Published On

ଭୁବନେଶ୍ୱର: ଗତକାଲି ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ଲମ୍ୱିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ […]

ଭୁବନେଶ୍ୱର: ଗତକାଲି ପଶ୍ଚିମବଙ୍ଗ ଓ ପାଶ୍ୱର୍ବର୍ତ୍ତୀ ଝାଡ଼ଖଣ୍ଡ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନରୁ ବାୟୁମଣ୍ଡଳରେ ୭.୬କିମି ଉଚ୍ଚତା ଯାଏଁ ଲମ୍ୱିଛି। ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବାରେ ସମ୍ଭାବନା ରହିଛି। ପ୍ରଭାବରେ ଆଜି ପଶ୍ଚିମ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଲଘୁଚାପ କ୍ଷେତ୍ର ଓଡ଼ିଶାଠାରୁ ଯଥେଷ୍ଟ ଦୂରରେ ସକ୍ରିୟ ରହିଥିବାରୁ ଓ କ୍ରମଶଃ ପଶ୍ଚିମ, ଉତ୍ତର-ପଶ୍ଚିମ ଦିଗରେ ଗତିକରି ରାଜ୍ୟ ଠାରୁ ଦୁରେଇ ଯାଉଥିବାରୁ, ରାଜ୍ୟରେ ଶନିବାରଠାରୁ ବର୍ଷାର ପ୍ରଭାବ କମିବାର ସମ୍ଭାବନା ରହିଛି। ଏହା ସତ୍ତେ୍ୱ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ବଙ୍ଗୋପସାଗର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଏହି କ୍ରମରେ ପାରାଦୀପ ମୁହାଁଣରେ ଯେଉଁ ମତ୍ସ୍ୟଜୀବୀମାନେ ସମୁଦ୍ର ମଧ୍ୟକୁ ଯାଇଥିଲେ ସେମାନଙ୍କୁ ଫେରି ଆସିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ଚାକିରି ବାହାନାରେ ଡାକି ଯୁବତୀଙ୍କୁ ଦୁଷ୍କର୍ମ, ପୁଲିସର ଚଢ଼ଉ; ପ୍ରେମୀ ଯୁଗଳଙ୍କ ସହ ୩ ଅଟକ

ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ୩ ଦିନ ତଳେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟର କେନ୍ଦ୍ର ଆଜି ସକାଳେ କେନ୍ଦ୍ରୀୟ ଝାଡ଼ଖଣ୍ଡ ଏବଂ ସନ୍ଧ୍ୟାରେ ଉତ୍ତର ପଶ୍ଚିମ ଝାଡ଼ଖଣ୍ଡର ଛତ୍ରାରେ ରହିଥିଲା। ଏହା ଆସନ୍ତା କାଲି ସନ୍ଧ୍ୟା ୬ ଟାରେ ମଧ୍ୟପ୍ରଦେଶର ସିଂଗରଉଲି ପାଖରେ ରହିପାରେ। ଏହା ପ୍ରଭାବରେ ଆସନ୍ତା ୪ ତାରିଖ ମଧ୍ୟାହ୍ଣ ପର୍ଯ୍ୟନ୍ତ ସୁନ୍ଦରଗଡ଼ରୁ ସମ୍ବଲପୁର ପର୍ଯ୍ୟନ୍ତ ପଶ୍ଚିମ ଓଡ଼ିଶା ଏବଂ ଛତିଶଗଡ଼ରେ ପ୍ରବଳ ଓ ଗୋଟିଏ ଯୋଡ଼ିଏ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ଆସନ୍ତା ୬ ତାରିଖ ବେଳକୁ ଝାଡ଼ଖଣ୍ଡ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାଦ୍ୱାରା ୬ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ପୁଣି ବର୍ଷା ବଢ଼ିବ। ପଶ୍ଚିମ ଓ ଉତ୍ତର ଆଭ୍ୟନ୍ତରୀଣରେ ୮ ତାରିଖ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ପ୍ରଫେସର ପଶୁପାଳକ କହିଛନ୍ତି।

ଆହୁରି ପଢ଼ନ୍ତୁ: କରଞ୍ଜିଆ ବନଖଣ୍ଡରୁ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ଯେହେତୁ ମହାନଦୀର ଉପରମୁଣ୍ଡ ଛତିଶଗଡ଼ରେ ପ୍ରବଳ ବର୍ଷା ଆଶଙ୍କା ରହିଛି, ସେ ଦୃଷ୍ଟିରୁ ମହାନଦୀରେ ଜଳସ୍ତର ବୃଦ୍ଧି ପାଇବାର ଆଶଙ୍କା କରାଯାଉଛି। ଏହା ବ୍ୟତୀତ ୬ ତାରିଖରେ ଆଉ ଏକ ଘୂର୍ଣ୍ଣିବଳୟ ଯୋଗୁଁ ରାଜ୍ୟରେ ପୁଣି ବର୍ଷା ବଢ଼ିବାର ସମ୍ଭାବନା ରହିଛି। ଜଳସମ୍ପଦ ବିଭାଗ ମୁଖ୍ୟ ଯନ୍ତ୍ରୀ ଭକ୍ତ ରଞ୍ଜନ ମହାନ୍ତି କହିଛନ୍ତି ଯେ ବର୍ତ୍ତମାନ ହୀରାକୁଦରେ ଜଳସ୍ତର ୬୦୮.୫୮ ଫୁଟରେ ପହଞ୍ଚିଛି। ଉପର ମୁଣ୍ଡରେ ଆଜି ହାରାହାରି ୨୪ ମିଲିମିଟର ବର୍ଷା ହୋଇଛି। ବିଭିନ୍ନ ସ୍ଥାନରେ ଜଳସ୍ତର ବୃଦ୍ଧି ହୋଇଛି, ମାତ୍ର କୌଣସି ସ୍ଥାନରେ ବନ୍ୟା ପରିସ୍ଥିତି କେଉଁଠି ମଧ୍ୟ ନାହିଁ। ଲଘୁଚାପଜନିତ ବର୍ଷା ବୃଦ୍ଧି ପାଇଲେ ବ୍ରାହ୍ମଣୀ ଏବଂ ସୁବର୍ଣ୍ଣରେଖାରେ ଜଳସ୍ତର ବଢ଼ି ପାରେ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର