୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା

The Sakala Picture
Published On

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ଏହି ସ୍ଥିତି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ […]

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ଏହି ସ୍ଥିତି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିରରେ ଆରମ୍ଭ ହେବ 'ଇ-ହୁଣ୍ଡି' ବ୍ୟବସ୍ଥା: ଘରେ ବସି ଶ୍ରୀଜୀଉଙ୍କୁ ଦାନ କରିପାରିବେ ଦେଶବିଦେଶର ଭକ୍ତ

ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଜୁଲାଇ ୪-୫ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ସର୍ବାଧିକ ୬୪ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୪୪, ଅନୁଗୁଳ ୨୮, ଭବାନୀପାଟଣା ୨୨.୮ ମିମି ବର୍ଷା ରେକର୍ଡ କରାଯାଇଛି।

ଆହୁରି ପଢ଼ନ୍ତୁ: ତାତିରୁ ଆଶ୍ବସ୍ତି ଦେଲା କାଳବୈଶାଖୀ: ଭୁବନେଶ୍ୱରରେ ପବନ-ଘଡଘଡି ସହ କୁଆପଥର ବର୍ଷା

03 Jul 2021 By The Sakala

୪ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ମେଘୁଆ ପାଗ ଲାଗି ରହିଛି। ଏହି ସମୟ ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ମଧ୍ୟ ଦେଖିବାକୁ ମିଳିଛି। ରାଜ୍ୟରେ ମୌସୁମୀ ଦୁର୍ବଳ ରହିଛି। ହେଲେ କିଛି ଦିନ ହେବ ବର୍ଷା ନ ଥିବାରୁ ଭୂପୃଷ୍ଟ ଉତ୍ତପ୍ତ ରହିଥିଲା। ଟ୍ରଫଲାଇନ୍‍ ପ୍ରଭାବରେ ରାଜ୍ୟକୁ ଜଳୀୟ ବାଷ୍ପ ଆସୁଥିବାରୁ ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେଉଛି। ଏହି ସ୍ଥିତି ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କେନ୍ଦ୍ରର ନିର୍ଦ୍ଦେଶକ ଡ. ଏଚ୍‍ଆର ବିଶ୍ୱାସ କହିଛନ୍ତି ଯେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ବିଶେଷ କରି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, କୋରାପୁଟ, ନବରଙ୍ଗପୁର, ମାଲକାନଗିରି ଓ ବାଲେଶ୍ୱରରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି।

ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଜୁଲାଇ ୪-୫ ତାରିଖ ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ନୟାଗଡ଼ରେ ସର୍ବାଧିକ ୬୪ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୪୪, ଅନୁଗୁଳ ୨୮, ଭବାନୀପାଟଣା ୨୨.୮ ମିମି ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର