୭୮ତମ ସ୍ୱାଧୀନତା ଦିବସ: ଗାନ୍ଧୀ ମାର୍ଗରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି। ପୁଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଉଦବୋଧନ […]
ଭୁବନେଶ୍ବର: ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ମହାତ୍ମା ଗାନ୍ଧୀ ମାର୍ଗରେ ରାଜ୍ୟସ୍ତରୀୟ ଉତ୍ସବରେ ସେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଚଳିତ ବର୍ଷ ୫୯ ଜଣ କଣ୍ଟିଜେଣ୍ଟ ରାଜ୍ୟସ୍ତରୀୟ ପରେଡ଼ରେ ଯୋଗ ଦେଇଛନ୍ତି। ପୁଲିସ ସହ ସିଆରପିଏଫ୍, ୧୨୦ ବାଟାଲିୟନ୍, ସିଆଇଏସ୍ଏଫ୍, ଟ୍ରାଫିକ୍, ବିଏସ୍ଏଫ୍, ଅଗ୍ନିଶମ ବହିନୀ, ସ୍କୁଲ ଓ କଲେଜ ଛାତ୍ରଛାତ୍ରୀ ପରେଡ଼ରେ ଯୋଗ ଦେଇଛନ୍ତି।
ଆହୁରି ପଢ଼ନ୍ତୁ: ରାଜ୍ୟରେ ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର: ଖସୁଛି ନଦୀର ଜଳସ୍ତର
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟବାସୀଙ୍କୁ ଉଦବୋଧନ ଦେଇ କହିଛନ୍ତି ଯେ, ଓଡ଼ିଶାବାସୀଙ୍କ ସେବା କରିବାକୁ ଆମେ ପ୍ରତିଶ୍ରୁତିବଦ୍ଧ। ୨୦୪୭ ସୁଦ୍ଧା ଭାରତ ବିଶ୍ବଗୁରୁ ହେବ। ଭାରତକୁ ବିଶ୍ବଗୁରୁ କରିବା ପାଇଁ ଆମେ ସହାୟକ ହେବୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଦେଶର ଅର୍ଥନୀତି ଦ୍ରୁତ ଗତିରେ ବଢ଼ିଛି। ଖୁବ୍ଶୀଘ୍ର ଦେଶର ଅର୍ଥନୀତି ୫ ଟ୍ରିଲିଅନରେ ପହଞ୍ଚିବ ବୋଲି ସେ କହିଥିଲେ।






