ସୁଭଦ୍ରା ଯୋଜନା ପାଇଁ କେମିତି କରିବେ ଆବେଦନ, କେଉଁମାନେ ଏଥିରୁ ପଡିବେ ବାଦ୍‌….

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ସବୁଠୁ ଅଧିକ ଚର୍ଚ୍ଚାରେ ଥିବା ସୁଭଦ୍ରା ଯୋଜନାକୁ ନେଇ ଆସିିଛି ବଡ଼ ଖବର। ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବାକୁ ଘୋଷଣା ହୋଇଥିଲେ ମଧ୍ୟ ଏସ୍‌ଓପି ଆସିନଥିବା କାରଣରୁ ସୁଭଦ୍ରା ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେମିତି ଆବେଦନ କରିବେ ତାହା ଜଣାପଡୁନଥିଲା। ତେବେ ଆଜି ଏହି ସମସ୍ୟା ଦୂର ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଯୋଜନାକୁ ନେଇ […]

ଭୁବନେଶ୍ବର : ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ସବୁଠୁ ଅଧିକ ଚର୍ଚ୍ଚାରେ ଥିବା ସୁଭଦ୍ରା ଯୋଜନାକୁ ନେଇ ଆସିିଛି ବଡ଼ ଖବର। ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବାକୁ ଘୋଷଣା ହୋଇଥିଲେ ମଧ୍ୟ ଏସ୍‌ଓପି ଆସିନଥିବା କାରଣରୁ ସୁଭଦ୍ରା ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେମିତି ଆବେଦନ କରିବେ ତାହା ଜଣାପଡୁନଥିଲା। ତେବେ ଆଜି ଏହି ସମସ୍ୟା ଦୂର ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଗତକାଲି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ସୁଭଦ୍ରା ଯୋଜନାର ଏସଓପିକୁ ଅନୁମୋଦନ ପ୍ରଦାନ କରିବା ପରେ ଆଜି ବିଧାନସଭାରେ ଏହାର ନିୟମାବଳୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୧ ବର୍ଷ ରୁ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ମିଳିବ ‘ସୁଭଦ୍ରା ଯୋଜନା’ ଟଙ୍କା । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ରାଜ୍ୟର ଏକ କୋଟିରୁ ଅଧିକ ମହିଳା ଏହା ଦ୍ୱାରା ଲାଭବାନ ହେବେ । ପ୍ରତ୍ୟେକ ବର୍ଷ ରାଖୀ ପୂର୍ଣ୍ଣିମା ଓ ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କ ଆଉଣ୍ଟକୁ ଯିବ ୫ ହଜାର ଲେଖାଏଁ ଟଙ୍କା। ଏପରି ବର୍ଷକୁ ୧୦ ହଜାର କରି ୫ ବର୍ଷରେ ମହିଳାଙ୍କ ଆକାଉଣ୍ଟକୁ ମୋଟ ୫୦ ହଜାର ଟଙ୍କା ଯିବ।

ଆହୁରି ପଢ଼ନ୍ତୁ: କାଠଯୋଡ଼ି ନଦୀରୁ ମେଡିକାଲ ଛାତ୍ରୀ ମୃତଦେହ ଉଦ୍ଧାର ଘଟଣା: ବାରଙ୍ଗ ଥାନାରେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କ ବିରୋଧରେ ଅଭିଯୋଗ

କେମିତି କରିବେ ଆବେଦନ

ଆହୁରି ପଢ଼ନ୍ତୁ: ପୁରୀ କୃଷ୍ଣପ୍ରସାଦରେ ଅଭାବନୀୟ ଘଟଣା: ବଜ୍ରାଘାତରେ ୯ ଗାଈ ମୃତ, ୧୧ ଆହତ

ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ମହିଳାମାନେ ଅଙ୍ଗନୱାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । ‘ସୁଭଦ୍ରା’ ପାଇଁ ଏକ କଲ୍‌ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ । ଏହାର କାର୍ଯ୍ୟକାରିତା ଏବଂ ତଦାରଖ କରିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏକ “ସୁଭଦ୍ରା” ସମିତି (ସୋସାଇଟି) ଗଠନ କରାଯିବ।

ବର୍ଷକୁ ମିଳିବ ୧୦ ହଜାର 

ପ୍ରତିବର୍ଷ ସମସ୍ତ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଦିବସ ଏବଂ ଅନ୍ତର୍ଜାତୀୟ ମହିଳା ଦିବସ (୮ ମାର୍ଚ୍ଚ) ରେ ୫,୦୦୦/- ଟଙ୍କା ଲେଖାଏଁ ବାର୍ଷିକ ମୋଟ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ । ତେଣୁ, ପାଞ୍ଚ ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦,୦୦୦ ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ବଚ୍ଛତାକୁ ନିଶ୍ଚିତ କରିବା ପାଇଁ ଆଧାର ପେମେଣ୍ଟ ବ୍ରିଜ୍ ସିଷ୍ଟମ (APBS) ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନଙ୍କ ଆଧାର-ସକ୍ଷମ ଏକକ-ଧାରକ (DBT) ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଆର୍ଥିକ ସହାୟତା ପଠାଯିବା ସଙ୍ଗେ ସଙ୍ଗେ ହିତାଧିକାରୀମାନଙ୍କୁ ଏକ “ସୁଭଦ୍ରା” ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

ଅନ୍ୟପଟେ ଡିଜିଟାଲ କାରାବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତ ଓ ସହରାଞ୍ଚଳରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରି ଅତିରିକ୍ତ ୫୦୦ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।

କେଉଁମାନେ ଏହି ଯୋଜନାରୁ ବାଦ୍‌ ପଡିବେ 

ଆର୍ଥିକ ସ୍ଵଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରୀ କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ଏତଦ୍‍ବ୍ୟତୀତ, କୌଣସି ସରକାରୀ ଯୋଜନାରେ ମାସିକ ୧,୫୦୦ ଟଙ୍କା କିମ୍ବା ତଦୁଦ୍ଧ ଅଥବା ବାର୍ଷିକ ୧୮,୦୦୦ ଟଙ୍କା କିମ୍ବା ତଦୁଦ୍ଧ ସହାୟତା ରାଶି ପାଉଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

23 Aug 2024 By The Sakala

ସୁଭଦ୍ରା ଯୋଜନା ପାଇଁ କେମିତି କରିବେ ଆବେଦନ, କେଉଁମାନେ ଏଥିରୁ ପଡିବେ ବାଦ୍‌….

ଭୁବନେଶ୍ବର : ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ସବୁଠୁ ଅଧିକ ଚର୍ଚ୍ଚାରେ ଥିବା ସୁଭଦ୍ରା ଯୋଜନାକୁ ନେଇ ଆସିିଛି ବଡ଼ ଖବର। ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବାକୁ ଘୋଷଣା ହୋଇଥିଲେ ମଧ୍ୟ ଏସ୍‌ଓପି ଆସିନଥିବା କାରଣରୁ ସୁଭଦ୍ରା ଯୋଜନାର ଲାଭ କେଉଁମାନେ ପାଇବେ ଏବଂ କେମିତି ଆବେଦନ କରିବେ ତାହା ଜଣାପଡୁନଥିଲା। ତେବେ ଆଜି ଏହି ସମସ୍ୟା ଦୂର ହୋଇଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବିଧାନସଭାରେ ଏହି ଯୋଜନାକୁ ନେଇ ବଡ଼ ଘୋଷଣା କରିଛନ୍ତି।

ଗତକାଲି ବସିଥିବା ରାଜ୍ୟ କ୍ୟାବିନେଟ ବୈଠକ ସୁଭଦ୍ରା ଯୋଜନାର ଏସଓପିକୁ ଅନୁମୋଦନ ପ୍ରଦାନ କରିବା ପରେ ଆଜି ବିଧାନସଭାରେ ଏହାର ନିୟମାବଳୀ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୧ ବର୍ଷ ରୁ ୬୦ ବର୍ଷରୁ କମ ବୟସ ମଧ୍ୟର ମହିଳାଙ୍କୁ ମିଳିବ ‘ସୁଭଦ୍ରା ଯୋଜନା’ ଟଙ୍କା । ଡିବିଟି ମାଧ୍ୟମରେ ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା । ରାଜ୍ୟର ଏକ କୋଟିରୁ ଅଧିକ ମହିଳା ଏହା ଦ୍ୱାରା ଲାଭବାନ ହେବେ । ପ୍ରତ୍ୟେକ ବର୍ଷ ରାଖୀ ପୂର୍ଣ୍ଣିମା ଓ ଆନ୍ତର୍ଜାତୀୟ ମହିଳା ଦିବସରେ ମହିଳାଙ୍କ ଆଉଣ୍ଟକୁ ଯିବ ୫ ହଜାର ଲେଖାଏଁ ଟଙ୍କା। ଏପରି ବର୍ଷକୁ ୧୦ ହଜାର କରି ୫ ବର୍ଷରେ ମହିଳାଙ୍କ ଆକାଉଣ୍ଟକୁ ମୋଟ ୫୦ ହଜାର ଟଙ୍କା ଯିବ।

କେମିତି କରିବେ ଆବେଦନ

ସୁଭଦ୍ରା ଯୋଜନାରେ ଅନ୍ତର୍ଭୁକ୍ତ ହେବା ପାଇଁ ମହିଳାମାନେ ଅଙ୍ଗନୱାଡି କେନ୍ଦ୍ର, ବ୍ଲକ କାର୍ଯ୍ୟାଳୟ, ମୋ ସେବା କେନ୍ଦ୍ର, ଜନ ସେବା କେନ୍ଦ୍ର ଇତ୍ୟାଦିରେ ମାଗଣାରେ ଉପଲବ୍ଧ ଫର୍ମ ପୂରଣ କରି ଆବେଦନ କରିପାରିବେ । ‘ସୁଭଦ୍ରା’ ପାଇଁ ଏକ କଲ୍‌ ସେଣ୍ଟର ମଧ୍ୟ କାର୍ଯ୍ୟକ୍ଷମ ହେବ । ଏହାର କାର୍ଯ୍ୟକାରିତା ଏବଂ ତଦାରଖ କରିବାକୁ ମହିଳା ଏବଂ ଶିଶୁ ବିକାଶ ବିଭାଗ ଏକ “ସୁଭଦ୍ରା” ସମିତି (ସୋସାଇଟି) ଗଠନ କରାଯିବ।

ବର୍ଷକୁ ମିଳିବ ୧୦ ହଜାର 

ପ୍ରତିବର୍ଷ ସମସ୍ତ ହିତାଧିକାରୀଙ୍କୁ ରାକ୍ଷୀ ପୂର୍ଣ୍ଣିମା ଦିବସ ଏବଂ ଅନ୍ତର୍ଜାତୀୟ ମହିଳା ଦିବସ (୮ ମାର୍ଚ୍ଚ) ରେ ୫,୦୦୦/- ଟଙ୍କା ଲେଖାଏଁ ବାର୍ଷିକ ମୋଟ ୧୦,୦୦୦ ଟଙ୍କା ପ୍ରଦାନ କରାଯିବ । ତେଣୁ, ପାଞ୍ଚ ବର୍ଷରେ ଜଣେ ଯୋଗ୍ୟ ମହିଳା ହିତାଧିକାରୀ ମୋଟ ୫୦,୦୦୦ ଟଙ୍କା ପାଇବେ । ସହାୟତା ପ୍ରଦାନରେ ସ୍ବଚ୍ଛତାକୁ ନିଶ୍ଚିତ କରିବା ପାଇଁ ଆଧାର ପେମେଣ୍ଟ ବ୍ରିଜ୍ ସିଷ୍ଟମ (APBS) ମାଧ୍ୟମରେ ଯୋଗ୍ୟ ହିତାଧିକାରୀମାନଙ୍କ ଆଧାର-ସକ୍ଷମ ଏକକ-ଧାରକ (DBT) ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଆର୍ଥିକ ସହାୟତା ପଠାଯିବା ସଙ୍ଗେ ସଙ୍ଗେ ହିତାଧିକାରୀମାନଙ୍କୁ ଏକ “ସୁଭଦ୍ରା” ଡେବିଟ୍ କାର୍ଡ ମଧ୍ୟ ପ୍ରଦାନ କରାଯିବ ।

ଅନ୍ୟପଟେ ଡିଜିଟାଲ କାରାବାରକୁ ପ୍ରୋତ୍ସାହିତ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ପଞ୍ଚାୟତ ଓ ସହରାଞ୍ଚଳରେ ସର୍ବାଧିକ ପରିମାଣର ଡିଜିଟାଲ କାରବାର କରିଥିବା ୧୦୦ଜଣ ହିତାଧିକାରୀଙ୍କୁ ଚିହ୍ନଟ କରି ଅତିରିକ୍ତ ୫୦୦ଟଙ୍କା ପ୍ରୋତ୍ସାହନ ରାଶି ଦିଆଯିବ ।

କେଉଁମାନେ ଏହି ଯୋଜନାରୁ ବାଦ୍‌ ପଡିବେ 

ଆର୍ଥିକ ସ୍ଵଚ୍ଛଳ ବର୍ଗର ମହିଳା, ସରକାରୀ ଚାକିରୀ କରୁଥିବା ମହିଳା ଓ ଆୟକର ପ୍ରଦାନ କରୁଥିବା ମହିଳାମାନେ ଏହି ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ । ଏତଦ୍‍ବ୍ୟତୀତ, କୌଣସି ସରକାରୀ ଯୋଜନାରେ ମାସିକ ୧,୫୦୦ ଟଙ୍କା କିମ୍ବା ତଦୁଦ୍ଧ ଅଥବା ବାର୍ଷିକ ୧୮,୦୦୦ ଟଙ୍କା କିମ୍ବା ତଦୁଦ୍ଧ ସହାୟତା ରାଶି ପାଉଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନାରେ ସାମିଲ ହେବା ପାଇଁ ଯୋଗ୍ୟ ବିବେଚିତ ହେବେ ନାହିଁ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର