ଏମିତି ଭରନ୍ତୁ ସୁଭଦ୍ରା ଫର୍ମ, ଜମାରୁ ହେବନି ରିଜେକ୍ଟ । ମୋବାଇଲ ନମ୍ବର ଲିଙ୍କ୍ ନ ଥିଲେ…

The Sakala Picture
Published On

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମିଳୁଛି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ ସଚେତନ କରାଯାଉଛି। ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ […]

ଭୁବନେଶ୍ବର: ‘ସୁଭଦ୍ରା’ ଯୋଜନା ପାଇଁ ଆରମ୍ଭ ହୋଇଛି ଆବେଦନ। ଏହି ଫର୍ମଟି ଅଙ୍ଗନବାଡି କେନ୍ଦ୍ର ବ୍ୟତୀତ ବ୍ଲକ୍ ଅଫିସ୍, ମୋ ସେବା କେନ୍ଦ୍ର ଓ ଜନସେବା କେନ୍ଦ୍ରରେ ମିଳୁଛି। ତା’ସହିତ ଫର୍ମ କେମିତି ପୂରଣ କରିବେ, ଆଉ କେଉଁ କେଉଁ ପ୍ରମାଣପତ୍ର ଦେଇ ଆବେଦନ କରିବେ ସେ ନେଇ ମଧ୍ୟ ସଚେତନ କରାଯାଉଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ପ୍ରଥମେ ଆଧାର କାର୍ଡରେ ଥିବା ନାମ ଲେଖି, ଆଧାର ନମ୍ବର ଲେଖିବାକୁ ପଡ଼ିବ। ପରେ ସ୍ୱାମୀ କିମ୍ବା ବାପାଙ୍କ ନାମ ଲେଖିପାରିବେ। ଜନ୍ମ ତାରିଖ ସ୍ଥାନରେ ଆଧାର କାର୍ଡରେ ଥିବା ତାରିଖ ଦେବାକୁ ହେବ। ଜୁଲାଇ ୧ ସୁଦ୍ଧା ଆବେଦନକାରୀଙ୍କୁ ଅତିକମରେ ୨୧ ବର୍ଷ ହେଉଥିବା ଦରକାର। ପରେ ଜାତି ସଂପର୍କରେ ଥିବା ବକ୍ସରେ ଟିକ୍ ମାରିବାକୁ ହେବ। ମୋବାଇଲ ନମ୍ବର ବକ୍ସରେ ଆଧାର କାର୍ଡ ଲିଙ୍କ ହୋଇଥିବା ନମ୍ବର ଦେବାକୁ ହେବ। ବିକଳ୍ପ ଭାବେ ଆପଣ ଅନ୍ୟ ନମ୍ବର ମଧ୍ୟ ଦେଇପାରିବେ। ତା’ପରେ ଠିକଣା ଲେଖି, ଆଧାର ଲିଙ୍କ ଥିବା ବ୍ୟାଙ୍କ ଆକାଉଣ୍ଟ ନମ୍ବର ଦେବାକୁ ହେବ।

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉନାହିଁ FCI : ହାତ ଟେକିଦେଲେ ଅସହାୟ ଯୋଗାଣମନ୍ତ୍ରୀ; କହିଲେ, କେନ୍ଦ୍ର ଆମ କଥା ଶୁଣୁନି

ପର ପୃଷ୍ଠାରେ ଥିବା ଯୋଗ୍ୟତା ମାନଦଣ୍ଡ ଆଧାରିତ ଏକ ଘୋଷଣା ପତ୍ରକୁ ନିଜେ ଆବେଦନକାରୀ ଦସ୍ତଖତ କରି ଆବେଦନ କରିବେ। ଫର୍ମ ଫିଲଅପ୍ ପରେ ଏହା ସହ ନିଜର ଆଧାର କାର୍ଡ, ବ୍ୟାଙ୍କ ପାସବୁକ୍ ଓ ରାସନ କାର୍ଡର ଫଟୋକପି ଦେଇ ଅନଲାଇନରେ ସୁଭଦ୍ରା ପୋର୍ଟାଲରେ ଆବେଦନ କରିବେ। ଏହାପରେ ଆବେଦନ ଗ୍ରହଣ ପତ୍ର ଆଣିବାକୁ ଯେମିତ ନ ଭୁଲନ୍ତି, ଯେଉଁଥିରେ ଆପଣଙ୍କ ଆବେଦନ ପତ୍ରର ନମ୍ବର ରହିଥିବ।

ଆହୁରି ପଢ଼ନ୍ତୁ: ଧାମନଗର ଏନ୍‌ଏସିରେ ଫର୍ମ-୭ ଅନିୟମିତତା ଅଭିଯୋଗ, ସିଇଓଙ୍କୁ ଭେଟି ତଦନ୍ତ ଦାବିକଲା ବିଜେଡି

ଖବର ଅନୁଯାୟୀ, ଭୁବନେଶ୍ବରରେ ସୁଭଦ୍ରା କଲ୍‌ ସେଣ୍ଟର ଉଦ୍‌ଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ଯେ, ସର୍ବସାଧାରଣ ନିଜର ସୁବିଧା ବିଷୟରେ ପଚାରିବାକୁ ଏହି କଲ ସେଣ୍ଟର ଖୋଲାଯାଇଛି । ଉପମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ, ସୁଭଦ୍ରା ଫର୍ମ ଦାଖଲର କୌଣସି ଶେଷ ତାରିଖ ନାହିଁ । ଶେଷ ଯୋଗ୍ୟ ହିତାଧିକାରୀ ଦାଖଲ କରିବା ଯାଏଁ ଫର୍ମ ଗ୍ରହଣ ହେବ । ସେହିପରି ଶେଷ ଯୋଗ୍ୟ ହିତାଧିକାରୀ ଟଙ୍କା ପାଇବା ଯାଏଁ କଲ ସେଣ୍ଟର ଖୋଲା ରହିବ ।  ୧୭ ତାରିଖରେ ସୁଭଦ୍ରାର ପ୍ରଥମ କିସ୍ତି ଟଙ୍କା ଦିଆଯିବ । ତା’ ପରେ ବି ଯିଏ ଆବେଦନ କରିବେ ତାଙ୍କୁ ମଧ୍ୟ ପ୍ରଥମ କିସ୍ତି ମିଳିବ। ୧୭ ତାରିଖ ପରେ ବି ରେଜିଷ୍ଟ୍ରେସନ କଲେ ଟଙ୍କା ପାଇପାରିବେ ଯୋଗ୍ୟ ହିତାଧିକାରୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର