ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ, ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ କ୍ରେଜ୍‌ ଜାରି ରହିଛି। ସୁଭଦ୍ରା ଆବେଦନ ହେଉ ଅବା ଅଧାରରେ ମୋବାଇଲ ନମ୍ବର ଲିଙ୍କ୍‌ ପାଇଁ ହେଉ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ପ୍ରବଳ ଗହଳି ଲାଗିରହିଛି। ତେବେ ଏହାରି ମଧ୍ୟରେ ରାଜ୍ୟର କିଛି ସ୍ଥାନରୁ ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ମାଗଣା ସୁଭଦ୍ରା ଫର୍ମ ଯୋଗାଇବା ବ୍ୟବସ୍ଥା କରିଥିଲେ ମଧ୍ୟ […]

ଭୁବନେଶ୍ବର : ରାଜ୍ୟରେ ସୁଭଦ୍ରା ଯୋଜନା ପାଇଁ ବର୍ତ୍ତମାନ କ୍ରେଜ୍‌ ଜାରି ରହିଛି। ସୁଭଦ୍ରା ଆବେଦନ ହେଉ ଅବା ଅଧାରରେ ମୋବାଇଲ ନମ୍ବର ଲିଙ୍କ୍‌ ପାଇଁ ହେଉ ଜନସେବା କେନ୍ଦ୍ର ଓ ମୋ ସେବା କେନ୍ଦ୍ରରେ ପ୍ରବଳ ଗହଳି ଲାଗିରହିଛି। ତେବେ ଏହାରି ମଧ୍ୟରେ ରାଜ୍ୟର କିଛି ସ୍ଥାନରୁ ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାର ଅଙ୍ଗନବାଡ଼ି କେନ୍ଦ୍ରରେ ମାଗଣା ସୁଭଦ୍ରା ଫର୍ମ ଯୋଗାଇବା ବ୍ୟବସ୍ଥା କରିଥିଲେ ମଧ୍ୟ କିଛି ସ୍ଥାନରେ ମାଗଣା ଫର୍ମ ନଦେଇ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଜଣାପଡିଛି। ଯାହାକୁ ନେଇ ଏବେ ଆକ୍ସନ ମୋଡକୁ ଆସିଛି ପ୍ରଶାସନ।

ଆହୁରି ପଢ଼ନ୍ତୁ: ଭିତରକନିକା ଜାତୀୟ ଉଦ୍ୟାନରେ ତିନି ଦିନିଆ ପକ୍ଷୀ ଗଣନା ଆରମ୍ଭ

ରାଜ୍ୟର କିଛି ଜିଲ୍ଲାରୁ ସୁଭଦ୍ରା ଫର୍ମ ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗୁଥିବା ଅଭିଯୋଗ ଆସିବା ପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦିଆଯାଇଛି। ସୁଭଦ୍ରା ଫର୍ମ ମାଗଣା ବୋଲି ସରକାର ଘୋଷଣା କରିଛନ୍ତି। ଏଣୁ ଏଥି ପାଇଁ ଅଙ୍ଗନବାଡ଼ି କର୍ମୀ ଟଙ୍କା ମାଗିଲେ କାର୍ଯ୍ୟାନୁଷ୍ଠାନ ହେବ। ଏହାକୁ ନେଇ ୭ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି କରିଛନ୍ତି ମହିଳା ଓ ଶିଶୁ ବିକାଶ ବିଭାଗ ଅତିରିକ୍ତ ସଚିବ। ବାଲେଶ୍ଵର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଓ ପୁରୀ ଜିଲ୍ଲା ପ୍ଲାଙ୍କୁ ସୁଭଦ୍ରା ଯୋଜନାରେ କିଛି ଲୋକ ଅଙ୍ଗନବାଡ଼ି କର୍ମୀ ଫର୍ମ ଓ ଏହାର ପୂରଣ ପାଇଁ ଟଙ୍କା ମାଗିଥିବା ଅଭିଯୋଗ ଉପରେ ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚିଠିରେ ଉଲ୍ଲେଖ ରହିଛି।

ଆହୁରି ପଢ଼ନ୍ତୁ: MKCG ମେଡିକାଲ ପରିସର ନର୍ସିଂ ଛାତ୍ରାବାସରେ ଅଗ୍ନିକାଣ୍ଡ: ଅଳ୍ପକେ ବର୍ତ୍ତିଲେ ଛାତ୍ର

ସେପଟେ ସୁଭଦ୍ରା ଯୋଜନା ଫର୍ମ ପାଇଁ ଟଙ୍କା ମାଗିବା ଅଭିଯୋଗରେ କେନ୍ଦ୍ରାପଡାରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଟଙ୍କା ମାଗିବା ଅଭିଯୋଗରେ ୩ ଜଣ ଅଙ୍ଗନବାଡ଼ି କର୍ମୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କେନ୍ଦ୍ରାପଡ଼ା ଜିଲ୍ଲା ପ୍ରଶାସନ। ହିତାଧିକାରୀଙ୍କୁ ଦୁର୍ବ୍ୟବହାର ଓ ଫର୍ମ ନଦେବା ଅଭିଯୋଗରେ ଅଙ୍ଗନବାଡ଼ି କର୍ମୀ ପୁଷ୍ପଲତା ପଣ୍ଡାଙ୍କ ଦରମା ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ସେହିପରି କେନ୍ଦ୍ରାପଡ଼ା ଜିଲ୍ଲା ଅନ୍ତର୍ଗତ ଡେରାବିଶ ସରଦେଇପୁର ଅଙ୍ଗନବାଡ଼ି କେନ୍ଦ୍ରର କର୍ମୀଙ୍କର ମଧ୍ୟ ଦରମା ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ଟଙ୍କା ମାଗିଥିବାରୁ ଡେରାବିଶର ୨ଜନସେବା କେନ୍ଦ୍ର ଉପରେ ବି କାର୍ଯ୍ୟାନୁଷ୍ଠାନ ହୋଇଛି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

କାଲିଠୁ ଗଡ଼ିବ ‘ସୁଭଦ୍ରା’ ସଚେତନତା ରଥ

ସୁଭଦ୍ରା ଯୋଜନା ସଂପର୍କିତ ସୂଚନା ପାଇଁ କାଲିଠୁ ଗଡ଼ିବ ସଚେତନତା ରଥ। ହିତାଧିକାରୀଙ୍କୁ ସୂଚନା ପ୍ରଦାନ ଓ ସଚେତନ କରିବା ପାଇଁ କାଲିଠାରୁ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଗଡିବ ସଚେତନତା ରଥ। ରଥ କେଉଁ ରାସ୍ତାରେ ପରିଭ୍ରମଣ କରିବ, ତାହାର ନକ୍ସା ଅଂଚଳର ଜନପ୍ରତିନିଧି ଏବଂ ଅଂଶଗ୍ରହଣକାରୀଙ୍କୁ ଜଣାଯିବ। ଫଳରେ ଜନପ୍ରତିନିଧିମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହୋଇପାରିବେ।

ସଚେତନତା ଭ୍ୟାନ ପରିକ୍ରମା ପାଇଁ ବ୍ଲକ, ଜିଲ୍ଲା ସହିତ କେବଳ ଭ୍ୟାନ ପାଇଁ ଜଣେ ଜଣେ ନୋଡାଲ ଅଧିକାରୀ ଦାୟିତ୍ୱରେ ରହିବେ। ନକଲି ୱେବ୍‌ ସାଇଟରେ ଯେପରି ଆବେଦନକାରୀ ଆବେଦନ ନକରନ୍ତି, ତାହାକୁ ନିଶ୍ଚିତ କରିବା ସହ, ଏହା ଜଣା ପଡିଲେ ତୁରନ୍ତ ରାଜ୍ୟ କର୍ତ୍ତୃପକ୍ଷଙ୍କୁ ଜଣାଇବା ସହ କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର