ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

The Sakala Picture
Published On

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ […]

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ଆହୁରି ପଢ଼ନ୍ତୁ: ଡିଏପି ଏବଂ ୟୁରିଆ ବଦଳରେ କମ୍ପ୍ଲେକ୍ସ ସାର ଓ ଆମୋନିୟମ ସଲଫେଟ୍ ବ୍ୟବହାର ଉପରେ ରାଜ୍ୟ ସରକାରଙ୍କ ଗୁରୁତ୍ୱ

ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଦ୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆହୁରି ପଢ଼ନ୍ତୁ: ଶ୍ରୀଗୁଣ୍ଡିଚା ମନ୍ଦିରରେ ଆଜି ମହାପ୍ରଭୁଙ୍କ ଶେଷ ଆଡ଼ପ ଦର୍ଶନ, ସନ୍ଧ୍ୟା ୬ଟାରୁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣିଂ ଜାରି କରାଯାଇଛି। ୯ ତାରିଖରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ପୁରୀ, କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ୫,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଡେରାବିଶ କାଉପଡ଼ା 'RI'ଙ୍କୁ ଧରିଲା ଭିଜିଲାନ୍ସ

08 Sep 2024 By The Sakala

ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ, ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ଅବପାତରେ ପରିଣତ ହେଲା ସୁଦୃଶ ଲଘୁଚାପ । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ କେନ୍ଦ୍ରୀଭୂତ ହୋଇଛି । ବର୍ତ୍ତମାନ ଅବପାତଟି ଗୋପାଳପୁର ଠାରୁ ୨୬୦ କିମି ପୂର୍ବ-ଦକ୍ଷିଣ-ପୂର୍ବରେ ରହିଥିବାବେଳେ ପାରାଦୀପ ଠାରୁ ୨୯୦ କିମି ଦୂର ଦକ୍ଷିଣ-ଦକ୍ଷିଣ-ପୂର୍ବରେ ରହିଛି ।ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗରେ ଗତିକରି ଗଭୀର ଅବପାତରେ ପରିଣତ ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି ।

ପରବର୍ତ୍ତୀ ଦୁଇ ଦିନ ମଧ୍ୟରେ ଗଭୀର ଅବପାତଟି ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଗାଙ୍ଗେଟିକ୍ ପଶ୍ଚିମବଙ୍ଗ, ଉତ୍ତର ଓଡ଼ିଶା, ଝାଡଖଣ୍ଡ  ଦେଇ ଛତିଶଗଡ଼ ମୁହାଁ ହେବ। ପ୍ରଭାବରେ ୧୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ନିର୍ଦ୍ଧୁମ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା,ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହି ଜିଲ୍ଲା ଗୁଡିକରେ ୭୦ ରୁ ୨୦୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ଏହା ସହ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ଣିଂ ଜାରି କରାଯାଇଛି। ୯ ତାରିଖରେ ବଢିବ ବର୍ଷାର ପରିମାଣ ଏବଂ ବିସ୍ତୃତି। ଏଥିପାଇଁ ୯ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱର୍ଣିଂ ଜାରି ହୋଇଛି। କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଗଜପତି, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା ପୁରୀ, କଟକକୁ ସତର୍କତା ଜାରି କରାଯାଇଛି। ସେହିଭଳି ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ୧୦ ତାରିଖ ପାଇଁ ୯ ଜିଲ୍ଲାକୁ ଆରେଞ୍ଜ ଆଲର୍ଟ ଜାରି କରାଯାଇଛି। କଳାହାଣ୍ଡି , କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୋନପୁର,ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ। ପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବ ପବନ। ଫଳରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ଆଜିଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ନଯିବା ପାଇଁ ପରାମର୍ଶ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର