ଦଶମୂଳ ଔଷଧ ଲାଗି ପରେ ଜ୍ୱରରୁ ସୁସ୍ଥ ହେଲେ ମହାପ୍ରଭୁ

The Sakala Picture
Published On

ଅନବସରର ଆଜି ଦ୍ୱାଦଶୀ ତିଥି । ଅଣସର ଉପଚାର ପରେ ଏବେ ସୁସ୍ଥ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ଅଣସର ଦ୍ୱାଦଶୀ ତିଥିରେ ରାଜନଅରକୁ ରାଜପ୍ରସାଦ ବିଜେ ହେବା ସହିତ ମହାପ୍ରଭୁ ସୁସ୍ଥ ହେବାର ସନ୍ଦେଶ ଦଇତାପତି ଦେଇଛନ୍ତି । ବିଧି ମୁତାବକ ଆଜି ପୁରୀରେ ଏହି ସନ୍ଦେଶକୁ ଦଇତାପତି ରାଜନଅରକୁ ଦେଇଛନ୍ତି । ମହାପ୍ରଭୁ ସୁସ୍ଥ ହେବା ପରେ ରଥଯାତ୍ରାରେ ଯିବାର ପରମ୍ପରା ରହିଛି । ସେପଟେ ପୁରୀ ବଡ଼ଦାଣ୍ଡରେ ଦଣ୍ଡାୟମାନ ସମ୍ପୂର୍ଣ୍ଣପ୍ରାୟ ତିନିରଥ । […]

ଅନବସରର ଆଜି ଦ୍ୱାଦଶୀ ତିଥି । ଅଣସର ଉପଚାର ପରେ ଏବେ ସୁସ୍ଥ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ଅଣସର ଦ୍ୱାଦଶୀ ତିଥିରେ ରାଜନଅରକୁ ରାଜପ୍ରସାଦ ବିଜେ ହେବା ସହିତ ମହାପ୍ରଭୁ ସୁସ୍ଥ ହେବାର ସନ୍ଦେଶ ଦଇତାପତି ଦେଇଛନ୍ତି । ବିଧି ମୁତାବକ ଆଜି ପୁରୀରେ ଏହି ସନ୍ଦେଶକୁ ଦଇତାପତି ରାଜନଅରକୁ ଦେଇଛନ୍ତି । ମହାପ୍ରଭୁ ସୁସ୍ଥ ହେବା ପରେ ରଥଯାତ୍ରାରେ ଯିବାର ପରମ୍ପରା ରହିଛି । ସେପଟେ ପୁରୀ ବଡ଼ଦାଣ୍ଡରେ ଦଣ୍ଡାୟମାନ ସମ୍ପୂର୍ଣ୍ଣପ୍ରାୟ ତିନିରଥ । ଉତ୍କଳୀୟ ପରମ୍ପରା, କଳା ଓ ଭାସ୍କର୍ଯ୍ୟର ନମୁନା ବହନ କରୁଥିବା ତିନି ରଥ ବେଶ୍‌ ଆକର୍ଷଣୀୟ । ତିନି ରଥରେ ପାର୍ଶ୍ୱ ଦେବଦେବୀ ଓ କଳସ ଖଞ୍ଜା ସରିଛି । ନିର୍ମାଣ ଚାଲିଛି ବେଦି ଓ ସିଂହାସନ । ୧୨ ତାରିଖରେ ରଥରେ ଚଢ଼ି ପତିତ ଉଦ୍ଧାର ପାଇଁ ଘୋଷଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି ।

ଆହୁରି ପଢ଼ନ୍ତୁ: ଅସହ୍ୟ ଗରମ ଓ ଗୁଳୁଗୁଳିର କଲବଲ ରାଜଧାନୀବାସୀ; ସାଢ଼େ ୧୧ଟା ସୁଦ୍ଧା ୩୮ ଡିଗ୍ରୀ ତାପମାତ୍ରାରେ ୪୯ ଡିଗ୍ରୀ ପରି ତାତି

ଅନ୍ୟପଟେ ପୁରୀ ଛଡ଼ା ଆଉ କେଉଁଠି ରଥଯାତ୍ରା ହୋଇପାରିବନି । ଏପରି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ଦ୍ବାରା ଗଠିତ ପ୍ରଧାନ ବିଚାରପତି ଜଷ୍ଟିସ ଏନ ଭି ରମଣାଙ୍କ ଖଣ୍ଡପୀଠ ଏହି ସୁପ୍ରିମ ରାୟ ଶୁଣାଇଛନ୍ତି । କେନ୍ଦ୍ରାପଡ଼ା, ନୀଳଗିରି, ଭଟଲି ସହ ଅନ୍ୟସ୍ଥାନରେ ରଥଯାତ୍ରା ହେବାପାଇଁ ଏକାଧିକ ଆବେଦନ ହୋଇଥିଲା । ଯାହାକୁ ଖାରଜ କରିଦେଇଛନ୍ତି ଖଣ୍ଡପୀଠ ।

ଆହୁରି ପଢ଼ନ୍ତୁ: ରଥଖଳାରେ ଶୋକର ଛାୟା: ତାଳଧ୍ୱଜ ରଥ ନିର୍ମାଣକାରୀ ଭୋଇ ସେବାୟତଙ୍କ ହୃଦଘାତରେ ମୃତ୍ୟୁ

ଏ ନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ପ୍ରଧାନ ବିଚାରପତି । କହିଛନ୍ତି, ଏପରି ନିଷ୍ପତ୍ତିରେ ଖଣ୍ଡପୀଠ ଖୁସି ନୁହେଁ । କିନ୍ତୁ କୋଭିଡ ସମୟରେ ଖଣ୍ଡପୀଠ ଏପରି ରାୟ ଶୁଣାଇବାକୁ ନାଚାର । ଆସନ୍ତାବର୍ଷ ପ୍ରଭୁ ସବୁଠି ରଥଯାତ୍ରା ଆୟୋଜନ ନେଇ ଅନୁମତି ଦେବେ ବୋଲି ଖଣ୍ଡପୀଠ ଆଶା କରିଛନ୍ତି । ପୂର୍ବରୁ ଏ ନେଇ ହାଇକୋର୍ଟ ମଧ୍ୟ ସବୁ ଆବେଦନ ଖାରଜ କରି କେବଳ ପୁରୀରେ ରଥଯାତ୍ରା କରିବାକୁ ଅନୁମତି ଦେଇଥିଲେ । ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ବିଭିନ୍ନ ସଂଗଠନ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଯାହାକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି । କୋଭିଡ ସ୍ଥିତିକୁ ନଜରରେ ରଖି ଆସିଛି ଏହି ରାୟ ।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

06 Jul 2021 By The Sakala

ଦଶମୂଳ ଔଷଧ ଲାଗି ପରେ ଜ୍ୱରରୁ ସୁସ୍ଥ ହେଲେ ମହାପ୍ରଭୁ

ଅନବସରର ଆଜି ଦ୍ୱାଦଶୀ ତିଥି । ଅଣସର ଉପଚାର ପରେ ଏବେ ସୁସ୍ଥ ହୋଇଛନ୍ତି ଚତୁର୍ଦ୍ଧାମୂର୍ତ୍ତି । ଆଜି ଅଣସର ଦ୍ୱାଦଶୀ ତିଥିରେ ରାଜନଅରକୁ ରାଜପ୍ରସାଦ ବିଜେ ହେବା ସହିତ ମହାପ୍ରଭୁ ସୁସ୍ଥ ହେବାର ସନ୍ଦେଶ ଦଇତାପତି ଦେଇଛନ୍ତି । ବିଧି ମୁତାବକ ଆଜି ପୁରୀରେ ଏହି ସନ୍ଦେଶକୁ ଦଇତାପତି ରାଜନଅରକୁ ଦେଇଛନ୍ତି । ମହାପ୍ରଭୁ ସୁସ୍ଥ ହେବା ପରେ ରଥଯାତ୍ରାରେ ଯିବାର ପରମ୍ପରା ରହିଛି । ସେପଟେ ପୁରୀ ବଡ଼ଦାଣ୍ଡରେ ଦଣ୍ଡାୟମାନ ସମ୍ପୂର୍ଣ୍ଣପ୍ରାୟ ତିନିରଥ । ଉତ୍କଳୀୟ ପରମ୍ପରା, କଳା ଓ ଭାସ୍କର୍ଯ୍ୟର ନମୁନା ବହନ କରୁଥିବା ତିନି ରଥ ବେଶ୍‌ ଆକର୍ଷଣୀୟ । ତିନି ରଥରେ ପାର୍ଶ୍ୱ ଦେବଦେବୀ ଓ କଳସ ଖଞ୍ଜା ସରିଛି । ନିର୍ମାଣ ଚାଲିଛି ବେଦି ଓ ସିଂହାସନ । ୧୨ ତାରିଖରେ ରଥରେ ଚଢ଼ି ପତିତ ଉଦ୍ଧାର ପାଇଁ ଘୋଷଯାତ୍ରାରେ ଯିବେ ଚତୁର୍ଦ୍ଧାମୂର୍ତ୍ତି ।

ଅନ୍ୟପଟେ ପୁରୀ ଛଡ଼ା ଆଉ କେଉଁଠି ରଥଯାତ୍ରା ହୋଇପାରିବନି । ଏପରି ରାୟ ଶୁଣାଇଛନ୍ତି ସୁପ୍ରିମକୋର୍ଟ । ସୁପ୍ରିମକୋର୍ଟଙ୍କ ଦ୍ବାରା ଗଠିତ ପ୍ରଧାନ ବିଚାରପତି ଜଷ୍ଟିସ ଏନ ଭି ରମଣାଙ୍କ ଖଣ୍ଡପୀଠ ଏହି ସୁପ୍ରିମ ରାୟ ଶୁଣାଇଛନ୍ତି । କେନ୍ଦ୍ରାପଡ଼ା, ନୀଳଗିରି, ଭଟଲି ସହ ଅନ୍ୟସ୍ଥାନରେ ରଥଯାତ୍ରା ହେବାପାଇଁ ଏକାଧିକ ଆବେଦନ ହୋଇଥିଲା । ଯାହାକୁ ଖାରଜ କରିଦେଇଛନ୍ତି ଖଣ୍ଡପୀଠ ।

ଏ ନେଇ ଟ୍ବିଟ ଯୋଗେ ସୂଚନା ଦେଇଛନ୍ତି ପ୍ରଧାନ ବିଚାରପତି । କହିଛନ୍ତି, ଏପରି ନିଷ୍ପତ୍ତିରେ ଖଣ୍ଡପୀଠ ଖୁସି ନୁହେଁ । କିନ୍ତୁ କୋଭିଡ ସମୟରେ ଖଣ୍ଡପୀଠ ଏପରି ରାୟ ଶୁଣାଇବାକୁ ନାଚାର । ଆସନ୍ତାବର୍ଷ ପ୍ରଭୁ ସବୁଠି ରଥଯାତ୍ରା ଆୟୋଜନ ନେଇ ଅନୁମତି ଦେବେ ବୋଲି ଖଣ୍ଡପୀଠ ଆଶା କରିଛନ୍ତି । ପୂର୍ବରୁ ଏ ନେଇ ହାଇକୋର୍ଟ ମଧ୍ୟ ସବୁ ଆବେଦନ ଖାରଜ କରି କେବଳ ପୁରୀରେ ରଥଯାତ୍ରା କରିବାକୁ ଅନୁମତି ଦେଇଥିଲେ । ହାଇକୋର୍ଟଙ୍କ ରାୟକୁ ଚାଲେଞ୍ଜ କରି ବିଭିନ୍ନ ସଂଗଠନ ସୁପ୍ରିମକୋର୍ଟରେ ଆବେଦନ କରିଥିଲେ । ଯାହାକୁ ସର୍ବୋଚ୍ଚ ଅଦାଲତ ଖାରଜ କରିଦେଇଛନ୍ତି । କୋଭିଡ ସ୍ଥିତିକୁ ନଜରରେ ରଖି ଆସିଛି ଏହି ରାୟ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର