ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ଆତିଶୀ ମାର୍ଲେନା, କେଜ୍ରିଓ୍ୱାଲଙ୍କ ପାଇଁ ଖାଲିରିଖିଲେ ଆଉ ଏକ ଚୌକି….

The Sakala Picture
Published On

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ଯ ଆରମ୍ଭ କରିଛନ୍ତି। ଆତିଶୀ କହିଛନ୍ତି, ଆଜି ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ […]

ନୂଆଦିଲ୍ଲୀ: ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି ଆତିଶୀ ମାର୍ଲେନା । କେଜ୍ରିଓ୍ୱାଲଙ୍କ ପାଇଁ ସେ ଆସନ ଖାଲି ରଖିଛନ୍ତି। ମୁଖ୍ୟମନ୍ତ୍ରୀ ଆତିଶୀଙ୍କ କାର୍ଯ୍ୟାଳୟରେ ଦୁଇଟି ଚୌକି ଲଗାଯାଇଛି। ଅରବିନ୍ଦ କେଜରିୱାଲଙ୍କ ଚେୟାର ପାର୍ଶ୍ୱରେ ଅନ୍ୟ ଏକ ଚୌକିରେ ବସି ଆତିଶୀ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ଯ ଆରମ୍ଭ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ଆତିଶୀ କହିଛନ୍ତି, ଆଜି ମୋ ମନରେ ସେହି ଭଳି ଯନ୍ତ୍ରଣା ଅଛି, ଯାହା ଭରତଙ୍କ ଥିଲା। ଯେଉଁଭଳି ଭାବରେ ଭରତ ସିଂହାସନରେ ଭଗବାନ ରାମଙ୍କ କଠଉ ରଖି ରାଜ୍ୟଭାର ସମ୍ଭାଳିଥିଲେ। ସେହିପରି ମୁଁ ମଧ୍ୟ ଆସନ୍ତା ୪ ମାସ ପାଇଁ ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିବି।

ଆହୁରି ପଢ଼ନ୍ତୁ: ସାପ କାମୁଡ଼ିବା ପରେ ସାପକୁ ଧରି ହସ୍ପିଟାଲ ପହଞ୍ଚିଲେ ଯୁବକ

ମଦ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲ୍‌ରୁ ଜାମିନରେ ବାହାରିବା ପରେ ଅରବିନ୍ଦ କେଜ୍ରିଓ୍ୱାଲ ସେପ୍ଟେମ୍ବର ୧୭ ତାରିଖରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। କେଜ୍ରିୱାଲଙ୍କ ଇସ୍ତଫା ପରେ ଆମ୍ ଆଦମୀ ପାର୍ଟିର ବିଧାୟକ ଦଳ ବୈଠକରେ ଆତିଶୀଙ୍କୁ ତାଙ୍କ ସ୍ଥାନରେ ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବରେ ଚୟନ କରାଯାଇଥିଲା।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର