ଓଡ଼ିଶା ଅଲିମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶା ଅଲିମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ବ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ ।  ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଲେ ୬କୋଟି, ରୌପ୍ୟପଦକ ବିଜେତାଙ୍କୁ ୪କୋଟି ଏବଂ କାଂସ୍ୟ ପଦକ ପାଇଲେ ୨.୫କୋଟି ଟଙ୍କା ମିଳିବ ପୁରସ୍କାର। ଭଲ କରିବାକୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ। କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା […]

ଭୁବନେଶ୍ବର: ଓଡ଼ିଶା ଅଲିମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ବ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ ।  ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଲେ ୬କୋଟି, ରୌପ୍ୟପଦକ ବିଜେତାଙ୍କୁ ୪କୋଟି ଏବଂ କାଂସ୍ୟ ପଦକ ପାଇଲେ ୨.୫କୋଟି ଟଙ୍କା ମିଳିବ ପୁରସ୍କାର। ଭଲ କରିବାକୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଜଗା ଦର୍ଶନ ପାଇଁ ଆସୁଥିବା ବେଳେ ହେଲା ମର୍ମନ୍ତୁଦ ସଡକ ଦୁର୍ଘଟଣା, ୬ ଗୁରୁତର

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲିମ୍ପିକରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ । ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(5T)  ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲିମ୍ପିକ୍ସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଛନ୍ତି । କ୍ରୀଡା ବିଭାଗର ପ୍ରମୁଖ ସଚିବ  ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ  ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର , ଉନ୍ନୟନ କମିଶନର  ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ରହିଥିଲେ  ।

ଆହୁରି ପଢ଼ନ୍ତୁ: ଆକ୍ସନ ମୋଡ଼ରେ ଧଉଳି ଥାନା ପୋଲିସ: ହୋଟେଲକୁ ଡାକି ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ ଗିରଫ

08 Jul 2021 By The Sakala

ଓଡ଼ିଶା ଅଲିମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶା ଅଲିମ୍ପିଆନ୍‌ଙ୍କ ପାଇଁ ପୁରସ୍କାର ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଓଡ଼ିଶାରୁ ଅଲିମ୍ପିକ୍ସରେ ପ୍ରତିନିଧିତ୍ବ କରିଥିବା ପ୍ରତ୍ୟେକ ପ୍ରତିଯୋଗୀଙ୍କୁ ୧୫ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ପ୍ରଦାନ କରାଯିବ ।  ଅଲିମ୍ପିକ୍ସରେ ସ୍ବର୍ଣ୍ଣପଦକ ଜିତିଲେ ୬କୋଟି, ରୌପ୍ୟପଦକ ବିଜେତାଙ୍କୁ ୪କୋଟି ଏବଂ କାଂସ୍ୟ ପଦକ ପାଇଲେ ୨.୫କୋଟି ଟଙ୍କା ମିଳିବ ପୁରସ୍କାର। ଭଲ କରିବାକୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ଯମନ୍ତ୍ରୀ।

କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରି କ୍ରୀଡା ମନ୍ତ୍ରୀ ତୁଷାରକାନ୍ତି ବେହେରା ଖେଳାଳି ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଲିମ୍ପିକରେ ସେମାନଙ୍କ ସଫଳତା କ୍ରୀଡା କ୍ଷେତ୍ରରେ ଓଡିଶାକୁ ଗୌରବ ମଣ୍ଡିତ କରିବ ବୋଲି ଆଶା ପ୍ରକାଶ କରିଥିଲେ । ଏହି ଅବସରରେ ସମସ୍ତ ଖେଳାଳି ବ୍ୟକ୍ତିଗତ ଭାବରେ ସେମାନଙ୍କର ମତାମତ ଦେଇ ଅଲମ୍ପିକରେ ଭଲ ପ୍ରଦର୍ଶନ କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣିବେ ବୋଲି କହିଥିଲେ ଏବଂ ରାଜ୍ୟ ସରକାରଙ୍କ ସହଯୋଗ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଥିଲେ। ।

ଖେଳାଳି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ସଚିବ(5T)  ଭି କେ ପାଣ୍ଡିଆନ ଖେଳାଳି ମାନଙ୍କ ଅଲିମ୍ପିକ୍ସ ପ୍ରସ୍ତୁତି ଓ ଏଥି ନିମନ୍ତେ ସେମାନଙ୍କର ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଛନ୍ତି । କ୍ରୀଡା ବିଭାଗର ପ୍ରମୁଖ ସଚିବ  ବିଶାଳ ଦେବ ସ୍ଵାଗତ ଭାଷଣ ଦେଇଥିଲେ ଓ ସ୍ଵତନ୍ତ୍ର ସଚିବ  ଆର ଭିନିଲ କ୍ରିଷ୍ଣା ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର , ଉନ୍ନୟନ କମିଶନର  ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ରହିଥିଲେ  ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର