ଆସନ୍ତା ୨୧ରେ ଲଘୁଚାପ, ୨୩ରେ ଅବପାତ; ସମ୍ଭାବ୍ୟ ବାତ୍ୟା ନେଇ କୌଣସି ସୂଚନା ଦେଇନାହିଁ ପାଣିପାଗ କେନ୍ଦ୍ର

The Sakala Picture
Published On

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହେବ। ଆସନ୍ତା ୨୩ ତାରିଖ ବେଳକୁ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ […]

ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ଶନିବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତା ୨୧ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍‌ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। କ୍ରମେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆହୁରି ଘନୀଭୂତ ହେବ। ଆସନ୍ତା ୨୩ ତାରିଖ ବେଳକୁ ଏହା ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ରାଜ୍ୟରେ ସମ୍ଭାବ୍ୟ ବାତ୍ୟା ନେଇ ଆଲୋଚନା ଜାରି ରହିଥିବା ବେଳେ ପାଣିପାଗ କେନ୍ଦ୍ର ପକ୍ଷରୁ ଏ ନେଇ କୌଣସି ସ୍ପଷ୍ଟ ସୂଚନା ପ୍ରଦାନ କରାଯାଇନାହିଁ।

ଆହୁରି ପଢ଼ନ୍ତୁ: ନିଶାସକ୍ତ ସ୍ୱାମୀର ଉନ୍ମତ୍ତ କାଣ୍ଡ; ସ୍ତ୍ରୀକୁ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା

ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଅବପାତର ପ୍ରଭାବରେ ଆସନ୍ତା ୨୩, ୨୪ ଓ ୨୫ ତାରିଖରେ ଉପକୂଳ ଓଡ଼ିଶା ସହ ପାଶ୍ୱର୍ବର୍ତ୍ତୀ ଜିଲ୍ଲା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଏବଂ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତେବେ ଅବପାତର ପ୍ରଭାବ କ’ଣ ରହିବ, ଏହା ବାତ୍ୟା ରୂପ ନେବ କି ନା, କେଉଁଠାରେ ସ୍ଥଳଭାଗ ଛୁଇଁବ, ତାହା ପରବର୍ତ୍ତୀ ସମୟରେ ଜଣାପଡ଼ିବ ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରୁ ଓରାଙ୍ଗଉଟାନ୍‌ ଉଦ୍ଧାର ଘଟଣା: ଅନ୍ତର୍ଜାତୀୟ ଚୋରାଚାଲାଣ ଲିଙ୍କ୍ ଆଶଙ୍କା କଲେ ଜଙ୍ଗଲ ମନ୍ତ୍ରୀ

ଅପରପକ୍ଷେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ କେତେକ ସ୍ଥାନରେ ବର୍ଷା ହୋଇଛି। ରବିବାର ବର୍ଷାର ବିସ୍ତୃତି ବଢ଼ିବା ସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ଘଡ଼ଘଡ଼ି ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାବ୍ୟତୀତ ବର୍ତ୍ତମାନ ପର୍ଯ୍ୟନ୍ତ ଲଘୁଚାପଜନିତ ବର୍ଷା ନେଇ କୌଣସି ଆକଳନ ହୋଇ ନ ଥିବା ବେଳେ ଟ୍ରାପ୍‌ ଲାଇନ୍‌୍‌ ପ୍ରଭାବରେ ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର