ଆସନ୍ତା ୨୩ରୁ ରାଷ୍ଟ୍ରପତିଙ୍କ ୩ ଦିନିଆ ଓଡ଼ିଶା ଗସ୍ତ, ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ଫୋର୍ସ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୁଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିବା ସହ ସୁରକ୍ଷାକୁ ସୁନିଶ୍ଚିତ କରାଯିବ। ଗତକାଲି ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲୁ ବୁକ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ୩ଟି ଜିଲ୍ଲାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ […]

ଭୁବନେଶ୍ୱର: ଆସନ୍ତା ୨୩ ତାରିଖରୁ ୩ଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସୁଛନ୍ତି। ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ଓଡ଼ିଶା ପୁଲିସ ପକ୍ଷରୁ ପ୍ରସ୍ତୁତି ଜୋରଦାର କରିବା ସହ ସୁରକ୍ଷାକୁ ସୁନିଶ୍ଚିତ କରାଯିବ। ଗତକାଲି ପୁଲିସ ମହାନିର୍ଦ୍ଦେଶକ ୱାଇବି ଖୁରାନିଆଙ୍କ ଅଧ୍ୟକ୍ଷତାରେ ବୈଠକରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ବ୍ଲୁ ବୁକ ଅନୁସାରେ ରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ। ୩ଟି ଜିଲ୍ଲାରେ ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦାୟିତ୍ୱରେ ୧୧୦ ପ୍ଲାଟୁନ ପୁଲିସ ଫୋର୍ସ ନିୟୋଜିତ କରାଯିବ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ଏଥିସହ ୫୦୦ ବରିଷ୍ଠ ପୁଲିସ ଅଧିକାରୀ, ଓଡ୍ରାଫ ଟିମ୍‌, ସ୍ପେଶାଲ ଟ୍ରାକ୍ଟିକାଲ ୟୁନିଟ୍‌ ମଧ୍ୟ ମୁତୟନ କରାଯିବ। ସୁରକ୍ଷା ବ୍ୟବସ୍ଥାର ତଦାରଖ କରିବାକୁ ୩ ଜଣ ଏଡିଜି ପାହ୍ୟାର ଅଧିକାରୀଙ୍କୁ ନିୟୋଜିତ କରାଯିବ। ଅନୁରୂପ ଭାବେ ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ବ୍ୟାପକ କରିଛି। ରାଜଧାନୀରେ ୪୦ ପ୍ଲାଟୁନ ପୁଲିସ ଫୋର୍ସ ସହ କାର୍ଯ୍ୟସୂଚୀର ପ୍ରତିସ୍ଥାନରେ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯିବ। ଏହି ସମୀକ୍ଷା ବୈଠକରେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର, କୋଷ୍ଟଗାର୍ଡ ଏଡିଜି ଅରୁଣ ବୋଥ୍ରା, ଏଡିଜି ଆଧୁନୀକରଣ ସୌମେନ୍ଦ୍ର ପ୍ରିୟଦର୍ଶୀ, ପୁଲିସ କମିସନର ଦେବଦତ୍ତ ସିଂ, ଅତିରିକ୍ତ ପୁଲିସ କମିସନର ଉମାଶଙ୍କର ଦାଶ, ଡିସିପି ପିନାକ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

ଆହୁରି ପଢ଼ନ୍ତୁ: ବିଜେପିର ଜନବିରୋଧୀ ନୀତି ପାଇଁ ଓଡ଼ିଶା ଉପେକ୍ଷିତ: ବିଜେଡି

ସୂଚନାଯୋଗ୍ୟ ଯେ, ଗତ ୨୩ ତାରିଖରେ ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଓ ବାଙ୍ଗିରିପୋଷିରେ ରାଷ୍ଟ୍ରପତିଙ୍କ ଏକାଧିକ କାର୍ଯ୍ୟକ୍ରମ ରହିଛି। ପରଦିନ ପୁରୀକୁ ଯାଇ ମହାପ୍ରଭୁ ଜଗନ୍ନାଥ ଦର୍ଶନ କରିବେ ମହାମହିମ। ୨୫ ତାରିଖରେ ଭୁବନେଶ୍ୱର ୩ଟି କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟସୂଚୀରେ ରହିଛି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର