ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଭଲ କାମ କରିଥିବାରୁ ଉଚ୍ଚ ପ୍ରଶଂସା କଲେ…

The Sakala Picture
Published On

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ। ସୂଚନା ଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ। […]

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ।

ଆହୁରି ପଢ଼ନ୍ତୁ: ମାର୍ଚ୍ଚ ଆରମ୍ଭରୁ ତାଉ ଦେଖାଇଲାଣି ଖରା: ୩୯.୬ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ, ଜାଣନ୍ତୁ ଆଗକୁ କେମିତି ରହିବ ପାଗ

ସୂଚନା ଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ। ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି। ଗାଁର ଜୈନେକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା ଯୋଗୁଁ ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ଓଡିଶାରୁ ନାମାଙ୍କନ ଦାଖଲ କରିବେ ୫ ପ୍ରାର୍ଥୀ

ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଥିଲେ ଏବଂ ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

25 Oct 2024 By The Sakala

ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଭଲ କାମ କରିଥିବାରୁ ଉଚ୍ଚ ପ୍ରଶଂସା କଲେ…

ଭୁବନେଶ୍ଵର: କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳଙ୍କ ସହିତ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ନରେ ଟେଲିଫୋନ୍ ଯୋଗେ କଥାହୋଇ ବାତ୍ୟା ସମୟରେ ମାନବିକତାର ପ୍ରକୃତ ନିଦର୍ଶନ ଦେଖାଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଥିଲେ।

ସୂଚନା ଯୋଗ୍ୟ ଯେ, କେନ୍ଦ୍ରାପଡା ଜିଲ୍ଲା ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଆଶା ଦିଦି ଶିବାନୀ ମଣ୍ଡଳ ବାତ୍ୟା ପୂର୍ବରୁ ଖସାମୁଣ୍ଡା ଗାଁର ଲୋକମାନଙ୍କୁ ଆଶ୍ରୟସ୍ଥଳୀକୁ ସୁରକ୍ଷିତ ଭାବେ ସ୍ଥାନାନ୍ତରିତ କରିବାର ଦାୟିତ୍ବ ନେଇଥିଲେ। ଏହି ଦାୟିତ୍ବ ସେ ସୁନ୍ଦରଭାବେ ନିର୍ବାହ କରିଛନ୍ତି। ଗାଁର ଜୈନେକ ବୟସ୍କା ମହିଳା ପାରାଲିସିସ ଆକ୍ରାନ୍ତ ଏବଂ ପ୍ରବଳ ବର୍ଷା ଯୋଗୁଁ ଆଶ୍ରୟସ୍ଥଳକୁ ଯାଇ ପାରୁନଥିଲେ। ଶିବାନୀ ଦିଦି ତାଙ୍କୁ ନିଜ ପିଠିରେ ପକାଇ ଦେଢ କିଲୋମିଟର ଦୂରରେ ଥିବା ଆଶ୍ରୟସ୍ଥଳକୁ ବୋହି ନେଇ କର୍ତ୍ତବ୍ୟ ପାଳନ କ୍ଷେତ୍ରରେ ସମସ୍ତଙ୍କ ପାଇଁ ପ୍ରେରଣା ସାଜିଛନ୍ତି।

ମୁଖ୍ୟମନ୍ତ୍ରୀ ଆଶା ଦିଦିଙ୍କ ସହ ଫୋନ୍‌ରେ କଥା ହେବା ପରେ ଜାଣିବାକୁ ପାଇଲେ ଯେ ସେ ଦିନ ସେ ସମୁଦାୟ ୭ଜଣ ବୟସ୍କ ଏବଂ ୨ ଜଣ ପ୍ରସୂତୀଙ୍କୁ ପିଠିରେ ବୋହି ଆଶ୍ରୟସ୍ଥଳକୁ ନେଇଥିଲେ। ମୁଖ୍ୟମନ୍ତ୍ରୀ ତାଙ୍କର ଏହି ଉତ୍ସର୍ଗୀକୃତ ସେବାର ଉଚ୍ଚ ପ୍ରଶଂସାକରିବା ସହିତ କହିଥିଲେ ଯେ ସରକାର ଏବଂ ମୁଁ ବ୍ୟକ୍ତିଗତ ଭାବେ ତୁମ କାମ ଉପରେ ବହୁତ ଖୁସି। ମହାପ୍ରଭୁ ଶ୍ରୀ ଜଗନ୍ନାଥ ତୁମକୁ ସବୁବେଳେ ଭଲରେ ରଖନ୍ତୁ। ବିପଦ ବେଳେ ତୁମେ ସମସ୍ତଙ୍କୁ ଏହି ଭଳି ସାହାଯ୍ୟ କରୁଥାଅ। ମୁଖ୍ୟମନ୍ତ୍ରୀ ତାଙ୍କ ପରିବାରର ଭଲମନ୍ଦ ବିଷୟରେ ବୁଝିଥିଲେ ଏବଂ ତାଙ୍କର ଘର ନଥିବାରୁ ଟେଲିଫୋନ୍‌ ଯୋଗେ ରାଜନଗର ବିଡିଓଙ୍କୁ ତାଙ୍କୁ ତୁରନ୍ତ ଏକ ଘର ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ । ଏହା ସହିତ ଶିବନୀଙ୍କୁ ଅନ୍ୟାନ୍ୟ ଆବଶ୍ୟକ ସହାୟତା ଯୋଗାଇଦେବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି।

https://www.thesakala.in/latest-odisha-news/cm-mohan-majhi-talked-and-praised-asa-karmi-shivani-mandal-of-kendrapara/article-36103
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର