ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

The Sakala Picture
Published On

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶିଳ୍ପା ଗତକାଲି ସଂଧ୍ୟାରେ ଭୁବନେଶ୍ବର ଆସିଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ମନ୍ଦିର ଯାଇଥିଲେ। ମନ୍ଦିର ଭିତରକୁ ମୋବାଇଲ୍‌ ଓ କ୍ୟାମେରା ନେବାକୁ ବାରଣ ଥିଲେ ହେଁ ସେଠାରେ ଶିଳ୍ପାଙ୍କ ଫଟୋ ଉତ୍ତୋଳନ କରାଯିବା ସହ ଭିଡିଓ କରାଯାଇଥିଲା। ତେବେ ସାମାଜିକ ଗଣମାଧ୍ୟମରେ ଏହା ଭାଇରାଲ୍‌ ହେବା […]

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶିଳ୍ପା ଗତକାଲି ସଂଧ୍ୟାରେ ଭୁବନେଶ୍ବର ଆସିଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ମନ୍ଦିର ଯାଇଥିଲେ। ମନ୍ଦିର ଭିତରକୁ ମୋବାଇଲ୍‌ ଓ କ୍ୟାମେରା ନେବାକୁ ବାରଣ ଥିଲେ ହେଁ ସେଠାରେ ଶିଳ୍ପାଙ୍କ ଫଟୋ ଉତ୍ତୋଳନ କରାଯିବା ସହ ଭିଡିଓ କରାଯାଇଥିଲା। ତେବେ ସାମାଜିକ ଗଣମାଧ୍ୟମରେ ଏହା ଭାଇରାଲ୍‌ ହେବା ପରେ ବିବାଦ ଦେଖାଦେଇଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କମହଲ‌ରେ ମଧ୍ୟ ପ୍ରତିକ୍ରିୟା ପ୍ରକାଶ ପାଇଛି।

ଆହୁରି ପଢ଼ନ୍ତୁ: ଅଦିନିଆ ରଥଯାତ୍ରାକୁ ନେଇ ଗଜପତିଙ୍କ କ୍ଷୋଭ: ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେବ ଶ୍ରୀମନ୍ଦିର ପରିଚାଳନା କମିଟି

ସେମାନଙ୍କ କହିବା କଥା, ଶିଳ୍ପା ବାହାର ରାଜ୍ୟର ହୋଇଥିବାରୁ ସେ ହୁଏତ ଏ କଟକଣା ସଂପର୍କ‌ରେ ଜାଣି ନଥିବେ। କିନ୍ତୁ ମନ୍ଦିରର ସୁରକ୍ଷା ଦାୟିତ୍ବ‌ରେ ଥିବା ପୁଲିସ୍‌ ଓ ମନ୍ଦିର ପ୍ରଶାସନ କ’ଣ କରୁଥିଲା। ଏନେଇ ତାଙ୍କୁ କାହିଁକି ବାରଣ କରାଗଲା ନାହିଁ। ବାରଣ ତ ଦୂରର କଥା, ମନ୍ଦିର ଭିତରକୁ ମୋବାଇଲ୍‌ ବା କ୍ୟାମେରା ଯିବା ବେଳେ ତାହା କାହିଁକି ଯାଞ୍ଚ କରାଗଲା ନାହିଁ। ଖାଲି ସେତିକି ନୁହେଁ, ଫଟୋ ଓ ଭିଡିଓରେ ଶିଳ୍ପାଙ୍କ ସହ ଜଣେ ସେବାୟତ ନଜର ଆସୁଛନ୍ତି। ସେ ଶିଳ୍ପାଙ୍କୁ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଓ ମନ୍ଦିର ସଂପର୍କରେ ସୂଚନା ଦେଉଛନ୍ତି। ତେବେ ସଂପୃକ୍ତ ସେବାୟତଜଣଙ୍କ କ’ଣ ମନ୍ଦିରର ଏହି କଟକଣା ସଂପର୍କରେ ଜାଣିନାହାନ୍ତି ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖାଲି ଏହି ଗୋଟିଏ ଘଟଣା ନୁହେଁ, ଅତୀତରେ ମଧ୍ୟ ଅନେକଥର ଶ୍ରୀଲିଙ୍ଗରାଜ ମନ୍ଦିରର ଫଟୋ ଭାଇରାଲ ହେବାର ନଜିର ରହିଛି।

ଆହୁରି ପଢ଼ନ୍ତୁ: ଜୁନ୍ ୩୦ସୁଦ୍ଧା ବୋର୍ଡ ନିଗମ ନିଯୁକ୍ତ ! ୩୨ଟି ବିଭାଗରେ ୧୧୮୩ ଜଣଙ୍କୁ ମିଳିବ ନିଯୁକ୍ତି

29 Oct 2024 By The Sakala

ଶ୍ରୀଲିଙ୍ଗରାଜ ମନ୍ଦିର ଭିତରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ବଲିଉଡ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ

ଭୁବନେଶ୍ବର: ମହାପ୍ରଭୁ ଶ୍ରୀଲିଙ୍ଗରାଜ ମନ୍ଦିର ପରିସରରେ ଫଟୋ ଓ ଭିଡିଓ ସୁଟିଂ କରି ବିବାଦରେ ବଲିଉଡ୍‌ର ଚର୍ଚ୍ଚିତ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ। ଏକ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଶିଳ୍ପା ଗତକାଲି ସଂଧ୍ୟାରେ ଭୁବନେଶ୍ବର ଆସିଥିବା ବେଳେ ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଦର୍ଶନ ପାଇଁ ମନ୍ଦିର ଯାଇଥିଲେ। ମନ୍ଦିର ଭିତରକୁ ମୋବାଇଲ୍‌ ଓ କ୍ୟାମେରା ନେବାକୁ ବାରଣ ଥିଲେ ହେଁ ସେଠାରେ ଶିଳ୍ପାଙ୍କ ଫଟୋ ଉତ୍ତୋଳନ କରାଯିବା ସହ ଭିଡିଓ କରାଯାଇଥିଲା। ତେବେ ସାମାଜିକ ଗଣମାଧ୍ୟମରେ ଏହା ଭାଇରାଲ୍‌ ହେବା ପରେ ବିବାଦ ଦେଖାଦେଇଛି। ଏହାକୁ ନେଇ ଶ୍ରଦ୍ଧାଳୁଙ୍କମହଲ‌ରେ ମଧ୍ୟ ପ୍ରତିକ୍ରିୟା ପ୍ରକାଶ ପାଇଛି।

ସେମାନଙ୍କ କହିବା କଥା, ଶିଳ୍ପା ବାହାର ରାଜ୍ୟର ହୋଇଥିବାରୁ ସେ ହୁଏତ ଏ କଟକଣା ସଂପର୍କ‌ରେ ଜାଣି ନଥିବେ। କିନ୍ତୁ ମନ୍ଦିରର ସୁରକ୍ଷା ଦାୟିତ୍ବ‌ରେ ଥିବା ପୁଲିସ୍‌ ଓ ମନ୍ଦିର ପ୍ରଶାସନ କ’ଣ କରୁଥିଲା। ଏନେଇ ତାଙ୍କୁ କାହିଁକି ବାରଣ କରାଗଲା ନାହିଁ। ବାରଣ ତ ଦୂରର କଥା, ମନ୍ଦିର ଭିତରକୁ ମୋବାଇଲ୍‌ ବା କ୍ୟାମେରା ଯିବା ବେଳେ ତାହା କାହିଁକି ଯାଞ୍ଚ କରାଗଲା ନାହିଁ। ଖାଲି ସେତିକି ନୁହେଁ, ଫଟୋ ଓ ଭିଡିଓରେ ଶିଳ୍ପାଙ୍କ ସହ ଜଣେ ସେବାୟତ ନଜର ଆସୁଛନ୍ତି। ସେ ଶିଳ୍ପାଙ୍କୁ ମହାପ୍ରଭୁ ଶ୍ରୀଲିଙ୍ଗରାଜ ଓ ମନ୍ଦିର ସଂପର୍କରେ ସୂଚନା ଦେଉଛନ୍ତି। ତେବେ ସଂପୃକ୍ତ ସେବାୟତଜଣଙ୍କ କ’ଣ ମନ୍ଦିରର ଏହି କଟକଣା ସଂପର୍କରେ ଜାଣିନାହାନ୍ତି ବୋଲି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଖାଲି ଏହି ଗୋଟିଏ ଘଟଣା ନୁହେଁ, ଅତୀତରେ ମଧ୍ୟ ଅନେକଥର ଶ୍ରୀଲିଙ୍ଗରାଜ ମନ୍ଦିରର ଫଟୋ ଭାଇରାଲ ହେବାର ନଜିର ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର