ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ

The Sakala Picture
Published On

ପୁରୀ: ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ କରାଯିବ। ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ କରାଇବେ। ଆଜ୍ଞା ମାଳ ବିଜେ ହୋଇ ବିଜେ କାହାଳୀ ବାଜିବା ପରେ ଵିଧି ପରମ୍ପରା ଅନୁସାରେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା […]

ପୁରୀ: ଶ୍ରୀମନ୍ଦିରରୁ ତିନି ରଥକୁ ବିଜେ ହେଲା ଆଜ୍ଞାମାଳ । ଆସନ୍ତାକାଲି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା । ଆଜି ପରମ୍ପରା ଅନୁସାରେ ସକାଳ ଧୂପ ନୀତି ପରେ ମହାପ୍ରଭୁଙ୍କ ନିକଟରୁ ଆଜ୍ଞା ମାଳ ରଥ ଖଳାକୁ ବିଜେ କରାଯିବ। ତିନି ବାଡ଼ରେ ପୂଜାପଣ୍ଡା ସେବକ ମାନେ ଏହି ଆଜ୍ଞା ମାଳ ବିଜେ କରାଇବେ। ଆଜ୍ଞା ମାଳ ବିଜେ ହୋଇ ବିଜେ କାହାଳୀ ବାଜିବା ପରେ ଵିଧି ପରମ୍ପରା ଅନୁସାରେ ପ୍ରଥମେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଟଣା ଯାଇ ସିଂହଦ୍ୱାରକୁ ବିଜେ କରାଯିବ। ପରେ ଦେବୀ ସୁଭଦ୍ରାଙ୍କ ଦେବ ଦଳନ ରଥ ଓ ଶେଷରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ଵଜ ରଥ ଟଣା ଯାଇ ସିଂହଦ୍ୱାର ସମ୍ମୁଖକୁ ନିଆଯିବ। ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରାକୁ ଶୃଙ୍ଖଳାର ସହ ଶେଷ କରିବା ପାଇଁ ପ୍ରଶାସନିକ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଁଚିଛି।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ରଥଯାତ୍ରା ବେଳେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ପୁରୀ ସହରକୁ ୧୨ଟି ଜୋନରେ ବିଭକ୍ତ କରାଯାଇଛି। ୬୫ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ୧୦ ଜଣ ଅତିରିକ୍ତ ଏସପି, ୨୧ଜଣ ଡିଏସପି, ୬୪ ଜଣ ଇନସପେକ୍ଟର, ୨୨୨ ଏଏସ୍ଆଇ ଦାୟିତ୍ୱ ଦିଆ ଯାଇଛି। ଆଜି ରାତି ୮ଟାରୁ ମଙ୍ଗଳବାର ରାତି ୮ଟା ପର୍ଯ୍ୟନ୍ତ ପୁରୀରେ କର୍ଫ୍ୟୁ ଲାଗୁ ହେବ। ଏଥିସହ ବଡ଼ଦାଣ୍ଡରେ ଥିବା ସବୁ ହୋଟେଲକୁ ମଧ୍ୟ ଖାଲି କରାଯାଇଛି । ବଡ଼ ଦାଣ୍ଡରେ ଥିବା ଘରର ଲୋକ ମାନେ ମଧ୍ୟ ଛାତ ଉପରେ ଠିଆ ହୋଇ ରଥ ଯାତ୍ରା ଦେଖିପାରିବେ ନାହିଁ । ଏଭଳି ଗାଇଡଲାଇନ ଜାରି କରିଛି ଜିଲ୍ଲା ପ୍ରଶାସନ ।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ପ୍ରସଙ୍ଗରେ ସରକାରଙ୍କ ଉପରେ ବର୍ଷିଲା ବିଜେଡି, '୩ ମାସ ପରେ ମଧ୍ୟ ତ୍ରୁଟିଶୂନ୍ୟ ପୁସ୍ତକ ପ୍ରଦାନରେ ରାଜ୍ୟ ସରକାର ବିଫଳ'

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର