ସୁଭଦ୍ରା ଯୋଜନା: ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। […]

ଭୁବନେଶ୍ବର: ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଏହି ବିବାଦରେ ଫିଜିକାଲ ଭେରୀଫିକେସନ ହେବ। ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ ।

ଆହୁରି ପଢ଼ନ୍ତୁ: ମନ୍ଦ ଉଦ୍ଦେଶ୍ୟରେ ଆସିଥିବା ଡିଲିମିଟେସନ ବିଲ୍‌ କାଟ୍‌ ଖାଇଲା: ବିଜେଡି

୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଇଁ ବାଦ୍‌ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

ଆହୁରି ପଢ଼ନ୍ତୁ: ଖରା ଛୁଟିରେ ପିଲାଙ୍କୁ ସମର ଲର୍ଣ୍ଣିଂ ବ୍ୟବସ୍ଥା, ବାପା-ମା'ଙ୍କ ହ୍ୱାଟ୍ସଆପ୍‌ରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆସାଇନ୍‌ମେଣ୍ଟ: ଓସେପା

୫ ଲକ୍ଷ ମିସ ମ୍ୟାଚ ହେଉଥିବା ଆବେଦନକାରୀଙ୍କ ସମସ୍ୟା ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେନାହିଁ । ସେମାନଙ୍କ ଆକାଉଣ୍ଟ ଆଧାର ଲିଂକରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ କିସ୍ତି ପାଇପାରିବେ । ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ । ବାଦ୍‌ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ।

ଆହୁରି ପଢ଼ନ୍ତୁ: ଭିସୁଟରେ ପୁଣି ରାଗିଂ ଅଭିଯୋଗ, ଅଭିଯୁକ୍ତ ୪ ସିନିଅର ଛାତ୍ରଙ୍କୁ ଅର୍ଥଦଣ୍ଡରେ ଦଣ୍ଡିତ କଲା କର୍ତ୍ତୃପକ୍ଷ

23 Nov 2024 By The Sakala

ସୁଭଦ୍ରା ଯୋଜନା: ଆସନ୍ତାକାଲି ମିଳିବ ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଭୁବନେଶ୍ବର: ଆସନ୍ତାକାଲି ମିଳିବ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା। ସାମିଲ ହେବେ ବାଦ୍‌ ପଡ଼ିଥିବା ଆବେଦନକାରୀ । ବାଦ୍‌ ପଡ଼ିଥିବା ୨ ଲକ୍ଷ ୬୭ ହଜାର ଆବେଦନକୁ ଆଉ ଥରେ ଯାଞ୍ଚ ପରେ ନିଷ୍ପତ୍ତି ହେବ । ସେଥିରୁ ୨୨ ପ୍ରତିଶତ ହିତାଧିକାରୀଙ୍କୁ ଆସନ୍ତାକାଲି ମିଳିବ ‘ସୁଭଦ୍ରା’ ଟଙ୍କା । ବାକି ଯେଉଁମାନଙ୍କ ଜମି ସମସ୍ୟା ଯୋଗୁଁ ତାଲିକାରେ ନାଁ ନାହିଁ, ତାଙ୍କ ନାଁ’ରେ ଜମି ନାହିଁ କିନ୍ତୁ ସେମାନେ ଧାନ ବିକିଛନ୍ତି। ଏହି ବିବାଦରେ ଫିଜିକାଲ ଭେରୀଫିକେସନ ହେବ। ସେମାନଙ୍କର ମଧ୍ୟ ଯାଞ୍ଚ ହୋଇ ସାମିଲ କରାଯିବ ।

୨ ଲକ୍ଷ ୬୭ ହଜାର ଆବେଦନକାରୀ ବିଭିନ୍ନ କାରଣ ପାଇଁ ବାଦ୍‌ ପଡ଼ିଥିଲେ । ସେମାନଙ୍କୁ ଆଉ ଥରେ ଯାଞ୍ଚ କରି ସାମିଲ କରିବାକୁ ନିଷ୍ପତ୍ତି ହୋଇଥିଲା । ବିଡ଼ିଓ ମାନଙ୍କୁ ନୋଡାଲ ଏଜେନସି ଦାୟିତ୍ୱ ଦିଆଯାଇଥିଲା । ରିପୋର୍ଟ ଆସିବା ପରେ ଗୁରୁବାର ବୈଠକ କରି ନିଷ୍ପତ୍ତି ହୋଇଥିବା ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ।

୫ ଲକ୍ଷ ମିସ ମ୍ୟାଚ ହେଉଥିବା ଆବେଦନକାରୀଙ୍କ ସମସ୍ୟା ସମାଧାନ ହୋଇନାହିଁ । ସେମାନେ ଏଥର ସାମିଲ ହେବେନାହିଁ । ସେମାନଙ୍କ ଆକାଉଣ୍ଟ ଆଧାର ଲିଂକରେ ସମସ୍ୟା ଅଛି । ଆଧାର, ଆକାଉଣ୍ଟ, ମୋବାଇଲ ନମ୍ବର ସଂଯୋଗ କରେଇବା ପରେ ସେମାନେ ସାମିଲ ହେବେ । ଏହାର ସମାଧାନ ହେବା ପରେ ଡିସେମ୍ବରରେ ସେମାନେ କିସ୍ତି ପାଇପାରିବେ । ଏହାର ସଚେତନତା ଲାଗି ସରକାରୀ ଅଧିକାରୀ ଘରକୁ ଯିବେ । ବାଦ୍‌ ପଡିଥିବା ହିତାଧିକାରୀଙ୍କୁ ସାମିଲ କରିବା ଯାଏଁ ପ୍ରକ୍ରିୟା ଜାରି ରହିବ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର