ରଥ ଉପରେ ଛେରାପହଁରା କଲେ ମହାପ୍ରଭୁଙ୍କ ଆଦ୍ଯସେବକ ଗଜପତି ମହାରାଜା

The Sakala Picture
Published On

ପୁରୀ: ଧାଡ଼ି ପହଣ୍ଡି ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପ୍ରଥମେ ସୁଦର୍ଶନ, ତାପରେ ବଳଭଦ୍ର, ମଝିରେ ଆସିଥିଲେ ଗେଲି ଭଉଣୀ ସୁଭଦ୍ରା ଏବଂ ସବୁଠାରୁ ଶେଷରେ ଟାହିଆକୁ ଦୋହଲାଇ ହୋହଲାଇ ଆସିଥିଲେ ନଟବର ନଟିଆ କାଳିଆ ସାଆନ୍ତ ମହାବାହୁ। ଏହାପରେରଥ ଉପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଛେରା ପହଁରା ନୀତି । ଗଜପତି ମହାରାଜ ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଛନ୍ତି । ଆଜି ଶ୍ରୀନଅରରୁ ସେ ତାମଯାନରେ ଆସି ବଡ଼ଦାଣ୍ଡରେ ରଥ […]

ପୁରୀ: ଧାଡ଼ି ପହଣ୍ଡି ପରେ ରଥାରୂଢ଼ ହୋଇଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପ୍ରଥମେ ସୁଦର୍ଶନ, ତାପରେ ବଳଭଦ୍ର, ମଝିରେ ଆସିଥିଲେ ଗେଲି ଭଉଣୀ ସୁଭଦ୍ରା ଏବଂ ସବୁଠାରୁ ଶେଷରେ ଟାହିଆକୁ ଦୋହଲାଇ ହୋହଲାଇ ଆସିଥିଲେ ନଟବର ନଟିଆ କାଳିଆ ସାଆନ୍ତ ମହାବାହୁ। ଏହାପରେରଥ ଉପରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ଛେରା ପହଁରା ନୀତି । ଗଜପତି ମହାରାଜ ଦିବ୍ୟସିଂହ ଦେବ ତିନି ରଥରେ ଛେରା ପହଁରା କରିଛନ୍ତି । ଆଜି ଶ୍ରୀନଅରରୁ ସେ ତାମଯାନରେ ଆସି ବଡ଼ଦାଣ୍ଡରେ ରଥ ନିକଟରେ ପହଞ୍ଚିଥିଲେ । ରାଜାବେଶରେ ତିନି ରଥରେ ଛେରା ପହଁରା କରିଛନ୍ତି ମହାପ୍ରଭୁଙ୍କ ଆଦ୍ୟସେବକ ଗଜପତି ମହାରାଜ।

ଆହୁରି ପଢ଼ନ୍ତୁ: କରମା ପୂଜା ପାଇଁ ବାଲି ଆଣିବାକୁ ଯାଇଥିଲେ, ଶଙ୍ଖ ନଦୀରେ ବୁଡ଼ି ୩ ନାବାଳିକାଙ୍କ ମୃତ୍ୟୁ

https://www.youtube.com/watch?v=AN3o2M_OhkU

ଆହୁରି ପଢ଼ନ୍ତୁ: ଡିଜେ ନିଷେଧ ସତ୍ତ୍ବେ ରାଜରାସ୍ତାରେ ଶବ୍ଦର ତାଣ୍ଡବ; ହାତ ଟେକି ଦେଇଛି ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ

ପ୍ରଥମେ ତାଳଧ୍ୱଜ ରଥରେ ଚଢ଼ି ସୁବାସିତ ଜଳ ସିଞ୍ଚନ କରିଥିଲେ । ପରେ ସୁବର୍ଣ୍ଣ ସମାର୍ଜନୀରେ ଛେରା ପହଁରା କରିଥିଲେ ଗଜପତି ମହାରାଜ । ଏହାପରେ ତାମଜାନରେ ବସି ଦେବୀ ସୁଭଦ୍ରାଙ୍କ ଦେବଦଳନ ରଥ ଓ ଶେଷରେ ନନ୍ଦିଘୋଷ ରଥରେ ଛେରା ପହଁରା କରାଯାଇଛି । ଏହି ନୀତି ସମ୍ପାଦନ ପରେ ରଥରେ ଚାରମାଳ ଫିଟା, ଘୋଡ଼ା ଓ ସାରଥୀ ଲାଗିବା ପରେ ରଥଟଣା ଯିବ ।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ଼ରେ ସ୍କ୍ରବ୍ ଟାଇଫସ୍ ଚିନ୍ତା: ଆକ୍ରାନ୍ତଙ୍କ ସଂଖ୍ୟା ୮୦୦ ପାର୍, ସ୍ଥିତି ଉପରେ ସ୍ୱାସ୍ଥ୍ୟ ବିଭାଗର ନଜର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର