ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ଆସନ୍ତାକାଲି ବନ୍ଦ ରହିବ ପୁରୀ ପୌରପାଳିକାର ସମସ୍ତ ଶିକ୍ଷାନୁଷ୍ଠାନ

The Sakala Picture
Published On

ପୁରୀ: କାଲି ପୁରୀରେ ସ୍କୁଲ ବନ୍ଦ । ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ପୁରୀ ପୌରପାଳିକାର ସମସ୍ତ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବ । ଏଥିସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ବନ୍ଦ ରହିବ । […]

ପୁରୀ: କାଲି ପୁରୀରେ ସ୍କୁଲ ବନ୍ଦ । ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ପୁରୀ ପୌରପାଳିକାର ସମସ୍ତ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବ । ଏଥିସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ବନ୍ଦ ରହିବ । ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ ।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ତେବେ NCERT ଦ୍ଵାରା ପରିଚାଳିତ PARAKH ରାଷ୍ଟ୍ରୀୟ ସର୍ବେକ୍ଷଣ ୨୦୨୪ ଜାତୀୟ ସ୍ତରର ପରୀକ୍ଷା ହୋଇଥିବାରୁ ଏହି ପରୀକ୍ଷାଟି ପୁରୀ ପୌରପାଳିକା ଅନ୍ତର୍ଗତ ପରୀକ୍ଷା କେନ୍ଦ୍ର ମାନଙ୍କରେ ଓ ପ୍ରଭୁଶ୍ରୀ ଇଂରାଜୀ ମିଡ଼ିୟମ ସ୍କୁଲରେ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀ ମାନେ ସକାଳେ ୭ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଓ ମଧ୍ୟାହ୍ନ ୧୨ଟା ପରେ ବିଦ୍ୟାଳୟ ଛାଡ଼ିବେ । ପୁରୀ ପୌରପାଳିକାର ଅନ୍ୟ ବିଦ୍ୟାଳୟ ମାନଙ୍କ ପରି ଏ ସମସ୍ତ ବିଦ୍ୟାଳୟର ପରୀକ୍ଷାର୍ଥୀ ମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଦ୍ୟାଳୟ ବନ୍ଦ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢ଼ୀ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜନ୍ମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ନବୀନ

03 Dec 2024 By The Sakala

ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ଆସନ୍ତାକାଲି ବନ୍ଦ ରହିବ ପୁରୀ ପୌରପାଳିକାର ସମସ୍ତ ଶିକ୍ଷାନୁଷ୍ଠାନ

ପୁରୀ: କାଲି ପୁରୀରେ ସ୍କୁଲ ବନ୍ଦ । ଆସନ୍ତାକାଲି ପୁରୀ ପୌରପାଳିକାର ସମସ୍ତ ସ୍କୁଲ ବନ୍ଦ ରହିବ । ରାଷ୍ଟ୍ରପତିଙ୍କ ଗସ୍ତ ଓ ନୌଦିବସ ପାଳନ ଉପଲକ୍ଷେ ବନ୍ଦ ରହିବ ସ୍କୁଲ । ସ୍କୁଲ ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି । ପୁରୀ ପୌରପାଳିକାର ସମସ୍ତ ସରକାରୀ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ୍‌ ବନ୍ଦ ରହିବ । ଏଥିସହ ନିକଟବର୍ତ୍ତୀ ମଦର୍ସ ପବ୍ଲିକ, ପ୍ରଭୁଶ୍ରୀ ଇଂଲିଶ ମିଡିୟମ ବନ୍ଦ ରହିବ । ଚନ୍ଦ୍ରଶେଖର ଏକାଡେମୀ, ସେଣ୍ଟ ଜାଭିୟର ସ୍କୁଲ ମଧ୍ୟ ବନ୍ଦ ରହିବ ।

ତେବେ NCERT ଦ୍ଵାରା ପରିଚାଳିତ PARAKH ରାଷ୍ଟ୍ରୀୟ ସର୍ବେକ୍ଷଣ ୨୦୨୪ ଜାତୀୟ ସ୍ତରର ପରୀକ୍ଷା ହୋଇଥିବାରୁ ଏହି ପରୀକ୍ଷାଟି ପୁରୀ ପୌରପାଳିକା ଅନ୍ତର୍ଗତ ପରୀକ୍ଷା କେନ୍ଦ୍ର ମାନଙ୍କରେ ଓ ପ୍ରଭୁଶ୍ରୀ ଇଂରାଜୀ ମିଡ଼ିୟମ ସ୍କୁଲରେ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟରେ ଅନୁଷ୍ଠିତ ହେବ । ପରୀକ୍ଷାର୍ଥୀ ମାନେ ସକାଳେ ୭ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ ଓ ମଧ୍ୟାହ୍ନ ୧୨ଟା ପରେ ବିଦ୍ୟାଳୟ ଛାଡ଼ିବେ । ପୁରୀ ପୌରପାଳିକାର ଅନ୍ୟ ବିଦ୍ୟାଳୟ ମାନଙ୍କ ପରି ଏ ସମସ୍ତ ବିଦ୍ୟାଳୟର ପରୀକ୍ଷାର୍ଥୀ ମାନଙ୍କ ବ୍ୟତୀତ ଅନ୍ୟ ସମସ୍ତ ଛାତ୍ରଛାତ୍ରୀ ମାନଙ୍କ ପାଇଁ ବିଦ୍ୟାଳୟ ବନ୍ଦ ରହିବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀ ଦୀପକ କୁମାର ପାଢ଼ୀ ସୂଚନା ଦେଇଛନ୍ତି ।

https://www.thesakala.in/latest-odisha-news/all-educational-institutions-will-be-closed-in-puri-municipality-tomorrow/article-37002
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର