ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀରେ ରାଜ୍ୟରେ ଆରମ୍ଭ ହେବ ପକ୍ଷୀ ଗଣନା । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ […]

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀରେ ରାଜ୍ୟରେ ଆରମ୍ଭ ହେବ ପକ୍ଷୀ ଗଣନା । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି। ଏହି ଜଳାଶୟକୁ ୩୦.୧୧.୨୦୨୪ ତାରିଖ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀମାନଙ୍କର ଆଗମନ ହୋଇସାରିଲାଣି। ତନ୍ମଧ୍ୟରୁ କେବଳ ଚିଲିକା (ନଳବଣ) ଅଭୟାରଣ୍ୟରେ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀଙ୍କ ଆଗମନ ଆକଳନ କରାଯାଇଅଛି ।

ଆହୁରି ପଢ଼ନ୍ତୁ: ଅନୁଗୁଳର ନରହନ୍ତା ଦନ୍ତାକୁ ସାତକୋଶିଆରେ ଛାଡିବାକୁ ସ୍ଥାନୀୟ ଅଞ୍ଚଳରେ ବିରୋଧ

ବିଦେଶାଗତ ପକ୍ଷୀ ମାନଙ୍କ ପାଇଁ ପ୍ରତି ବର୍ଷ ଅକ୍ଟୋବରରୁ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ୨୧ ଗୋଟି ଅସ୍ଥାୟୀ ପକ୍ଷୀ ସୁରକ୍ଷା ଶିବିର,୨ ଗୋଟି ଭ୍ରାମ୍ୟମାଣ ଦଳ ଗଠନ କରାଯାଇ ପ୍ରତି ଶିବିରରେ ତିନି ଜଣ ସ୍ଥାନୀୟ ଯୁବକ ଏବଂ ଜଣେ ବନରକ୍ଷୀଙ୍କ ଦ୍ଵାରା ଦିବାରାତ୍ର ପ୍ରହରା ଦେଇ ପକ୍ଷୀ ମାନଙ୍କୁ ସୁରକ୍ଷା ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଘରର କବାଟ ଭାଙ୍ଗି ମା’କୁ ଅଟକ ରଖିଲେ, ୧୫ ବର୍ଷର ନାବାଳିକା ଝିଅକୁ ଅପହରଣ କରିନେଲେ ଦୁର୍ବୃତ୍ତ

10 Dec 2024 By The Sakala

ଜାନୁଆରୀରେ ଆରମ୍ଭ ହେବ ପକ୍ଷୀ ଗଣନା: ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀରେ ରାଜ୍ୟରେ ଆରମ୍ଭ ହେବ ପକ୍ଷୀ ଗଣନା । ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂ ଖୁଣ୍ଟିଆ । ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସିପିଆ, ନଳବଣ, ମଧୁରଚୁଆ, ସମଲନାସୀ, ପାଣ୍ଡାନାସୀ, ପଞ୍ଚକୁଦୀ, ସୁନନ୍ଦା ଓ କାଲୁରୀ ଅଞ୍ଚଳରେ ଥିବା ଜଳାଶୟ ମାନଙ୍କରେ ଦେଖାଯାଇଥାନ୍ତି। ଏହି ଜଳାଶୟକୁ ୩୦.୧୧.୨୦୨୪ ତାରିଖ ସୁଦ୍ଧା ୪ ଲକ୍ଷ ୯୪ ହଜାର ୩୬୬ ସଂଖ୍ୟକ ବିଦେଶାଗତ ପକ୍ଷୀମାନଙ୍କର ଆଗମନ ହୋଇସାରିଲାଣି। ତନ୍ମଧ୍ୟରୁ କେବଳ ଚିଲିକା (ନଳବଣ) ଅଭୟାରଣ୍ୟରେ ୨ ଲକ୍ଷ ୧୭ ହଜାର ୧୭୦ ଗୋଟି ବିଦେଶାଗତ ପକ୍ଷୀଙ୍କ ଆଗମନ ଆକଳନ କରାଯାଇଅଛି ।

ବିଦେଶାଗତ ପକ୍ଷୀ ମାନଙ୍କ ପାଇଁ ପ୍ରତି ବର୍ଷ ଅକ୍ଟୋବରରୁ ମାର୍ଚ୍ଚ ଶେଷ ପର୍ଯ୍ୟନ୍ତ ୨୧ ଗୋଟି ଅସ୍ଥାୟୀ ପକ୍ଷୀ ସୁରକ୍ଷା ଶିବିର,୨ ଗୋଟି ଭ୍ରାମ୍ୟମାଣ ଦଳ ଗଠନ କରାଯାଇ ପ୍ରତି ଶିବିରରେ ତିନି ଜଣ ସ୍ଥାନୀୟ ଯୁବକ ଏବଂ ଜଣେ ବନରକ୍ଷୀଙ୍କ ଦ୍ଵାରା ଦିବାରାତ୍ର ପ୍ରହରା ଦେଇ ପକ୍ଷୀ ମାନଙ୍କୁ ସୁରକ୍ଷା ଦିଆଯାଉଛି ବୋଲି ମନ୍ତ୍ରୀ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର