ପ୍ରବଳ ବର୍ଷା ନେଇ ଟୁଇନସିଟି ସମେତ ୧୧ଜିଲ୍ଲାକୁ ୟେଲୋ ଓ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି

The Sakala Picture
Published On

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ  ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। […]

ଭୁବନେଶ୍ବର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ରହିଛି ଓ୍ବେଲମାର୍କ ଲୋପ୍ରେସର। ଯାହା ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଲଘୁଚାପର ରୂପ ନେବ। ଆଉ ଯାହାର ପ୍ରଭାବରେ ଗତକାଲିଠୁ ରାଜ୍ୟରେ ବର୍ଷା ଲାଗିରହିଛି। ତେବେ ଏହାରି ମଧ୍ୟରେ  ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।  କନ୍ଧମାଳ, ଅନୁଗୁଳ, କେନ୍ଦୁଝର ଏବଂ ପୁରୀକୁ  ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୧୧୦ ରୁ ୨୦୦ ମିମି ବର୍ଷିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଭାରସାମ୍ୟ ହରାଇ ଓଲଟିଲା ଡିଜେ ଗାଡ଼ି: ଜଣଙ୍କର ମୃତ୍ୟୁ, ୧୦ରୁ ଊର୍ଦ୍ଧ୍ୱ ଆହତ

ସେହିପରି  ପ୍ରବଳ ବର୍ଷା ନେଇ ଟୁଇନସିଟି ସହ ୧୧ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଗଞ୍ଜାମ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ବାଲେଶ୍ବର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ, ଜଗତସିଂହପୁର ଏବଂ କେନ୍ଦ୍ରାପଡାକୁ ସତର୍କତା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୧୧୦ ମିମି ପର୍ଯ୍ୟନ୍ତ ବର୍ଷିବା ସମ୍ଭାବନା ରହିଛି।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଆତଙ୍କ: ଘରେ ପଶି ଯୁବତୀ ଓ ତାଙ୍କ ବାପା-ମା'ଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର