କୁମ୍ଭୀର ଗଣନା ପାଇଁ ଜାନୁୟାରୀ ୧୪ରୁ ୨୨ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦରହିବ ଭିତରକନିକା

The Sakala Picture
Published On

ରାଜନଗର: କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଜାନୁଆରୀ ୧୪ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। । ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି । […]

ରାଜନଗର: କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଜାନୁଆରୀ ୧୪ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। । ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଜନ୍ମ ପ୍ରମାଣପତ୍ର ପାଇଁ ଗରିବଙ୍କୁ ଲୁଟୁଛନ୍ତି ସରକାରୀ ବାବୁ, ୭୦ ଟଙ୍କା ପରିବର୍ତ୍ତେ ନେଉଛନ୍ତି ୯୦୦

ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ। ଗତବର୍ଷ ଭିତରକନିକାରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖିଛି ବନବିଭାଗ ।

ଆହୁରି ପଢ଼ନ୍ତୁ: ଟାଇଁ ଟାଇଁ ଖରାରେ ହନ୍ତସନ୍ତ ରାଜଧାନୀବାସୀ, ଅପରାହ୍ନ ୨ଟା ସୁଦ୍ଧା ୪୨ ଡିଗ୍ରୀ ଛୁଇଁଲା ତାପମାତ୍ରା

29 Dec 2024 By The Sakala

କୁମ୍ଭୀର ଗଣନା ପାଇଁ ଜାନୁୟାରୀ ୧୪ରୁ ୨୨ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦରହିବ ଭିତରକନିକା

ରାଜନଗର: କୁମ୍ଭୀର ଗଣନା ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ। ଜାନୁଆରୀ ୧୪ତାରିଖରୁ ୨୨ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ୯ ଦିନ ଧରି ଭିତରକନିକା ବନ୍ଦ ରହୁଥିବାରୁ ଦେଶ ବିଦେଶର ପର୍ଯ୍ୟଟକମାନେ ଭିତରକନିକା ବୁଲି ନଆସିବା ପାଇଁ ରାଜନଗର ବନବିଭାଗ ସୂଚନା ଦେଇଛି। । ରାଜନଗର ବନଖଣ୍ଡର ୪ଟି ରେଞ୍ଜରେ କୁମ୍ଭୀର ଗଣନା କରାଯିବା ନେଇ ରାଜନଗର ବନଖଣ୍ଡ ଅଧିକାରୀ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

ପ୍ରତି ବର୍ଷ ପରି ଚଳିତ ବର୍ଷ ପ୍ରଥମେ ବୋଟ ଚଳାଚଳ ବନ୍ଦ ରହିବା ପରେ ନଦୀର ଜଳ ସ୍ଥିର ରହିବା ପରେ କୁମ୍ଭୀର ଗଣନା ଅନୁଷ୍ଠିତ ହେବ । ଏହି ସମୟରେ ପର୍ଯ୍ୟଟକ ଭିତରକନିକା ବୁଲି ଆସିଲେ ଗଣନାରେ ସମସ୍ୟା ସୃଷ୍ଟି ହେବାର ସମ୍ଭାବନା ରହିଛି । ତେଣୁ ପର୍ଯ୍ୟଟକ ଆସିବା ଉପରେ କଟକଣା ଲଗାଯାଇଛି । ତେବେ ଭିତରକନିକାରେ ଥିବା ନଦୀ ଓ ନାଳଗୁଡ଼ିକରେ କୁମ୍ଭୀର ଗଣନା କରାଯିବ । ସକାଳ ଓ ସନ୍ଧ୍ୟା ସମୟରେ ହୁଲି ଡ଼ଙ୍ଗା ସାହାଯ୍ୟ ରେ କୁମ୍ଭୀର ଗଣନା କରାଯିବ। ଗତବର୍ଷ ଭିତରକନିକାରେ ୧୮୧୧ ଟି କୁମ୍ଭୀର ଗଣନା କରାଯାଇଥିବା ବେଳେ ଚଳିତ ବର୍ଷ କୁମ୍ଭୀର ସଂଖ୍ୟା ବୃଦ୍ଧି ପାଇବ ବୋଲି ଆଶା ରଖିଛି ବନବିଭାଗ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର