ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ପାରିଶ୍ରମିକ ବୃଦ୍ଧି: ମାସିକ ପାରିଶ୍ରମିକ ୧୧ ହଜାର ୧୦୦ରୁ ୧୬ ହଜାର ଟଙ୍କାକୁ ବଢିଲା…

The Sakala Picture
Published On

ଭୁବନେଶ୍ୱର: ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ [Junior Teacher ( Schematic)] ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ […]

ଭୁବନେଶ୍ୱର: ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ [Junior Teacher ( Schematic)] ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧ ,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨ ,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ।

ଆହୁରି ପଢ଼ନ୍ତୁ: ଚଳଚଞ୍ଚଳ ରଥଖଳା, ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଲାଗି ଆରମ୍ଭ ହେଲା ରଥ ନିର୍ମାଣ କାର୍ଯ୍ୟ

ସୂଚନାଯୋଗ୍ୟ ଯେ. ରାଜ୍ୟରେ ବର୍ତ୍ତମାନ ୧୩, ୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ ।

ଆହୁରି ପଢ଼ନ୍ତୁ: ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କୁ କଳା ପତାକା ସହ ବାଙ୍କୀରେ ଜୋରଦାର ବିରୋଧ ପ୍ରଦର୍ଶନ

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧ ୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

17 Jan 2025 By The Sakala

ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ପାରିଶ୍ରମିକ ବୃଦ୍ଧି: ମାସିକ ପାରିଶ୍ରମିକ ୧୧ ହଜାର ୧୦୦ରୁ ୧୬ ହଜାର ଟଙ୍କାକୁ ବଢିଲା…

ଭୁବନେଶ୍ୱର: ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧ ହଜାର ୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଏହି ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧ ,୧୦୦ ଟଙ୍କାରୁ ବୃଦ୍ଧି ପାଇ ୧୬,୦୦୦ ଟଙ୍କା କରାଯାଇଛି। ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ୧୪୪୩ ଟଙ୍କାରୁ ୧୯୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହି ନିଷ୍ପତ୍ତି ଦ୍ୱାରା ରାଜ୍ୟ ସରକାର ପ୍ରତ୍ୟେକ ସ୍କିମାଟିକ କନିଷ୍ଠ ଶିକ୍ଷକଙ୍କ ପାଇଁ ପୂର୍ବରୁ ୧୨ ,୫୪୩ ଟଙ୍କା ପ୍ରଦାନ କରୁଥିବା ବେଳେ, ଏବେ ମାସକୁ ୧୭,୯୫୦ ଟଙ୍କା ପ୍ରଦାନ କରିବେ।

ସୂଚନାଯୋଗ୍ୟ ଯେ. ରାଜ୍ୟରେ ବର୍ତ୍ତମାନ ୧୩, ୭୪୦ ଜଣ ସ୍କିମାଟିକ କନିଷ୍ଠ ଶିକ୍ଷକ କାର୍ଯ୍ୟରତ ଅଛନ୍ତି। ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୮୯.୧୫ କୋଟି ଟଙ୍କା ବହନ କରିବେ ।

ରାଜ୍ୟରେ ପ୍ରାଥମିକ ଶିକ୍ଷାର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି । ୧ ୬ ହଜାରରୁ ଅଧିକ କନିଷ୍ଠ ଶିକ୍ଷକ ନିଯୁକ୍ତି କରାଯାଇଛି। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଏହି ବର୍ଗର କନିଷ୍ଠ ଶିକ୍ଷକମାନେ ଉପକୃତ ହେବେ ଏବଂ ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର