ଭୁବନେଶ୍ବରବାସୀଙ୍କ ସୁରକ୍ଷାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ

The Sakala Picture
Published On

ଭୁବନେଶ୍ବର: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଭୁବନେଶ୍ବରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି- ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ । ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ […]

ଭୁବନେଶ୍ବର: ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ ଭୁବନେଶ୍ଵର। ଚୋରି, ରାହାଜାନୀ, ଛିନତାଇ ବଢ଼ିଛି। ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ଭୁବନେଶ୍ବରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠାଇଲେ ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକ । ନିରଞ୍ଜନ ପଟ୍ଟନାୟକଙ୍କ ଭୁବନେଶ୍ଵର ଘରୁ ଚୋରି ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି । ସୋସିଆଲ ମିଡିଆରେ ସେ ପୋଷ୍ଟ କରିଛନ୍ତି- ଏହି ଘଟଣା କେବଳ ମୋର ପରିବାର ପାଇଁ ନୁହେଁ । ସମସ୍ତ ଭୁବନେଶ୍ୱରବାସୀଙ୍କ ସୁରକ୍ଷାକୁ ନେଇ ଚିନ୍ତିତ। ସରକାର ଓ ଆଇନଶୃଙ୍ଖଳାର ଅବହେଳା କାରଣରୁ ଲୋକଙ୍କ ଘର, ସାହି ଏବଂ ସମ୍ପଦ ବିପଦରେ ପଡ଼ିଛି । ଓଡ଼ିଶା ପୋଲିସ ଜନତାଙ୍କ ସୁରକ୍ଷା ନିଶ୍ଚିତ କରନ୍ତୁ । ଲୋକଙ୍କ ସୁରକ୍ଷା ବିଜେପି ସରକାରଙ୍କ ସର୍ବପ୍ରଥମ ପ୍ରାଥମିକତା ହେବା ଉଚିତ ବୋଲି ସୋସିଆଲ୍ ମିଡିଆରେ ପୋଷ୍ଟ କରି କହିଛନ୍ତି ନିରଞ୍ଜନ ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ସେପଟେ ବିଜେଡି ବିଧାୟକ କଳିକେଶ ସିଂହଦେଓ ମଧ୍ୟ କଡ଼ା ସମାଲୋଚନା କରି କହିଛନ୍ତି, ଡବଲ ଇଂଜିନ ସରକାରରରେ ଆଇନ ଶୃଙ୍ଖଳା ବୋଲି କିଛି ନାହିଁ। ଡବଲ ଇଞ୍ଜିନରେ ପୂର୍ବରୁ ଗୋଟେ ଇଂଜନ ଫେଲ୍ ହୋଇଯାଇଥିଲା । ଏବେ ଦୁଇଟା ଯାକ ଇଞ୍ଜିନ ଫେଲ । ଭୁବନେଶ୍ଵରରୁ ବଲାଙ୍ଗିର ଯାଏ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ । ବରିଷ୍ଠ କଂଗ୍ରେସ ନେତାଙ୍କ ଘରୁ ଚୋରି ହୋଇଛି। ହେଲେ ସରକାର ଯେପରି ପଦକ୍ଷେପ ନେବା କଥା, ନେଉ ନାହାନ୍ତି। ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ତା ଉପରେ ସରକାର ଧ୍ୟାନ ଦିଅନ୍ତୁ। ଚୋରି, ଡକାୟତି ବଢିଛି, ହତ୍ୟା ବି ବଢ଼ିଛି । ଲୋକେ କିପରି ସୁରକ୍ଷିତ ରହିବେ ବୋଲି ପ୍ରଶ୍ନ କରିଛନ୍ତି କଳିକେଶ ସିଂହଦେଓ।

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ସେପଟେ ନିରଞ୍ଜନ ପଟ୍ଟନାୟକଙ୍କ ଘରୁ ଚୋରି ଘଟଣା ନେଇ ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି, ଏତଲା କରାଯାଇଛି। ସମସ୍ତ ସିସିଟିଭି ଯାଞ୍ଚ କରାଯାଇଛି । ନିରଞ୍ଜନଙ୍କ ପରିବାର ସଦସ୍ୟଙ୍କ ସହଯୋଗରେ ତଦନ୍ତ ଚାଲିଛି । ତଦନ୍ତ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ ସୁରାଗ ମିଳିଛି। ସେହି ତଥ୍ୟ ଆଧାରରେ ଛାନଭିନ ଚାଲିଛି । ଖୁବ ଶୀଘ୍ର ଅଭିଯୁକ୍ତ ପାଖେ ପହଞ୍ଚିବ କମିଶନରେଟ ପୋଲିସ।

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ବଡ଼ଚଣା ପୂର୍ତ୍ତ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର