ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର

The Sakala Picture
Published On

ଭୁବନେଶ୍ବର: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ICUରେ ଚିକିତ୍ସା ଚାଲିଥିବା ନେଇ ସୂଚନା । ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା । ସେ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା […]

ଭୁବନେଶ୍ବର: ଭେଟେରାନ ଅଭିନେତା ଉତ୍ତମ ମହାନ୍ତି ଗୁରୁତର। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ICUରେ ଚିକିତ୍ସା ଚାଲିଥିବା ନେଇ ସୂଚନା । ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା । ସେ ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା କରିଛନ୍ତି। ।

ଆହୁରି ପଢ଼ନ୍ତୁ: ଦିଲ୍ଲୀ କୋଠା ଭୁଶୁଡ଼ିବା ଘଟଣା ପରେ ତତ୍ପର ରାଜ୍ୟ ସରକାର: ୧୫ ଦିନ ଭିତରେ ଅସୁରକ୍ଷିତ କୋଠା ଚିହ୍ନଟ ପାଇଁ ନିର୍ଦ୍ଦେଶ

ସୂଚନା ଅନୁଯାୟୀ, ସେ ୩ ଦିନ ତଳୁ କିମ୍ସରେ ଆଡ଼ମିଶନ ହୋଇଛନ୍ତି। ଲିଭର ସିରୋସିସରେ ଆକ୍ରାନ୍ତ ଅଛନ୍ତି। ଲିଭର ଫେଲ୍ୟୁର ହୋଇଛି। ଗତକାଲିଠାରୁ ଭେଣ୍ଟିଲେଟର ସପୋର୍ଟରେ ଅଛନ୍ତି। ଅଧିକ ଚିକିତ୍ସା ଲାଗି ପରିବାର ଲୋକ ଅନ୍ୟ ହସ୍ପିଟାଲକୁ ନେବା ପାଇଁ ଚାହୁଁଛନ୍ତି । ଏଥିପାଇଁ ହାଇଦ୍ରାବାଦର AIG ହସ୍ପିଟାଲ ଓ ଗୁରୁଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲ ସହ କଥାବାର୍ତ୍ତା ଚାଲିଛି। ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବାରୁ ଏବେ ଅନ୍ୟ ହସ୍ପିଟାଲକୁ ଏୟାରଲିଫ୍ଟ କରିବା ପାଇଁ ଉପଯୁକ୍ତ ସମୟ। ଯଥାଶୀଘ୍ର ଏୟାର ଲିଫ୍ଟ ପାଇଁ ଚେଷ୍ଟା କରାଯାଉଛି ବୋଲି କିମ୍ସ କ୍ୟାନସର ହସ୍ପିଟାଲ ନିର୍ଦ୍ଦେଶକ ପ୍ରଫେସର ଡାକ୍ତର ମନୋଜ ସାହୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

ଭେଟେରାନ ଅଭିନେତା ଉତ୍ତମ ମହାନ୍ତି  ୧୫୦ ରୁ ଅଧିକ ଚଳଚ୍ଚିତ୍ରରେ ଅଭିନୟ କରିଛନ୍ତି। ଉତ୍ତମ ମହାନ୍ତିଙ୍କ ନାମରେ ଆଜି ପର୍ଯ୍ୟନ୍ତ ୧୩୫ ରୁ ଅଧିକ ଓଡ଼ିଆ ଚଳଚ୍ଚିତ୍ର ରହିଛି। ସେ ୩୦ଟି ବଙ୍ଗଳା ଚଳଚ୍ଚିତ୍ର ଏବଂ ହିନ୍ଦୀ ଚଳଚ୍ଚିତ୍ର ନୟା ଜାହେରରେ ଅଭିନୟ କରିଛନ୍ତି। ଓଡ଼ିଶାର ବାରିପଦାରେ ତାଙ୍କର ଜନ୍ମଗ୍ରହଣ। କଲେଜ ସମୟରୁ ସେ ଅଭିନୟ ପ୍ରତି ଆଗ୍ରହୀ ଥିଲେ।

ଆହୁରି ପଢ଼ନ୍ତୁ: ଗୁରୁ ନାଁରେ କଳଙ୍କ: ନାବାଳକ ଛାତ୍ରଙ୍କ ସହ ଅପ୍ରାକୃତିକ ଯୌନ କ୍ରିୟା, କଲେଜ ଅଧ୍ୟକ୍ଷ ଗିରଫ

ସେ ଶ୍ରେଷ୍ଠ ଅଭିନେତା ଭାବରେ  ଓଡ଼ିଆ ଫିଲ୍ମଫେୟାର ପୁରସ୍କାର ଏବଂ ଅନେକ ପୁରସ୍କାର ଜିତିଛନ୍ତି। ଅନେକ ସମାଜ ଏବଂ ପ୍ରତିଷ୍ଠାନ ତାଙ୍କୁ ଓଲିଉଡ୍ ସିନେମାର ଏକ ଜୀବନ୍ତ କିମ୍ବଦନ୍ତୀ ଭାବରେ ସମ୍ମାନିତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର