ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ‘ଶ୍ରୀରାଧା’ କବି ଭାବେ ଥିଲେ ପରିଚିତ

The Sakala Picture
Published On

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ କବି ରମାକାନ୍ତ । ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତଙ୍କ ରଥଙ୍କ ପରଲୋକ ହୋଇଛି । ସେ ଥିଲେ ଆଧୁନିକ କାବ୍ୟର ଅନ୍ୟତମ ସ୍ରଷ୍ଟା । ‘ଶ୍ରୀରାଧା’ କବି ଭାବେ ସେ ପରିଚିତ ଥିଲେ । ‘ସପ୍ତମ ଋତୁ’ ପାଇଁ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ ସେ । ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା […]

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ କବି ରମାକାନ୍ତ । ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତଙ୍କ ରଥଙ୍କ ପରଲୋକ ହୋଇଛି । ସେ ଥିଲେ ଆଧୁନିକ କାବ୍ୟର ଅନ୍ୟତମ ସ୍ରଷ୍ଟା । ‘ଶ୍ରୀରାଧା’ କବି ଭାବେ ସେ ପରିଚିତ ଥିଲେ । ‘ସପ୍ତମ ଋତୁ’ ପାଇଁ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ ସେ । ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ କବି ରମାକାନ୍ତ ।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ । ଏହି ସମୟରେ ତାଙ୍କର କେତେ ଦିନର , ସନ୍ଦିଗ୍ଧ ମୃଗୟା , ସପ୍ତମ ରତୁ , ସଚିତ୍ର ଅନ୍ଧାର , ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ଶ୍ରୀରାଧା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ୨୦୦୬ ମସିହାରେ ପଦ୍ମଶ୍ମୀ ଉପାଧି ପାଇଥିଲେ ରମାକାନ୍ତ ରଥ । ୨୦୧୮ରେ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପାଇଥିଲେ ।

ଆହୁରି ପଢ଼ନ୍ତୁ: 'ଏ ଡାଏରୀ ସେ ଡାଏରୀ ନୁହେଁ', ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକାଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଭଉଣୀଙ୍କ ବିସ୍ଫୋରକ ତଥ୍ୟ

16 Mar 2025 By The Sakala

ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ, ‘ଶ୍ରୀରାଧା’ କବି ଭାବେ ଥିଲେ ପରିଚିତ

ଭୁବନେଶ୍ବର: ପରଲୋକରେ ବିଶିଷ୍ଟ କବି ପଦ୍ମଭୂଷଣ ରମାକାନ୍ତ ରଥ । ୯୧ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କଲେ କବି ରମାକାନ୍ତ । ଭୁବନେଶ୍ୱର ଖାରବେଳନଗର ସ୍ଥିତ ବାସଭବନରେ କବି ରମାକାନ୍ତଙ୍କ ରଥଙ୍କ ପରଲୋକ ହୋଇଛି । ସେ ଥିଲେ ଆଧୁନିକ କାବ୍ୟର ଅନ୍ୟତମ ସ୍ରଷ୍ଟା । ‘ଶ୍ରୀରାଧା’ କବି ଭାବେ ସେ ପରିଚିତ ଥିଲେ । ‘ସପ୍ତମ ଋତୁ’ ପାଇଁ କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇଥିଲେ ସେ । ‘ସଚିତ୍ର ଅନ୍ଧାର’ ପାଇଁ ଶାରଳା ପୁରସ୍କାରରେ ସମ୍ମାନୀତ ହୋଇଥିଲେ କବି ରମାକାନ୍ତ ।

୯୩୪ ମସିହା ଡିସେମ୍ବର ୧୩ ତାରିଖରେ କଟକରେ ଜନ୍ମଗ୍ରହଣ କରିଥିଲେ ରମାକାନ୍ତ ରଥ । ସେ ଥିଲେ ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ କବି । ଇଂରାଜୀରେ ରେଭେନ୍ସା କଲେଜରୁ ଏମ.ଏ. କରିବା ପରେ ୧୯୫୭ରେ ଭାରତୀୟ ପ୍ରଶାସନିକ ସେବା ଯୋଗଦେଇଥିଲେ । ୧୯୯୨ରେ ଅବସର ଗ୍ରହଣ କରିବା ପୂର୍ବରୁ ଓଡ଼ିଶାର ମୁଖ୍ୟ ଶାସନ ସଚିବ ଥିଲେ । ଏହି ସମୟରେ ତାଙ୍କର କେତେ ଦିନର , ସନ୍ଦିଗ୍ଧ ମୃଗୟା , ସପ୍ତମ ରତୁ , ସଚିତ୍ର ଅନ୍ଧାର , ଶ୍ରୀରାଧା ଏବଂ ଶ୍ରେଷ୍ଠ କବିତା ନାମରେ ସାତଟି କବିତା ସଂକଳନ ପ୍ରକାଶ ପାଇଥିଲା । କେନ୍ଦ୍ର ସାହିତ୍ୟ ଏକାଡେମୀ ୧୯୭୮ ମସିହାରେ ତାଙ୍କ କବିତା ସଂକଳନ ସପ୍ତମ ଋତୁ ପାଇଁ ତାଙ୍କୁ ପୁରସ୍କୃତ କରିଥିଲା । ୧୯୮୪ରେ ସଚିତ୍ର ଅନ୍ଧାର ପାଇଁ ତାଙ୍କୁ ଶାରଳା ପୁରସ୍କାର ମିଳିଥିଲା । ୧୯୯୨ ମସିହାରେ ଶ୍ରୀରାଧା ପାଇଁ ସେ ସରସ୍ୱତୀ ସମ୍ମାନରେ ସମ୍ମାନିତ ହୋଇଥିଲେ । ୨୦୦୬ ମସିହାରେ ପଦ୍ମଶ୍ମୀ ଉପାଧି ପାଇଥିଲେ ରମାକାନ୍ତ ରଥ । ୨୦୧୮ରେ ଅତିବଡି ଜଗନ୍ନାଥ ଦାସ ସମ୍ମାନ ପାଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର