ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ନବୀନ ପଟ୍ଟନାୟକଙ୍କ ଶୋକ

The Sakala Picture
Published On

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ। ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱରେ […]

ଭୁବନେଶ୍ୱର: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡ଼କ୍ଟର ଦେବେନ୍ଦ୍ର ପ୍ରଧାନଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଡ଼କ୍ଟର ପ୍ରଧାନଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ସ୍ବର୍ଗତ ଡ଼କ୍ଟର ପ୍ରଧାନ ତାଙ୍କର ଅତୁଳନୀୟ ସାଂଗଠନିକ ଦକ୍ଷତା ଓ ଅମାୟିକ ବ୍ୟକ୍ତିତ୍ୱ ପାଇଁ ସ୍ମରଣୀୟ ହୋଇ ରହିବେ।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ମନ୍ତ୍ରୀମଣ୍ଡଳରେ ଜଣେ ମନ୍ତ୍ରୀ ଭାବରେ ଗୁରୁତ୍ୱପୂର୍ଣ ବିଭାଗ ଦାୟିତ୍ୱରେ କାର୍ଯ୍ୟ କରି ତାଙ୍କ ପ୍ରଶାସନିକ ଦକ୍ଷତାର ମଧ୍ୟ ପରିଚୟ ଦେଇ ଯାଇଛନ୍ତି। ଡ଼କ୍ଟର ପ୍ରଧାନଙ୍କ ବିୟୋଗରେ ରାଜ୍ୟ ଜଣେ ପ୍ରଭାବଶାଳୀ ରାଜନୈତିକ ବ୍ୟକ୍ତିତ୍ୱ ଓ ଲୋକପ୍ରିୟ ରାଜନେତାଙ୍କୁ ହରାଇଲା ବୋଲି ଶ୍ରୀ ପଟ୍ଟନାୟକ ତାଙ୍କ ଶୋକ ବାର୍ତ୍ତା ରେ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶ୍ରୀ ପଟ୍ଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଆହୁରି ପଢ଼ନ୍ତୁ: ଆକାଶଛୁଆଁ ପିଆଜ ଦର: ଖୁଚୁରା ବଜାରରେ କିଲୋ ପିଛା ୭୦ ଟଙ୍କା ଛୁଇଁଲା ଦାମ୍

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର