ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନ

The Sakala Picture
Published On

ଭୁବନେଶ୍ବର: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ପୁରୀ ସ୍ବର୍ଗଦ୍ବାରରେ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ପୁରୀ ସ୍ବର୍ଗଦ୍ବାର ଶ୍ମଶାନର ଶେଷକୃତ୍ୟ ସମ୍ପନ୍ନ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ, ସମ୍ପର୍କୀୟ, ବହୁ ଶୁଭେଚ୍ଛୁ ଉପସ୍ଥିତ ଥିଲେ। ସୋମବାର ନୂଆଦିଲ୍ଲୀରେ ପୁଅ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର […]

ଭୁବନେଶ୍ବର: ପଞ୍ଚଭୂତରେ ବିଲୀନ ହେଲେ ପୂର୍ବତନ କେନ୍ଦ୍ରମନ୍ତ୍ରୀ, ରାଜ୍ୟ ବିଜେପିର ପୂର୍ବତନ ସଭାପତି ଡାକ୍ତର ଦେବେନ୍ଦ୍ର ପ୍ରଧାନ। ପୁରୀ ସ୍ବର୍ଗଦ୍ବାରରେ ଦେବେନ୍ଦ୍ର ପ୍ରଧାନଙ୍କ ଶେଷକୃତ୍ୟ ସମ୍ପନ୍ନ। ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ପୁଅ ସୌମେନ୍ଦ୍ର ପ୍ରଧାନ ମୁଖାଗ୍ନି ଦେଇଥିଲେ। ପୁରୀ ସ୍ବର୍ଗଦ୍ବାର ଶ୍ମଶାନର ଶେଷକୃତ୍ୟ ସମ୍ପନ୍ନ ସ୍ଥାନରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ପରିବାରର ଅନ୍ୟ ସଦସ୍ୟ, ସମ୍ପର୍କୀୟ, ବହୁ ଶୁଭେଚ୍ଛୁ ଉପସ୍ଥିତ ଥିଲେ। ସୋମବାର ନୂଆଦିଲ୍ଲୀରେ ପୁଅ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା।

ଆହୁରି ପଢ଼ନ୍ତୁ: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖସିଗଲା ହୁଲକ୍ ଗିବନ୍, ପର୍ଯ୍ୟଟକ ପାଟି ଶୁଣି ପୁଣି ନିଜେ ଫେରିଲା ଖୁଆଡ଼କୁ

ଦେବେନ୍ଦ୍ର ପ୍ରଧାନ ୧୯୪୧ ମସିହା ଜୁଲାଇ ୧୬ ତାରିଖରେ ଜନ୍ମ ଗ୍ରହଣ କରିଥିଲେ। କଣିହାଁ ଓ ତାଳଚେରରୁ ପ୍ରାଥମିକ ଓ ହାଇସ୍କୁଲ ଶିକ୍ଷା କରିବା ପରେ ଅନୁଗୁଳ କଲେଜରୁ ଉଚ୍ଚଶିକ୍ଷା ହାସଲ କରିଥିଲେ। ୧୯୬୬ ମସିହାରେ କଟକ ଏସ୍‌ସିବି ମେଡିକାଲ କଲେଜରୁ ସେ ଏମବିବିଏସ ଡିଗ୍ରୀ ହାସଲ କରିଥିଲେ। ତା’ପରେ ତାଳଚେର ଡେରାରେ ମେଡିକାଲ ଅଫିସର ଭାବେ ନିଜର ଚାକିରି ଜୀବନ ଆରମ୍ଭ କରିଥିଲେ। ୧୯୭୩ରେ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେବା ପରେ ୧୯୮୦ ମସିହାରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ୧୯୮୦ରୁ ୮୩ ଯାଏଁ ସେ ବିଜେପି ତାଳଚେର ମଣ୍ଡଳର ସଭାପତି ଥିଲେ। ୧୯୮୩ରେ ଢେଙ୍କାନାଳ ଜିଲ୍ଲା ବିଜେପି ସଭାପତି ହୋଇଥିଲେ । ୧୯୮୪ ମସିହାରେ ଦେବଗଡ଼ ଆସନରୁ ବିଜେପିର ସାଂସଦ ପ୍ରାର୍ଥୀ ଭାବେ ନିର୍ବାଚନ ଲଢିଥିଲେ ଡକ୍ଟର ଦେବେନ୍ଦ୍ର ପ୍ରଧାନ । ୧୯୮୮ ମସିହାରେ ସେ ବିଜେପିର ରାଜ୍ୟ ସଭାପତି ପଦ ଅଳଙ୍କୃତ କରିଥିଲେ। ୧୯୯୭ ରେ ବିଜେପି ଜାତୀୟ କାର୍ଯ୍ୟକାରିଣୀ ସଦସ୍ୟ ଏବଂ ୧୯୯୮-୯୯ ମସିହାରେ ଦେବଗଡରୁ ଦ୍ୱାଦଶ ଲୋକସଭାକୁ ନିର୍ବାଚିତ ହୋଇଥିଲେ ଏବଂ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ହୋଇଥିଲେ। ପୁନର୍ବାର ୧୯୯୯ରେ ୧୩ ତମ ଲୋକସଭାରେ ଦ୍ୱିତୀୟଥର ପାଇଁ ୧୩ ଅକ୍ଟୋବର ୧୯୯୯ ରୁ ୨୭ ମଇ ୨୦୦୦ ପର୍ଯ୍ୟନ୍ତ କେନ୍ଦ୍ର ଭୂପୃଷ୍ଠ ପରିବହନ ମନ୍ତ୍ରୀ ଏବଂ ୨୭ ମେ ୨୦୦୦ରୁ କେନ୍ଦ୍ର କୃଷି ରାଷ୍ଟ୍ରମନ୍ତ୍ରୀ ଭାବରେ ଦାୟିତ୍ୱ ତୁଲାଇଥିଲେ।୨୦୦୧ ମସିହାରେ ସେ ବିଜେପିର ଜାତୀୟ ଉପ ସଭାପତି ପଦରେ ଅବସ୍ଥାପିତ ହୋଇଥିଲେ। ସେ ତିନିଥର ଓଡ଼ିଶା ବିଜେପିର ରାଜ୍ୟ ସଭାପତି ଭାବରେ ନିର୍ବାଚିତ ହୋଇଥିଲେ ଏବଂ ଦଳକୁ ମଜବୁତ କରିବାରେ ସକରାତ୍ମକ ଭୂମିକା ଗ୍ରହଣ କରିଥିଲେ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର