ଆଜି ବିଶ୍ବ ପଖାଳ ଦିବସ: ପ୍ରତି ଓଡିଆଙ୍କ ଗର୍ବ, ଗୌରବ ଆଉ ପରିଚୟ, ଆମ ପଖାଳ…

The Sakala Picture
Published On

ଆଜି ବିଶ୍ବ ପଖାଳ ଦିବସ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ […]

ଆଜି ବିଶ୍ବ ପଖାଳ ଦିବସ । ପଖାଳର ନିବିଡ଼ତା ଓଡ଼ିଆ ଜାତି ସହ କାହିଁ କେଉଁ କାଳରୁ ଯୋଡ଼ି ହୋଇରହିଛି। ପ୍ରତି ଓଡ଼ିଆଙ୍କର ପସନ୍ଦର ଖାଦ୍ୟ ହେଉଛି ପଖାଳ । ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଛୋଟ ଠୁ ବଡ଼, ଗରିବ ଠୁ ଧନୀ ଏଠି ସମସ୍ତଙ୍କ ପ୍ରିୟ ପଖାଳ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ଆମ ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ପ୍ରିୟ ପଖାଳ । ଶ୍ରୀମନ୍ଦିରର ଟଙ୍କ ତୋରାଣି ଏହାର ପ୍ରମାଣ । ଖରାଦିନେ ପଖାଳ କଂସାରେ ହିଁ ଓଡ଼ିଆଙ୍କୁ ଶାନ୍ତି ମିଳିଥାଏ । ଓଡ଼ିଶାରେ ପଖାଳର ଏକ ସ୍ୱତନ୍ତ୍ର ପରିଚୟ ରହିଛି। ଏଥିପାଇଁ ଓଡ଼ିଆ ଜାତିର ଏକ ଅନନ୍ୟ ବିଶେଷତ୍ୱ ହେଉଛି ପଖାଳ। ଯେତେ ଯାହା ଖାଇଲେ ବି ପଖାଳ ଟିକେ ଖାଇଦେଲେ ମନକୁ ଶାନ୍ତି ଓ ତୃପ୍ତି ମିଳିଥାଏ। ଖରାଦିନ ହେଉ ଅବା ଅନ୍ୟଦିନ, ଗରିବ ହେଉ ବା ଧନୀ ସମସ୍ତଙ୍କ ଲୋଡ଼ା ପଖାଳ କଂସା । ଉଦୁଉଦିଆ ଖରାବେଳରେ କଂସାଏ ପଖାଳ ଖାଇଦେଲେ କଥା ସରିଲା। ସତେକି ଖରାଦିନର ଅମୃତ ଏହି ପଖାଳ। ଖରାଦିନର ତାତି ବେଳେ ପେଟରେ ଗଣ୍ଡେ ପଖାଳ ପଡିଗଲେ ତା’ର ମଜ୍ଜା ନିଆରା। ତାତିରୁ ଟିକେ ଆରାମ ପାଇବା ପାଇଁ ବା ପେଟ ଗରମ ଓ ଦେହରେ ଜଳୀୟ ଅଂଶ କମିଯିବା ଭଳି ରୋଗର ପ୍ରତିକାର ନିମନ୍ତେ ପଖାଳକୁ ରାମବାଣ ଭଳି ଗ୍ରହଣ କରାଯାଏ।

ଆହୁରି ପଢ଼ନ୍ତୁ: ଯାତ୍ରା ମଞ୍ଚରେ ଉତ୍ତେଜନା: ଅଭିନେତ୍ରୀ ନିଶା ମହାରଣାଙ୍କ ଉପରକୁ ଚେୟାର ଓ ପାଣି ବୋତଲ ମାଡ଼

ଏକଦା ଗରିବଙ୍କ ସହଜ ଖାଦ୍ୟ ଭାବେ ପରିଚିତ ଓଡ଼ିଆଙ୍କ ପ୍ରିୟ ପଖାଳ ଏବେ ମାଟିପିଣ୍ଡାରୁ ଯାଇ ପଞ୍ଚତାରକା ହୋଟେଲର ଡାଇନିଂ ଟେବୁଲରେ ଶୋଭା ପାଇଲାଣି । ଆଗକାଳରେ ସିନା ପଖାଳ ସହ ଶୁଖୁଆ ଥÒଲା ପାରମ୍ପରିକ ସାଥୀ। ଏବେ କିନ୍ତୁ ପଖାଳ ସହ ଚୂନା ମାଛଭଜା ଓ ଛତୁ ଆଦି ପରଷା ଯାଉଛି। ଏହାକୁ ଦୃଷ୍ଟିରେ ରଖି, ବିଶ୍ୱର କୋଣଅନୁକୋଣରେ ଓଡ଼ିଆଙ୍କର ଏହି ପାରମ୍ପରିକ ଓ ସୁସ୍ୱାଦୁ ଖାଦ୍ୟକୁ ଲୋକପ୍ରିୟ କରାଇବାକୁ ମାର୍ଚ୍ଚ ୨୦ ତାରିଖକୁ ‘ବିଶ୍ୱ ପଖାଳ ଦିବସ’ ଭାବେ ପାଳନ କରାଯାଉଛି।   କେବଳ ଓଡ଼ିଶାରେ ରହୁଥିବା ଲୋକ ନୁହଁନ୍ତି, ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇ ଏହି ଦିବସ ପାଳନ କରିବା ସହ ଗ୍ରୀଷ୍ମକୁ ମଧ୍ୟ ସ୍ବାଗତ କରିଥାନ୍ତି। ଓଡ଼ିଶାର ପରମ୍ପରା ଓ ସଂସ୍କୃତି ସହିତ ଜଡ଼ିତ ‘ପଖାଳ’କୁ ସାରା ବିଶ୍ବରେ ପରିଚିତ କରାଇବା ଏହି ଦିବସ ପାଳନର ଉଦ୍ଦେଶ୍ୟ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ଜନ୍ମକଲା ପୁଅକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କଲା ବାପା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର