କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି : ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ

The Sakala Picture
Published On

ଭୁବନେଶ୍ବର : ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଗତକାଲି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ୧୯୯୦-୨୦୨୦ ଭିତରେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲେ ତାଙ୍କ ପରିବାର ସଦସ୍ୟଙ୍କୁ ବିପର୍ୟ୍ୟୟ ପ୍ରମାଣପତ୍ର ଆଧାରରେ ନିଯୁକ୍ତି ମିଳିବ। ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ, ବିପନ୍ନ ପରିବାରକୁ ସାହାଯ୍ୟ କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ସିଭିଲ ସର୍ଭିସ (ଥଇଥାନ ସହାୟତା) ନିୟମ, ୧୯୯୦ ଅନୁଯାୟୀ, ପରିବାରର […]

ଭୁବନେଶ୍ବର : ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧନ କରିଛନ୍ତି ରାଜ୍ୟ ସରକାର। ଗତକାଲି ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ଅନୁସାରେ ୧୯୯୦-୨୦୨୦ ଭିତରେ କୌଣସି ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହୋଇଥିଲେ ତାଙ୍କ ପରିବାର ସଦସ୍ୟଙ୍କୁ ବିପର୍ୟ୍ୟୟ ପ୍ରମାଣପତ୍ର ଆଧାରରେ ନିଯୁକ୍ତି ମିଳିବ।

ଆହୁରି ପଢ଼ନ୍ତୁ: ଜଙ୍ଗଲରୁ ନିଖୋଜ ନାବାଳିକାଙ୍କ ଗଳିତ ମୃତଦେହ ଉଦ୍ଧାର, ଗଣଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ

ଜଣେ ସରକାରୀ କର୍ମଚାରୀଙ୍କ ମୃତ୍ୟୁ ହେଲେ, ବିପନ୍ନ ପରିବାରକୁ ସାହାଯ୍ୟ କରିବା ପାଇଁ ରାଜ୍ୟ ସରକାର ଓଡ଼ିଶା ସିଭିଲ ସର୍ଭିସ (ଥଇଥାନ ସହାୟତା) ନିୟମ, ୧୯୯୦ ଅନୁଯାୟୀ, ପରିବାରର ଜଣେ ସଦସ୍ୟଙ୍କୁ ସରକାର, Group C କିମ୍ବା Group D ରେ ନିଯୁକ୍ତି ଦେଉଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ବିପର୍ୟ୍ୟୟ ପ୍ରମାଣପତ୍ର ଆଧାରରେ ଏଭଳି ନିଯୁକ୍ତି ଦିଆଯାଉଥିଲା। ୨୦୨୦ ମସିହାରେ ସରକାର ନୂତନ ନିୟମାବଳୀ ପ୍ରଣୟନ କରିଥିଲେ ଏବଂ ବିପର୍ୟ୍ୟୟ ପ୍ରମାଣ ପତ୍ର ବଦଳରେ ମାର୍କିଂ ସିଷ୍ଟମ ଲଗାଇଥିଲେ। ଏଥି ନୂଆ ନିୟମାବଳୀରେ ଯେଉଁ ସରକାରୀ କର୍ମଚାରୀ ୧୯୯୦ ରୁ ୨୦୨୦ ମସିହା ଭିତରେ ମୃତ୍ୟୁ ବରଣ କରିଥିଲେ ସେମାନଙ୍କ ପରିବାର ବର୍ଗଙ୍କୁ ମଧ୍ୟ ନୂଆ ପରିସରଭୁକ୍ତ କରାଯାଇଥିଲା। ଯାହାକୁ ସଂଶୋଧନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

ଗତକାଲି କ୍ୟାବିନେଟ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ ଓଡ଼ିଶା ବେସାମରିକ ସେବା (ଥଇଥାନ ସହାୟତା) ନିୟମ, ୨୦୨୦ ଆରମ୍ଭ ହେବା ତାରିଖ ପୂର୍ବରୁ, ଥଇଥାନ ସହାୟତା ସମ୍ବନ୍ଧିତ ସମସ୍ତ ବିଚାରାଧୀନ ଆବେଦନ ୧୯୯୦ରେ ପ୍ରଚଳିତ ନିୟମ ଅନୁଯାୟୀ ବିଚାର କରାଯିବ । ଏହା ଦ୍ୱାରା ୨୦୨୦ ମସିହାର ନିୟମ ଲାଗୁହେବା ପୂର୍ବରୁ ଯେଉଁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି, ସେମାନଙ୍କ ପରିବାର ପାଇଁ ୧୯୯୦ ନିୟମ ଲାଗୁହେବ ଏବଂ ଥଇଥାନ ସହାୟତା ଯୋଜନାରେ ୧୯୯୦ ନିୟମ ଅନୁଯାୟୀ ନିଯୁକ୍ତି ପ୍ରଦାନ କରାଯିବ । ଏହା ଦ୍ୱାରା ଅନେକ ପରିବାର ଆଶ୍ୱସ୍ତି ପାଇବେ ଏବଂ ହାଇକୋର୍ଟ ଓ ସୁପ୍ରିମ୍ କୋର୍ଟରେ ବିଚାରାଧୀନ ଥିବା ଅନେକ ମାମଲା ହ୍ରାସ ପାଇବ।

ଆହୁରି ପଢ଼ନ୍ତୁ: ଆନ୍ଧ୍ରରେ ମାଡ ହେଲା ଭୀଷଣ ବାତ୍ୟା 'ଅର୍ଣ୍ଣବ': କାକିନାଡ଼ା ଉପକୂଳରେ ସମୁଦ୍ରର ତାଣ୍ଡବ, ପ୍ରବଳ ବର୍ଷା ଓ ପବନରେ ଜନଜୀବନ ଅସ୍ତବ୍ୟସ୍ତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର