ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ପୁରୀ ରଥଯାତ୍ରା ଓ କଟକ ବାଲିଯାତ୍ରା

The Sakala Picture
Published On

ଭୁବନେଶ୍ୱର: ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ପୁରୀ ରଥଯାତ୍ରା ଓ କଟକ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୋମବାର ସମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା […]

ଭୁବନେଶ୍ୱର: ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ପୁରୀ ରଥଯାତ୍ରା ଓ କଟକ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୋମବାର ସମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା

ଆହୁରି ପଢ଼ନ୍ତୁ: ପିଇବାକୁ ମିଳୁନି ଟୋପାଏ ପାଣି; ରାସ୍ତାରେ ଗରା, ବାଲ୍ଟି ରଖି ମହିଳାଙ୍କ ପ୍ରତିବାଦ, ଘଟଣା ସ୍ଥଳରେ ଉତ୍ତେଜନା

ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ ଦ୍ବାରା ବୈଶ୍ବିକ ସାଂସ୍କୃତିକ ଐତିହ୍ୟ ମାନ୍ୟତା (Intangible Cultural Heritage of Humanity) ପ୍ରଦାନ ନେଇ ପ୍ରଥମ ସୋପାନ ସଫଳତାର ସହ ଅତିକ୍ରମ ହୋଇଛି । ୟୁନେସ୍କୋ ମାନ୍ୟତା ପାଇଁ ପ୍ରଥମେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧିନସ୍ଥ ସଙ୍ଗୀତ ନାଟକ ଏକାଡେମୀର ଜାତୀୟ ଐତିହ୍ଯ ତାଲିକାଭୁକ୍ତ ହେବାକୁ ପଡୁଥିବା ବେଳେ ଆଜି ବିଧିବଦ୍ଧ ଭାବେ ଏହି ତାଲିକାଭୁକ୍ତ ହୋଇଛି ରଥଯାତ୍ରା । ଆବେଦନ ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଠିକଣା ସମୟରେ ନାମାଙ୍କନ ପତ୍ର (Nomination Dossier) ଦାଖଲ ହୋଇଥିଲା ।

ଆହୁରି ପଢ଼ନ୍ତୁ: ଅନଲାଇନ ସପିଂ କରୁଥିଲେ ହୋଇଯାଆନ୍ତୁ ସାବଧାନ ! ସୋସିଆଲ ମିଡିଆରେ ମାତିଛନ୍ତି ସାଇବର ଲୁଟେରା...

ଗଜପତି ମହାରାଜାଙ୍କ ମାର୍ଗଦର୍ଶନ ତଥା ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଅନୁସାରେ, ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକଙ୍କ ନେତୃତ୍ବରେ କମ୍ ଅବଧି ମଧ୍ଯରେ ସମସ୍ତ ପ୍ରସ୍ତୁତି ହୋଇଥିବା ବେଳେ ମହାପ୍ରଭୁଙ୍କ ସେବକମାନେ ମଧ୍ଯ ଏଥିଲାଗି ଅକୁଣ୍ଠ ସହଯୋଗ ପ୍ରଦାନ କରିଥିଲେ। ଏଥିପାଇଁ ସମସ୍ତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ, ସେବକଙ୍କ ସହ ସହଯୋଗର ହାତ ବଢ଼ାଇଥିବା ବ୍ଯକ୍ତି ତଥା ଅନୁଷ୍ଠାନଙ୍କୁ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଡ. ଅରବିନ୍ଦ ପାଢୀ ।

31 Mar 2025 By The Sakala

ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ପୁରୀ ରଥଯାତ୍ରା ଓ କଟକ ବାଲିଯାତ୍ରା

ଭୁବନେଶ୍ୱର: ଜାତୀୟ ଅତୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକାରେ ସ୍ଥାନ ପାଇଲା ପୁରୀ ରଥଯାତ୍ରା ଓ କଟକ ବାଲିଯାତ୍ରା । ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଅଧୀନରେ ଥିବା ଭାରତର ସର୍ବୋଚ୍ଚ ସାଂସ୍କୃତିକ ସଂସ୍ଥା ସଂଗୀତ ନାଟକ ଏକାଡେମୀ ପକ୍ଷରୁ ଏହି ତାଲିକା ପ୍ରକାଶ ପାଇଛି । ଏନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୋମବାର ସମାଜିକ ଗଣମାଧ୍ୟମ ‘ଏକ୍ସ’ରେ ସୂଚନା ଦେଇଛନ୍ତି। ପୂର୍ବରୁ ସଂସ୍କୃତି ମନ୍ତ୍ରାଳୟକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ତରଫରୁ ଏନେଇ ପ୍ରସ୍ତାବ ପଠାଇଥିଲା

ମହାପ୍ରଭୁଙ୍କ ରଥଯାତ୍ରାକୁ ଯୁନେସ୍କୋ ଦ୍ବାରା ବୈଶ୍ବିକ ସାଂସ୍କୃତିକ ଐତିହ୍ୟ ମାନ୍ୟତା (Intangible Cultural Heritage of Humanity) ପ୍ରଦାନ ନେଇ ପ୍ରଥମ ସୋପାନ ସଫଳତାର ସହ ଅତିକ୍ରମ ହୋଇଛି । ୟୁନେସ୍କୋ ମାନ୍ୟତା ପାଇଁ ପ୍ରଥମେ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧିନସ୍ଥ ସଙ୍ଗୀତ ନାଟକ ଏକାଡେମୀର ଜାତୀୟ ଐତିହ୍ଯ ତାଲିକାଭୁକ୍ତ ହେବାକୁ ପଡୁଥିବା ବେଳେ ଆଜି ବିଧିବଦ୍ଧ ଭାବେ ଏହି ତାଲିକାଭୁକ୍ତ ହୋଇଛି ରଥଯାତ୍ରା । ଆବେଦନ ଶେଷ ତାରିଖ ମାର୍ଚ୍ଚ ୩୧ ତାରିଖ ଥିବା ବେଳେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଠିକଣା ସମୟରେ ନାମାଙ୍କନ ପତ୍ର (Nomination Dossier) ଦାଖଲ ହୋଇଥିଲା ।

ଗଜପତି ମହାରାଜାଙ୍କ ମାର୍ଗଦର୍ଶନ ତଥା ମୁଖ୍ୟ ଶାସନ ସଚିବଙ୍କ ପରାମର୍ଶ ଅନୁସାରେ, ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକଙ୍କ ନେତୃତ୍ବରେ କମ୍ ଅବଧି ମଧ୍ଯରେ ସମସ୍ତ ପ୍ରସ୍ତୁତି ହୋଇଥିବା ବେଳେ ମହାପ୍ରଭୁଙ୍କ ସେବକମାନେ ମଧ୍ଯ ଏଥିଲାଗି ଅକୁଣ୍ଠ ସହଯୋଗ ପ୍ରଦାନ କରିଥିଲେ। ଏଥିପାଇଁ ସମସ୍ତ ଶ୍ରୀଜଗନ୍ନାଥ ପ୍ରେମୀ ଭକ୍ତ, ସେବକଙ୍କ ସହ ସହଯୋଗର ହାତ ବଢ଼ାଇଥିବା ବ୍ଯକ୍ତି ତଥା ଅନୁଷ୍ଠାନଙ୍କୁ ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ଯ ପ୍ରଶାସକ ଡ. ଅରବିନ୍ଦ ପାଢୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର