ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୯୧୭ ଜଣ କରୋନା ପଜିଟିଭ୍ ଚିହ୍ନଟ; ୬୯ ଜଣଙ୍କ ମୃତ୍ୟୁ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଦିନେ ବଢିଲେ ଦିନେ କମୁଛି ମହାମାରୀ କରୋନା ସଂକ୍ରମଣ । ସେଥିପାଇଁ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୯୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ […]

ଭୁବନେଶ୍ୱର: ରାଜ୍ୟରେ ଦିନେ ବଢିଲେ ଦିନେ କମୁଛି ମହାମାରୀ କରୋନା ସଂକ୍ରମଣ । ସେଥିପାଇଁ ଟେଷ୍ଟିଂ, ଟ୍ରାକିଂ ସହ ଟିକାକରଣକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ରାଜ୍ୟରେ ଗତ ୨୪ ଘଣ୍ଟା ଭିତରେ ଆଉ ୧୯୧୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ କ୍ଵାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୦୮ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୩ ହଜାର୮୫୧ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୫୧୮ ଜଣ, କଟକରୁ ୨୫୬ ଜଣ, ପୁରୀରୁ ୧୧୮ ଜଣ, ଜଗତସିଂହପୁରରୁ ୯୨ ଜଣ, ଅନୁଗୁଳରୁ ୯୧ ଜଣ,ଯାଜପୁରରୁ ୮୭ ଜଣ, ବାଲେଶ୍ବରରୁ ୮୪ ଜଣ,ନୟାଗଡ଼ରୁ ୭୬ ଜଣ, କେନ୍ଦ୍ରାପଡ଼ାରୁ ୭୩ ଜଣ, ମୟୂରଭଞ୍ଜରୁ ୬୯ ଜଣ, ଭଦ୍ରକରୁ ୫୫ ଜଣ, ସୁନ୍ଦରଗଡ଼ରୁ ୫୦ ଜଣ,କେନ୍ଦୁଝରରୁ ୩୩ ଜଣ, କନ୍ଧମାାଳରୁ ୨୫ ଜଣ, ବରଗଡ଼ରୁ ୧୯ ଜଣ, ଗଜପତିରୁ ୧୬ ଜଣ, ସମ୍ବଲପୁରରୁ ୧୫ ଜଣ, ମାଲକାନଗିରିରୁ ୧୨ ଜଣ,ରାୟଗଡ଼ାରୁ ୧୧ ଜଣ, ବଲାଙ୍ଗୀର, କୋରାପୁଟ ଓ ନବରଙ୍ଗପୁର ଜିଳ୍ଳାରୁ ୧୦ ଜଣ ଲେଖାଏଁ ,ଝାରସୁଗୁଡ଼ାରୁ ୯ ଜଣ, ବୌଦ୍ଧ ଓ ଗଞ୍ଜାମ ଜିଲ୍ଲାରୁ ୭ ଜଣ ଲେଖାଏଁ, କଳାହାଣ୍ଡି ଓ ସୋନପୁର ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୫ ଜଣ, ଦେବଗଡ଼ରୁ ଜଣେ ଏବଂ ଷ୍ଟେଟ୍ ପୋଲ୍‌ରୁ ୧୦୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। ଏପଟେ ଦୈନିକ ସଂକ୍ରମଣଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫ ହଜାର ୩୭୭ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୬୩ ହଜାର ୮୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୯ ହଜାର ୨୬୧ ଜଣ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୯ ଲକ୍ଷ ୩୯ ହଜାର ୧୬୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏହା ସହ କରୋନା ଯୋଗୁଁ ୫୩୭୭ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୧୫୪୩୫୯୦୫ ସାମ୍ପୁଲ ଟେଷ୍ଟ୍ ହୋଇଛି।

23 Jul 2021 By The Sakala

https://www.thesakala.in/latest-odisha-news/more-1917-corona-positive-detected-in-last-24-hours-in-state/article-4017
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର