ଗତ ୨୪ ଘଣ୍ଟାରେ ଚିହ୍ନଟ ହେଲେ ଆଉ ୧୮୬୪ ଜଣ କରୋନା ପଜିଟିଭ୍

The Sakala Picture
Published On

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୬୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୮୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬୫୭୨୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ […]

ରାଜ୍ୟରେ କରୋନା ସଂକ୍ରମଣର ହାର ଦିନକୁ ଦିନ ଖସିବା ଟ୍ରେଣ୍ଡ୍‌ ଜାରି ରହିଛି ।୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୧୮୬୪ ଆକ୍ରାନ୍ତ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୮୨ ଜଣ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୮୨ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୬୫୭୨୫ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି। ୨୪ ଘଣ୍ଟାରେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୪୯୬ ସଂକ୍ରମିତ ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟା ଭୟ: ଓଡ଼ିଶା ମୁହାଁ ହେବ କି ଘୂର୍ଣ୍ଣିବଳୟ?

ଅନୁଗୁଳରୁ ୬୯ , ବାଲେଶ୍ୱରରୁ ୧୧୪ , ବରଗଡ଼ ୨୪ , ଭଦ୍ରକ ୬୫ , ବଲାଙ୍ଗୀର ୫ , ବୌଦ୍ଧ ୩ , କଟକ ୨୨୧ , ଦେବଗଡ଼ ୬ , ଢେଙ୍କାନାଳ ୮୪ , ଗଜପତି ୩ , ଗଞ୍ଜାମ ୧୨ , ଜଗତସିଂହପୁର ୮୯ , ଯାଜପୁର ୧୦୭ , ଝାରସୁଗୁଡ଼ା ୮ , କଳାହାଣ୍ଡି ୭ , କନ୍ଧମାଳ ୧୬ , କେନ୍ଦ୍ରାପଡ଼ା ୫୯ , କେନ୍ଦୁଝର ୩୨ , କୋରାପୁଟ ୭ , ମାଲକାନଗିରି ୧୨ , ମୟୂରଭଞ୍ଜ ୫୭ , ନବରଙ୍ଗପୁର ୨ , ନୟାଗଡ଼ ୬୬ , ନୂଆପଡ଼ା ୯ , ପୁରୀ ୫୯ , ରାୟଗଡ଼ା ୨୪ , ସମ୍ୱଲପୁର ୩୪ , ସୋନପୁର ୬ , ସୁନ୍ଦରଗଡ଼ ୫୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଏସୀୟ ପାରା ଗେମ୍ସ: ମହିଳା ୪୦୦ ମିଟର T47 ରେ ଅଞ୍ଜନାବେନଙ୍କୁ ସ୍ୱର୍ଣ୍ଣ ଏବଂ ଓଡ଼ିଶାର ଜୟନ୍ତୀ ବେହେରାଙ୍କୁ ରୌପ୍ୟ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର