ପ୍ରକାଶ ପାଇଲା ଯୁକ୍ତ ଦୁଇ ରେଜଲ୍ଟ : ପୁଅଙ୍କୁ ପଛରେ ପକାଇଲେ ଝିଅ, ମୋଟ ପାସହାର ୮୨.୭୭ ପ୍ରତିଶତ….

The Sakala Picture
Published On

ଭୁବନେଶ୍ବର: ପ୍ରକାଶ ପାଇଲା +୨ ରେଜଲ୍ଟ । ବୁଧବାର ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ପାସହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସହାର ଅଧିକ ରହିଛି। କଳାରେ ପାସହାର ୮୦.୫୧ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସହାର ୮୭.୪୯% ରହିଥିବାବେଳେ ବାଣିଜ୍ୟରେ  ୮୩.୦୨% ଓ ଧନ୍ଦାମୂଳକରେ ପାସହାର […]

ଭୁବନେଶ୍ବର: ପ୍ରକାଶ ପାଇଲା +୨ ରେଜଲ୍ଟ । ବୁଧବାର ଅପରାହ୍ନରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) କାର୍ଯ୍ୟାଳୟରେ ପରୀକ୍ଷା ଫଳ ଘୋଷଣା କରାଯାଇଛି। ଏକା ସାଙ୍ଗରେ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ପରୀକ୍ଷା ଫଳ ପ୍ରକାଶ ପାଇଛି। ମୋଟ ପାସହାର ୮୨.୭୭ ପ୍ରତିଶତ ରହିଛି। ପୁଅଙ୍କ ତୁଳନାରେ ଝିଅଙ୍କ ପାସହାର ଅଧିକ ରହିଛି। କଳାରେ ପାସହାର ୮୦.୫୧ ପ୍ରତିଶତ ରହିଛି। ସେହିପରି ବିଜ୍ଞାନରେ ପାସହାର ୮୭.୪୯% ରହିଥିବାବେଳେ ବାଣିଜ୍ୟରେ  ୮୩.୦୨% ଓ ଧନ୍ଦାମୂଳକରେ ପାସହାର ୬୦% ରହିଛି। ପରୀକ୍ଷାର୍ଥୀମାନେ ସେମାନଙ୍କ ପରୀକ୍ଷା ଫଳ https://results.odisha.gov.in ଏବଂ https://results.digilocker.gov.in‌ ୱେବସାଇଟ୍‌ରେ ଜାଣିପାରିବେ।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ଉଭୟ ରେଗୁଲାର୍‌ ଓ ଏକ୍ସ-ରେଗୁଲାର୍‌ ବର୍ଗରେ ମୋଟ୍‌ ୩ଲକ୍ଷ ୯୩ ହଜାର ୬୧୮ ପିଲା ପରୀକ୍ଷା ଦେଇଥିଲେ। କଳାରେ ସର୍ବାଧିକ ୨ଲକ୍ଷ ୪୭ ହଜାର ୩୯୧ ଜଣ ପିଲା ଥିବା ବେଳେ ବିଜ୍ଞାନରେ ୧ଲକ୍ଷ ୧୪ହଜାର ୯୮୦, ବାଣିଜ୍ୟରେ ୨୫ହଜାର ୫୨୬ ଓ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୭୨୧ ଜଣ ପିଲା ରହିଛନ୍ତି।

ଆହୁରି ପଢ଼ନ୍ତୁ: ଜେନ୍‌-ଜିଙ୍କ ମନୋବଳ ବଢ଼ାଇଲେ ନବୀନ; ‘ଏକ୍ସ’ରେ ଛଅ ଧାଡ଼ିଆ ପୋଷ୍ଟକୁ ନେଇ ଜାତୀୟ ସ୍ତରରେ ଚର୍ଚ୍ଚା

ସୂଚନାଯୋଗ୍ୟ, ଚଳିତଥର ୪୨୯ଜଣ ଛାତ୍ରଛାତ୍ରୀ ପରୀକ୍ଷାରେ କପି କରି ଧରାପଡ଼ିଥିଲେ। ବିଶେଷଜ୍ଞଙ୍କ ଦ୍ୱାରା ସମସ୍ତଙ୍କୁ କାଉନସେଲିଂ କରିବା ପରେ ତନ୍ମଧ୍ୟରୁ ୩୭୨ଜଣ କପି କରି ନଥିବା ଜଣାପଡ଼ିଥିଲା। ତେଣୁ ସେମାନଙ୍କ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇଛି। ଅବଶିଷ୍ଟ ୫୭ଜଣ କପି କରିଥିବା ସ୍ପଷ୍ଟ ହେବା ପରେ ସେମାନଙ୍କୁ ଆସନ୍ତାବର୍ଷ ପୁଣିଥରେ ପରୀକ୍ଷା ଦେବାକୁ ପଡ଼ିବ ବୋଲି ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ କୁମାର ପରିଡ଼ା ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର