କାଳ ସାଜିଲା ହୋମଗାର୍ଡ ପରୀକ୍ଷା, ୨ ମୃତ

The Sakala Picture
Published On

ଗଜପତି: ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ସକାଳେ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିିିଥିବାବେଳେ ୭ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। କିଛି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ବର୍ତ୍ତମାନ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ୨ ହୋମଗାର୍ଡ ପ୍ରାର୍ଥୀଙ୍କ ନାଁ  ସୁଲନ୍ତ ମିଶାଲ […]

ଗଜପତି: ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ସକାଳେ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିିିଥିବାବେଳେ ୭ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। କିଛି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ବର୍ତ୍ତମାନ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ୨ ହୋମଗାର୍ଡ ପ୍ରାର୍ଥୀଙ୍କ ନାଁ  ସୁଲନ୍ତ ମିଶାଲ ଓ ଦୀପକ ପାଡାଲା । ସୁଲନ୍ତ ମିଶାଲଙ୍କ ଘର ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ହୋଇଥିବା ବେଳେ ଦୀପକଙ୍କ ଘର ନାରାୟଣ ପୁର।

ଆହୁରି ପଢ଼ନ୍ତୁ: କାକବନ୍ଧ ଆଶ୍ରମ ବିଦ୍ୟାଳୟର ଛାତ୍ରୀ ମୃତ୍ୟୁ ମାମଲା: ବିଜେଡିର ୧୨ଘଣ୍ଟିଆ ମୟୂରଭଞ୍ଜ ହରତାଳ

ସୂଚନାନୁଯାୟୀ, ଗୁରୁବାର ସକାଳେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଦୈାଡିବା ସମୟରେ ପ୍ରାର୍ଥୀମାନେ ହଠାତ ତଳେ ପଡ଼ି ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର  ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ। ସମାନ ପରିସ୍ଥିତିରେ ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

29 May 2025 By The Sakala

କାଳ ସାଜିଲା ହୋମଗାର୍ଡ ପରୀକ୍ଷା, ୨ ମୃତ

ଗଜପତି: ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ସକାଳେ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିିିଥିବାବେଳେ ୭ଜଣ ଗୁରୁତର ହୋଇଥିଲେ। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଥିଲା। କିଛି ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡ଼ିକାଲକୁ ସ୍ଥାନାନ୍ତରିତ କରାଯାଇଥିଲା। ବର୍ତ୍ତମାନ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ହୋମଗାର୍ଡ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତ ୨ ହୋମଗାର୍ଡ ପ୍ରାର୍ଥୀଙ୍କ ନାଁ  ସୁଲନ୍ତ ମିଶାଲ ଓ ଦୀପକ ପାଡାଲା । ସୁଲନ୍ତ ମିଶାଲଙ୍କ ଘର ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ହୋଇଥିବା ବେଳେ ଦୀପକଙ୍କ ଘର ନାରାୟଣ ପୁର।

ସୂଚନାନୁଯାୟୀ, ଗୁରୁବାର ସକାଳେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ ଦୈାଡ ପରୀକ୍ଷା ଚାଲିଥିବା ବେଳେ ଏଭଳି ଅଘଟଣ ଘଟିଥିଲା। ଦୈାଡିବା ସମୟରେ ପ୍ରାର୍ଥୀମାନେ ହଠାତ ତଳେ ପଡ଼ି ଗୁରୁତର ହୋଇ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିଲା । ସେଠାରେ ଡାକ୍ତର  ସୁଲନ୍ତଙ୍କୁ ମୃତ ଘୋଷଣା କରିଥିଲେ। ସମାନ ପରିସ୍ଥିତିରେ ଅନ୍ୟ ୭ଜଣ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର