କୋଭିଡ କଟକଣାରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ

The Sakala Picture
Published On

ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟପତାକା ଉତ୍ତୋଳନ କରିବେ । ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ […]

ଭୁବନେଶ୍ୱର: ଚଳିତ ବର୍ଷ କୋଭିଡ କଟକଣା ମଧ୍ୟରେ ଅନୁଷ୍ଠିତ ହେବ ୭୫ତମ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ । ୟୁନିଟ୍‌-୩ ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଅନୁଷ୍ଠିତ ହେବ ସ୍ୱାଧୀନତା ଦିବସ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟପତାକା ଉତ୍ତୋଳନ କରିବେ । ଆଜି ଅପରାହ୍ନରେ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସ୍ୱାଧୀନତା ଦିବସ-୨୦୨୧ ପାଳନର ରୂପରେଖ ସଂପର୍କରେ ଏକ ପ୍ରସ୍ତୁତି ବୈଠକ ବିଭାଗୀୟ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । କୋଭିଡ୍‌ ମାର୍ଗଦର୍ଶିକାର ସଠିକ୍‌ ଅନୁପାଳନ କରାଯାଇ ସ୍ୱଳ୍ପସଂଖ୍ୟକ ଅତିଥି, କୋଭିଡ୍‌ ଯୋଦ୍ଧା, ଅଧିକାରୀ ଏବଂ କର୍ମଚାରୀଙ୍କୁ ନେଇ ସ୍ୱାଧୀନତା ଦିବସ ଆୟୋଜିତ ହେବ ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ସ୍ୱାଧୀନତା ଦିବସ ଆମ ସମସ୍ତଙ୍କ ଭାବାବେଗ ଏବଂ ଗର୍ବର ପ୍ରତୀକ ହୋଇଥିବାରୁ ଉତ୍ସବ ଆୟୋଜନ ସମୟରେ ସମସ୍ତ ବିଷୟକୁ ଟିକିନିଖି ଭାବେ ଗୁରୁତ୍ୱ ଦେବାକୁ ପ୍ରମୁଖ ଶାସନ ସଚିବ ବୈଠକ ରେ ଗୁରୁତ୍ୱ ଦେଇଥିଲେ । ଗୃହ ବିଭାଗ ଦ୍ୱାରା ଚିହ୍ନଟ ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆଠାରେ ଆନୁଷଙ୍ଗିକ ବ୍ୟବସ୍ଥା ଗ୍ରହଣ, ପ୍ରଭାତରେ ସୂଚନା ଓ ଲୋକସଂପର୍କ ବିଭାଗ ଦ୍ୱାରା ଡାକବାଜି ଯନ୍ତ୍ର ସାହାଯ୍ୟରେ ରାମଧୁନ ପରିବେଷଣ, ସ୍ୱାଧୀନତା ଦିବସ ଉତ୍ସବର ଟିଭି ଓ ସାମାଜିକ ଗଣମାଧ୍ୟମ ଯୋଗେ ସିଧା ପ୍ରସାରଣ, ଗଣମାଧ୍ୟମକୁ ସୂଚନା ପ୍ରଦାନ, ଉତ୍ସବସ୍ଥଳର ସାଜସଜ୍ଜା, ନିମନ୍ତ୍ରିତ ଅତିଥି ଓ କୋଭିଡ୍‌ ଯୋଦ୍ଧାଙ୍କ ଉପବେଶନ ବ୍ୟବସ୍ଥା ନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଥିଲା ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର