ଟ୍ରମ୍ପଙ୍କ ଆଡ଼ଭାଇଜରୀ ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଛି: ବିଜେଡି

The Sakala Picture
Published On

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ମହିଳାଙ୍କ ଉପରେ ନିର୍ଯାତନା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଡ଼ଭାଇଜରୀ, ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଥିବାରୁ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିଛି। ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାୟକ ତଥା ଦଳର ଓବିସି ସେଲ୍‌ର ଆବାହକ ଡ଼ ଅରୁଣ କୁମାର ସାହୁ, ଦଳର ଉପସଭାପତି ସଞ୍ଜୟ […]

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ମହିଳାଙ୍କ ଉପରେ ନିର୍ଯାତନା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଡ଼ଭାଇଜରୀ, ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଥିବାରୁ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିଛି।

ଆହୁରି ପଢ଼ନ୍ତୁ: କ୍ଲାସ ରୁମରୁ କଣ୍ଟ୍ରୋଲ ରୁମ୍: ଲାଞ୍ଜିଗଡରେ ମହିଳାଙ୍କୁ ସଶକ୍ତ କରୁଛି ବେଦାନ୍ତ ଆଲୁମିନିୟମ, ଉଦାହରଣ ସାଜିଛନ୍ତି ପ୍ରିୟଙ୍କା

ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାୟକ ତଥା ଦଳର ଓବିସି ସେଲ୍‌ର ଆବାହକ ଡ଼ ଅରୁଣ କୁମାର ସାହୁ, ଦଳର ଉପସଭାପତି ସଞ୍ଜୟ କୁମାର ଦାସବର୍ମା ଓ ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ଟୁକୁନି ସାହୁ ବିଜେପି କ୍ଷମତାକୁ ଆସିବା ପରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି ବୋଲି କହିବା ସହିତ ବିଜୁ ମହିଳା ଜନତା ଦଳ ଜୁଲାଇ ମାସ ପ୍ରଥମ ସପ୍ତାହରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ: ଅର୍ଜୁନ ତେନ୍ଦୁଲକର ଓ ସାନିଆ ଚାନ୍ଦୋକଙ୍କ ବିବାହ ସମ୍ପନ୍ନ: ମୁମ୍ବାଇରେ ଏକାଠି ହେଲେ କ୍ରିକେଟ ଓ ବଲିଉଡ ତାରକା

ଡ଼ ଅରୁଣ କୁମାର ସାହୁ କହିଥିଲେ, ରାଜ୍ୟ ବିଜେପି ସରକାର ପ୍ରତ୍ୟେକ କ୍ଷେତ୍ରରେ ଚରମ ଅବହେଳା କରୁଥିବାରୁ, ଓଡିଶା ଆଜି ବିଶ୍ୱରେ ଲଜ୍ଜିତ ଓ ନିନ୍ଦିତ ହେଉଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତରଫରୁ ନିକଟରେ ଜାରି କରାଯାଇଥିବା ଏକ ଟ୍ରାଭେଲ ଆଡ଼ଭାଇଜରୀରେ ଓଡିଶା ସମେତ ଭାରତର ୬ଟି ରାଜ୍ୟକୁ ଯିବାକୁ ସେମାନଙ୍କ ନାଗରିକ ମାନଙ୍କୁ ବାରଣ କରାଯାଇଛି। ଏହି ରାଜ୍ୟ ଗୁଡିକରେ ଅଧିକ ସଂଖ୍ୟାରେ ମହିଳା ମାନେ ଦୁଷ୍କର୍ମର ଶିକାର ହେଉଥିବା ଓ ଉଗ୍ରବାଦ ଉପଦ୍ରବ ଅଞ୍ଚଳ ଭାବେ ଚିହ୍ନିତ ହୋଇଥିବାରୁ, ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆମେରିକାର ରାଷ୍ଟ୍ରପତିଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଆମ ରାଜ୍ୟ ପାଇଁ ଲଜ୍ଜା ଓ ଅପବାଦ ଆଣିଛି। ଓଡ଼ିଆ ଅସ୍ମିତାର ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ଓ ଏକ ବର୍ଷ ପୂର୍ତ୍ତିରେ ନିଜ ସଫଳତାର ଡିଣ୍ଡିମ ପିଟୁଥିବା ରାଜ୍ୟ ବିଜେପି ସରକାରଙ୍କ ମୁହଁରେ ଏହା କାଳି ବୋଳି ଦେଇଛି ଓ ଓଡ଼ିଆ ଅସ୍ମିତା ଭୃଲୁଣ୍ଠିତ ହୋଇଛି। ରାଜ୍ୟର ମନ୍ତ୍ରୀ ମାନେ ଟ୍ରମ୍ପଙ୍କ କଥାକୁ ପ୍ରତିବାଦ କରିବା ପରିବର୍ତ୍ତେ, ପ୍ରଧାନମନ୍ତ୍ରୀ ଏହାର ସଫେଇ ଦେବାର ଆବଶ୍ୟକତା ରହିଛି। ଟ୍ରମ୍ପଙ୍କ କଥାକୁ ବିଜେପି ସର୍ବଦା ଗୁରୁତ୍ୱ ଦେଇଆସୁଥିବା ବେଳେ ଏବେ ଏହି ଆଡ଼ଭାଇଜରୀକୁ ନେଇ କେନ୍ଦ୍ର ସରକାର ଚୁପ୍‌ କାହିଁକି? ରାଜ୍ୟରେ ଏକ ଦୁର୍ବଳ ସରକାର ଥିବାରୁ, ଅପରାଧୀମାନେ ନିର୍ଭୟରେ ଅପରାଧ ଘଟାଉଛନ୍ତି। ଏହାକୁ ନେଇ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କୁ ଚେତାବନୀ ଦେଇଆସୁଛି। କିନ୍ତୁ, ସରକାର କେବଳ ଉତ୍ସବରେ ମାତିଛନ୍ତି। ନିକଟରେ ପ୍ରକାଶ ପାଇଥିବା ଏକ ରିପୋର୍ଟରେ, ଓଡିଶା ଦେଶର ଅଷ୍ଟମ ଅପରାଧ ପ୍ରବଣ ରାଜ୍ୟ ଓ ମହିଳା ବିରୋଧୀ ଅପରାଧ କ୍ଷେତ୍ରରେ ଦେଶର ପ୍ରଥମ ରାଜ୍ୟ ଭାବେ ସ୍ଥାନ ପାଇବା ଓଡିଶା ପାଇଁ ଲଜ୍ଜାର ବିଷୟ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ସଞ୍ଜୟ କୁମାର ଦାସବର୍ମା କହିଥିଲେ, ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡିଶା ପ୍ରଶଂସା ସାଉଁଟି ଥିବାବେଳେ, ଏବେ ବିଜେପି ସରକାର ରାଜ୍ୟ ପାଇଁ ନିନ୍ଦା ଓ ଅପବାଦ ଆଣୁଛନ୍ତି। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ମିଳିତ ଜାତିସଂଘ ଦ୍ୱାରା ପ୍ରଶଂସିତ ହୋଇଥିଲା। ସେହିପରି ଦୁଇ ଦୁଇ ଥର ହକି ବିଶ୍ୱକପ ଆୟୋଜନ କରି ଓ ଥରେ ଏସିଆନ ଆଥଲେଟିକ ଚାମ୍ପିୟାନସିପ ଆୟୋଜନ କରି ବିଶ୍ୱ କ୍ରୀଡା ମାନଚିତ୍ରରେ ଓଡ଼ିଶା ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିଥିଲା। ବିଧାନସଭାରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଶ୍ୱେତପତ୍ର ଅନୁଯାୟୀ, ୨୦୨୪ରେ ୩୦୫୪ ଦୁଷ୍କର୍ମ ହୋଇଛି, ଯାହା ପୂର୍ବ ବର୍ଷ ତୁଳନାରେ ୮% ଅଧିକ। ଆଜି ଏକ ସମୀକ୍ଷା କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ତାଙ୍କ ବକ୍ତବ୍ୟରେ ଓଡ଼ିଶାରେ ସାଇବର ଅପରାଧ ବୃଦ୍ଧି ପାଇଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସରକାରୀ ଯୋଜନା ବାବଦରେ ସରକାରୀ କର୍ମଚାରୀ ମାନେ ମଧ୍ୟ ଅବଗତ ନାହାନ୍ତି। ରାଜ୍ୟର ୯୫% ଲୋକ ସରକାରୀ ଯୋଜନା ବିଷୟରେ ଅବଗତ ନାହାନ୍ତି ବୋଲି ରାଜ୍ୟପାଳଙ୍କ ମନ୍ତବ୍ୟ ସରକାରଙ୍କ ଅପରାଗପଣିଆକୁ ପଦାରେ ପକାଇଛି।

ଟୁକୁନି ସାହୁ କହିଥିଲେ, ନବୀନ ସରକାରଙ୍କ ସମୟରେ ମହିଳା ମାନଙ୍କ ସମ୍ମାନ ବୃଦ୍ଧି ପାଇଁ ସେମାନଙ୍କୁ ସ୍ୱାବଲମ୍ୱୀ କରିବା ସହିତ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ ବିଦେଶ ଭ୍ରମଣ କାର୍ଯ୍ୟକ୍ରମ କରାଯାଉଥିଲା। କିନ୍ତୁ, ବିଜେପି ସରକାର ଆସିବା ପରେ ପ୍ରତିଦିନ ୧୫ ଜଣ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି। ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ବିଜୁ ମହିଳା ଜନତା ଦଳ ତରଫରୁ ଜୁଲାଇ ମାସ ପ୍ରଥମ ସପ୍ତାହରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ।

23 Jun 2025 By The Sakala

ଟ୍ରମ୍ପଙ୍କ ଆଡ଼ଭାଇଜରୀ ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଛି: ବିଜେଡି

ଭୁବନେଶ୍ୱର: ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ଓ ମହିଳାଙ୍କ ଉପରେ ନିର୍ଯାତନା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏହାକୁ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଆଡ଼ଭାଇଜରୀ, ଓଡ଼ିଶାକୁ ବିଶ୍ୱସ୍ତରରେ ନିନ୍ଦିତ କରିଥିବାରୁ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିଛି।

ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ବିଧାୟକ ତଥା ଦଳର ଓବିସି ସେଲ୍‌ର ଆବାହକ ଡ଼ ଅରୁଣ କୁମାର ସାହୁ, ଦଳର ଉପସଭାପତି ସଞ୍ଜୟ କୁମାର ଦାସବର୍ମା ଓ ଦଳର ବରିଷ୍ଠ ସାଧାରଣ ସମ୍ପାଦିକା ଶ୍ରୀମତୀ ଟୁକୁନି ସାହୁ ବିଜେପି କ୍ଷମତାକୁ ଆସିବା ପରେ ରାଜ୍ୟରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇଛି ବୋଲି କହିବା ସହିତ ବିଜୁ ମହିଳା ଜନତା ଦଳ ଜୁଲାଇ ମାସ ପ୍ରଥମ ସପ୍ତାହରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ ବୋଲି ସୂଚନା ଦେଇଥିଲେ।

ଡ଼ ଅରୁଣ କୁମାର ସାହୁ କହିଥିଲେ, ରାଜ୍ୟ ବିଜେପି ସରକାର ପ୍ରତ୍ୟେକ କ୍ଷେତ୍ରରେ ଚରମ ଅବହେଳା କରୁଥିବାରୁ, ଓଡିଶା ଆଜି ବିଶ୍ୱରେ ଲଜ୍ଜିତ ଓ ନିନ୍ଦିତ ହେଉଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତରଫରୁ ନିକଟରେ ଜାରି କରାଯାଇଥିବା ଏକ ଟ୍ରାଭେଲ ଆଡ଼ଭାଇଜରୀରେ ଓଡିଶା ସମେତ ଭାରତର ୬ଟି ରାଜ୍ୟକୁ ଯିବାକୁ ସେମାନଙ୍କ ନାଗରିକ ମାନଙ୍କୁ ବାରଣ କରାଯାଇଛି। ଏହି ରାଜ୍ୟ ଗୁଡିକରେ ଅଧିକ ସଂଖ୍ୟାରେ ମହିଳା ମାନେ ଦୁଷ୍କର୍ମର ଶିକାର ହେଉଥିବା ଓ ଉଗ୍ରବାଦ ଉପଦ୍ରବ ଅଞ୍ଚଳ ଭାବେ ଚିହ୍ନିତ ହୋଇଥିବାରୁ, ଏଭଳି ନିର୍ଦ୍ଦେଶନାମା ଜାରି କରାଯାଇଛି। ଆମେରିକାର ରାଷ୍ଟ୍ରପତିଙ୍କ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶନାମା ଆମ ରାଜ୍ୟ ପାଇଁ ଲଜ୍ଜା ଓ ଅପବାଦ ଆଣିଛି। ଓଡ଼ିଆ ଅସ୍ମିତାର ସ୍ଲୋଗାନ ଦେଇ କ୍ଷମତାକୁ ଆସିଥିବା ଓ ଏକ ବର୍ଷ ପୂର୍ତ୍ତିରେ ନିଜ ସଫଳତାର ଡିଣ୍ଡିମ ପିଟୁଥିବା ରାଜ୍ୟ ବିଜେପି ସରକାରଙ୍କ ମୁହଁରେ ଏହା କାଳି ବୋଳି ଦେଇଛି ଓ ଓଡ଼ିଆ ଅସ୍ମିତା ଭୃଲୁଣ୍ଠିତ ହୋଇଛି। ରାଜ୍ୟର ମନ୍ତ୍ରୀ ମାନେ ଟ୍ରମ୍ପଙ୍କ କଥାକୁ ପ୍ରତିବାଦ କରିବା ପରିବର୍ତ୍ତେ, ପ୍ରଧାନମନ୍ତ୍ରୀ ଏହାର ସଫେଇ ଦେବାର ଆବଶ୍ୟକତା ରହିଛି। ଟ୍ରମ୍ପଙ୍କ କଥାକୁ ବିଜେପି ସର୍ବଦା ଗୁରୁତ୍ୱ ଦେଇଆସୁଥିବା ବେଳେ ଏବେ ଏହି ଆଡ଼ଭାଇଜରୀକୁ ନେଇ କେନ୍ଦ୍ର ସରକାର ଚୁପ୍‌ କାହିଁକି? ରାଜ୍ୟରେ ଏକ ଦୁର୍ବଳ ସରକାର ଥିବାରୁ, ଅପରାଧୀମାନେ ନିର୍ଭୟରେ ଅପରାଧ ଘଟାଉଛନ୍ତି। ଏହାକୁ ନେଇ ବିଜୁ ଜନତା ଦଳ ଉଦ୍‌ବେଗ ପ୍ରକାଶ କରିବା ସହିତ ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ସରକାରଙ୍କୁ ଚେତାବନୀ ଦେଇଆସୁଛି। କିନ୍ତୁ, ସରକାର କେବଳ ଉତ୍ସବରେ ମାତିଛନ୍ତି। ନିକଟରେ ପ୍ରକାଶ ପାଇଥିବା ଏକ ରିପୋର୍ଟରେ, ଓଡିଶା ଦେଶର ଅଷ୍ଟମ ଅପରାଧ ପ୍ରବଣ ରାଜ୍ୟ ଓ ମହିଳା ବିରୋଧୀ ଅପରାଧ କ୍ଷେତ୍ରରେ ଦେଶର ପ୍ରଥମ ରାଜ୍ୟ ଭାବେ ସ୍ଥାନ ପାଇବା ଓଡିଶା ପାଇଁ ଲଜ୍ଜାର ବିଷୟ।

ସଞ୍ଜୟ କୁମାର ଦାସବର୍ମା କହିଥିଲେ, ନବୀନ ପଟ୍ଟନାୟକଙ୍କ ସରକାର ସମୟରେ ଜାତୀୟ ଓ ଆନ୍ତର୍ଜାତୀୟ ସ୍ତରରେ ଓଡିଶା ପ୍ରଶଂସା ସାଉଁଟି ଥିବାବେଳେ, ଏବେ ବିଜେପି ସରକାର ରାଜ୍ୟ ପାଇଁ ନିନ୍ଦା ଓ ଅପବାଦ ଆଣୁଛନ୍ତି। ବିପର୍ଯ୍ୟୟ ପରିଚାଳନା କ୍ଷେତ୍ରରେ ଓଡ଼ିଶା ମିଳିତ ଜାତିସଂଘ ଦ୍ୱାରା ପ୍ରଶଂସିତ ହୋଇଥିଲା। ସେହିପରି ଦୁଇ ଦୁଇ ଥର ହକି ବିଶ୍ୱକପ ଆୟୋଜନ କରି ଓ ଥରେ ଏସିଆନ ଆଥଲେଟିକ ଚାମ୍ପିୟାନସିପ ଆୟୋଜନ କରି ବିଶ୍ୱ କ୍ରୀଡା ମାନଚିତ୍ରରେ ଓଡ଼ିଶା ଏକ ସ୍ୱତନ୍ତ୍ର ସ୍ଥାନ ହାସଲ କରିଥିଲା। ବିଧାନସଭାରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ଶ୍ୱେତପତ୍ର ଅନୁଯାୟୀ, ୨୦୨୪ରେ ୩୦୫୪ ଦୁଷ୍କର୍ମ ହୋଇଛି, ଯାହା ପୂର୍ବ ବର୍ଷ ତୁଳନାରେ ୮% ଅଧିକ। ଆଜି ଏକ ସମୀକ୍ଷା କାର୍ଯ୍ୟକ୍ରମରେ ଓଡ଼ିଶାର ମାନ୍ୟବର ରାଜ୍ୟପାଳ ତାଙ୍କ ବକ୍ତବ୍ୟରେ ଓଡ଼ିଶାରେ ସାଇବର ଅପରାଧ ବୃଦ୍ଧି ପାଇଥିବା ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସରକାରୀ ଯୋଜନା ବାବଦରେ ସରକାରୀ କର୍ମଚାରୀ ମାନେ ମଧ୍ୟ ଅବଗତ ନାହାନ୍ତି। ରାଜ୍ୟର ୯୫% ଲୋକ ସରକାରୀ ଯୋଜନା ବିଷୟରେ ଅବଗତ ନାହାନ୍ତି ବୋଲି ରାଜ୍ୟପାଳଙ୍କ ମନ୍ତବ୍ୟ ସରକାରଙ୍କ ଅପରାଗପଣିଆକୁ ପଦାରେ ପକାଇଛି।

ଟୁକୁନି ସାହୁ କହିଥିଲେ, ନବୀନ ସରକାରଙ୍କ ସମୟରେ ମହିଳା ମାନଙ୍କ ସମ୍ମାନ ବୃଦ୍ଧି ପାଇଁ ସେମାନଙ୍କୁ ସ୍ୱାବଲମ୍ୱୀ କରିବା ସହିତ ଏକ୍ସପୋଜର ଭିଜିଟ କାର୍ଯ୍ୟକ୍ରମରେ ବିଦେଶ ଭ୍ରମଣ କାର୍ଯ୍ୟକ୍ରମ କରାଯାଉଥିଲା। କିନ୍ତୁ, ବିଜେପି ସରକାର ଆସିବା ପରେ ପ୍ରତିଦିନ ୧୫ ଜଣ ମହିଳା ଦୁଷ୍କର୍ମର ଶିକାର ହେଉଛନ୍ତି। ମହିଳା ମାନଙ୍କୁ ସୁରକ୍ଷା ପ୍ରଦାନରେ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ବିଜୁ ମହିଳା ଜନତା ଦଳ ତରଫରୁ ଜୁଲାଇ ମାସ ପ୍ରଥମ ସପ୍ତାହରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରାଯିବ।

https://www.thesakala.in/latest-odisha-news/trumps-advisory-has-condemned-odisha-globally-bjd-says/article-41305
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର