୨୫ରେ ଲଘୁଚାପ: ବଢ଼ିବ ବର୍ଷା; ଆଜି ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା

The Sakala Picture
Published On

ଭୁବନେଶ୍ୱର: ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ମୌସୁମୀ ଜନିତ ନିମ୍ନ ଚାପରେଖା ଯୋଗୁଁ ଉତ୍ତର ଓଡ଼ିଶାରେ ବର୍ଷା ପାଇଁ ପାଗ ଅନୁକୂଳ କରାଇଛି। ଏଥିପାଇଁ ମଙ୍ଗଳବାର ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, […]

ଭୁବନେଶ୍ୱର: ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ମୌସୁମୀ ଜନିତ ନିମ୍ନ ଚାପରେଖା ଯୋଗୁଁ ଉତ୍ତର ଓଡ଼ିଶାରେ ବର୍ଷା ପାଇଁ ପାଗ ଅନୁକୂଳ କରାଇଛି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଉପକୂଳ ସୁରକ୍ଷା ପାଇଁ ବଡ଼ ରୋଡମ୍ୟାପ୍: ଦେଶର ଶ୍ରେଷ୍ଠ ମେରାଇନ୍ ପୋଲିସ ହେବାକୁ ଡିଜିପିଙ୍କ ଲକ୍ଷ୍ୟ

ଏଥିପାଇଁ ମଙ୍ଗଳବାର ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏହାସହିତ ଗଞ୍ଜାମ, ରାୟଗଡ଼ା, ଗଜପତି, ମାଲକାନଗିରି, କୋରାପୁଟର କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ITDA ବାଲିଗୁଡ଼ା ସହକାରୀ ନିର୍ବାହୀ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଚଢ଼ାଉ

ଆଗାମୀ ୩-୪ଦିନ ଓଡ଼ିଶାରେ ବିଭିନ୍ନ ଜିଲ୍ଲା ମାନଙ୍କରେ ବିଭିନ୍ନ ଜିଲ୍ଲାରେ ଭାରି ବର୍ଷା ସମ୍ଭାବନା ଥିବା ବେଳେ ୨୫-୨୬ ବେଳକୁ ଏକ ଲଘୁଚାପ ପ୍ରଭାବରେ ବର୍ଷାର ପ୍ରଭାବ ଆହୁରି ବଢ଼ିବା ଆଶଙ୍କା ରହିଛି।

ଆହୁରି ପଢ଼ନ୍ତୁ: ଆଇନଶୃଙ୍ଖଳା ତତ୍ତ୍ବାବଧାନ କରିବେ ବରିଷ୍ଠ ଆଇପିଏସ୍‌: ୧୫ ପୁଲିସ ଅଧିକାରୀଙ୍କୁ ୧୭ ଜିଲ୍ଲା ଦାୟିତ୍ୱ

ସୋମବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୬୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବଲାଙ୍ଗିର ୪୫, କୋରାପୁଟ ୨୩, ଗୋପାଳପୁର ୨୧, ଢେଙ୍କାନାଳ ୧୪ ଓ ନବରଙ୍ଗପୁରରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି।

24 Jun 2025 By The Sakala

୨୫ରେ ଲଘୁଚାପ: ବଢ଼ିବ ବର୍ଷା; ଆଜି ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଆନ୍ଧ୍ର ପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ଘୂର୍ଣ୍ଣିବଳୟ ପ୍ରଭାବରେ ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିଥିବା ବେଳେ ମୌସୁମୀ ଜନିତ ନିମ୍ନ ଚାପରେଖା ଯୋଗୁଁ ଉତ୍ତର ଓଡ଼ିଶାରେ ବର୍ଷା ପାଇଁ ପାଗ ଅନୁକୂଳ କରାଇଛି।

ଏଥିପାଇଁ ମଙ୍ଗଳବାର ସୁଦ୍ଧା ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ବଲାଙ୍ଗୀର, ନୟାଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଢେଙ୍କାନାଳ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସମ୍ଭାବନା ରହିଛି। ଏହାସହିତ ଗଞ୍ଜାମ, ରାୟଗଡ଼ା, ଗଜପତି, ମାଲକାନଗିରି, କୋରାପୁଟର କିଛି ଜାଗାରେ ପ୍ରବଳ ବର୍ଷା ହୋଇପାରେ।

ଆଗାମୀ ୩-୪ଦିନ ଓଡ଼ିଶାରେ ବିଭିନ୍ନ ଜିଲ୍ଲା ମାନଙ୍କରେ ବିଭିନ୍ନ ଜିଲ୍ଲାରେ ଭାରି ବର୍ଷା ସମ୍ଭାବନା ଥିବା ବେଳେ ୨୫-୨୬ ବେଳକୁ ଏକ ଲଘୁଚାପ ପ୍ରଭାବରେ ବର୍ଷାର ପ୍ରଭାବ ଆହୁରି ବଢ଼ିବା ଆଶଙ୍କା ରହିଛି।

ସୋମବାର ଦାରିଙ୍ଗବାଡ଼ିରେ ସର୍ବାଧିକ ୬୭ ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ବଲାଙ୍ଗିର ୪୫, କୋରାପୁଟ ୨୩, ଗୋପାଳପୁର ୨୧, ଢେଙ୍କାନାଳ ୧୪ ଓ ନବରଙ୍ଗପୁରରେ ୧୨ ମିମି ବର୍ଷା ରେକର୍ଡ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର